କରୋନାରେ ଅନାଥ ଶିଶୁମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ‘ବାଲ ସେବା ଯୋଜନା’

ଲକ୍ଷ୍ନୌ,୨୨ ।୭: କରୋନା ମହାମାରୀ ସାରା ବିଶ୍ୱର ମେରୁଦଣ୍ଡକୁ ଦୋହଲାଇ ଦେଇଥିବା ବେଳେ ଆମ ଦେଶରେ ଏହାର ପ୍ରଭାବ ବହୁ ଅଧିକ ରହିଛି । ଦୀର୍ଘ ପ୍ରାୟ ୧୬-୧୭ ମାସ ହେବ ତାଣ୍ଡବ ରଚିଛି କରୋନା । ଏହି ସମୟରେ ଯେଉଁ ଶିଶୁମାନେ କରୋନାରେ ସେମାନଙ୍କ ମାତାପିତାଙ୍କୁ ହରାଇଛନ୍ତି ସେଭଳି ଶିଶୁଙ୍କ ପାଇଁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ‘ବାଲ ସେବା ଯୋଜନା’ ଆରମ୍ଭ କରିଛନ୍ତି । ଜଣାପଡିଛି କି କରୋନା ସମୟରେ ପ୍ରାୟ ୪୦୫୦ ଜଣ ଶିଶୁ ଅନାଥ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୪୦ ଜଣ ନିଜ ମାତାପିତାଙ୍କୁ ହରାଇଥିବା ବେଳେ ପ୍ରାୟ ୩୮୧୦ଜଣ ମାତାପିତାଙ୍କ ମଧ୍ୟରୁ ଜଣକୁ ଅବା ଲିଗାଲ ଗାର୍ଡିଅନଙ୍କୁ ହରାଇଛନ୍ତି । ଏଭଳି ପିଲାମାନଙ୍କ ପାଇଁ ଉତ୍ତର ପ୍ରଦେଶ ସରକାର ଆରମ୍ଭ କରିଥିବା ବାଲ ସେବା ଯୋଜନାରେ ପ୍ରତି ଶିଶୁଙ୍କୁ ମାସକୁ ୪ଜାର ଟଙ୍କା ଯୋଗାଇ ଦିଆଯିବ । ଏହାସହ ୧୮ ବର୍ଷ ବୟସ ପର୍ଯ୍ୟନ୍ତ ରାଜ୍ୟ ସରକାର ଏମାନଙ୍କ ଲାଳନ ପାଳନ ଦାୟିତ୍ୱ ନେବେ । ଏମାନଙ୍କୁ ବାଲ ସଂରକ୍ଷଣ ଗୃହରେ ରଖାଯିବ । ବାଲ ସେବା ଯୋଜନା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଆମେ ସମସ୍ତେ ଜାଣିଛେ ଗତ ୧୬-୧୭ ମାସ ହେବ ଆମେ ଚଳିତ ଶତାବ୍ଦିର ସବୁଠାରୁ ବଡ ମାହାମମାରୀ ସହ ଲଢି ଚାଲିଛେ । କେବଳ ଆମେ ନୁହେଁ ବିଶ୍ୱର କିଛି ବିକାଶଶୀଳ ଦେଶ ବି ଏହି ସମସ୍ୟା ଦେଇ ଗତି କରୁଛି । ଏହି ମହାମାରୀକୁ ଦୂରେଇବା ପାଇଁ କେଉଁ କେଉଁ ଉପାୟ କରାଯିବ ସେ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାଧାରଣ ଜନତାଙ୍କ ମତ ଲୋଡୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?