ଉପରେ ଧାନ କୁଣ୍ଡା ବସ୍ତା, ଭିତରେ ବୋଝେଇ ହୋଇଛି ଶାଳ କାଠ; ମାଡ଼ି ବସିଲା ତୁମୁଡ଼ିବନ୍ଧ ବନ ବିଭାଗ… 

ତୁମୁଡିବନ୍ଧ,୨୧।୧୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳର କୁର୍ତୁମ ଗଡ଼ ସେକ୍ସନର କରକୁଡୁପା ପାଞ୍ଚାୟତର ଜାକିଙ୍ଗିଆ ଜଙ୍ଗଲରେ ଶାଳକାଠ ବୋଝେଇ ଏକ ୪୦୭ ଗାଡ଼ିକୁ ଜବତ କରିବାରେ ତୁମୁଡିବନ୍ଧ ବନ ବିଭାଗ ସଫଳ ହୋଇଛି ।
ସୂଚନା ଅନୁସାରେ ଶୁକ୍ରବାର ରାତିରେ ଗାଡ଼ି ନଂ ଓ଼ଆର ୦୨ବିଜେ ୬୮୦୭ ଏକ ୪୦୭ଡାଲା ଗାଡିରେ ୭୫ଖଣ୍ତ ଶାଳ କାଠ କୁର୍ତୁମ ଗଡ଼ ଜକିଙ୍ଗିଆ ଜଙ୍ଗଲରୁ ଚୋରା ଚାଲାଣ ହେଉଥିବା  କୌଣସି ପ୍ରକାରେ ତୁମୁଡିବନ୍ଧ ବନାଞ୍ଚଳ ଅଧିକାରୀ କାଳୀ ଚରଣ ବେହେରା ଖବର ପାଇଥିଲେ। ପରେ ସେ ସଦଳବଳ ବାଟରେ ଜଗି ରହିଥିଲେ। ଗାଡ଼ି ଡ୍ରାଇଭର ଓ କାଠ ମାଫିଆ କୌଣସି ପ୍ରକାରେ ଗାଡ଼ି ଛାଡ଼ି ଫେରାର ହୋଇଯାଇଥିଲେ। ବନ ବିଭାଗର ଅଧିକାରୀମାନେ ଗାଡ଼ିରେ ଶାଳ କାଠ ଥିବା ଦେଖିବାକୁ ପାଇଥିଲେ। ଏହାକୁ ଏକାଧିକ ଧାନ କୁଣ୍ଡା ବସ୍ତା ବିଛାଇ ଚୋରା ଚାଲାଣ କରାଯାଉଥିବା ଦେଖିବାକୁ ମିଳିଥିଲା ।  ତେବେ ଉକ୍ତ 407 ଗାଡିଟିକୁ ଜବତ କରି ତୁମୁଡିବନ୍ଧ ବନାଞ୍ଚଳ କାର୍ଯ୍ୟାଳୟକୁ ଅଣାଯାଇଛି। ଜବତ ହୋଇଥିବା ଶାଳ କାଠ ମୂଲ୍ୟ ଆନୁମାନିକ ୩ ଲକ୍ଷରୁ ଊର୍ଦ୍ଧ୍ୱ ହେବ ବୋଲି ଜଣାପଡ଼ିଛି।

ଏହି ଗାଡିକୁ ଜବତ କରିବାପାଇଁ ସ୍ବତନ୍ତ୍ର ଏକ ଦଳ ଗଠନ କରି ଅଭିଯାନ ଆରମ୍ଭ ହୋଇଥିଲା। ଏହି ଦଳରେ ବନପାଳ ଟିଙ୍କୁ ବେହେରା , ବନରଖି ସୌଦାମିନୀ ସାମଲ, ଶଶୀଳ କୁମାର ପ୍ରଧାନ, ରଜନୀକାନ୍ତ ଛୋଟରାୟ ଏବଂ ଫରେଷ୍ଟ ପ୍ରଟେକ୍ସନ ଦଳ ସମିଥିଲେ l ତେବେ ଗାଡିଟିକୁ ଜବତ କରି ଏକ ମାମଲା ୮/୨୫-୨୬ ରେ ରୁଜୁ କରି ତଦନ୍ତ ଜାରି ରହିଥିବା ତୁମୁଡିବନ୍ଧ ବନାଞ୍ଚଳ ଅଧିକାରୀ କାଳୀଚରଣ ବେହେରା ସୂଚନା ଦେଇଛନ୍ତି l

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣା ହେଲା ରାୟଗଡ଼ା ଜିଲା କଂଗ୍ରେସ କମିଟି: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସହ ଏଥିରେ ସାମିଲ ଅଛନ୍ତି…

ରାୟଗଡ଼ା,୨୯ା୧(ଆଶିଷ ରଞ୍ଜନ ପଣ୍ଡା): ଜିଲା କଂଗ୍ରେସ ସଭାପତି ତଥା ରାୟଗଡ଼ା ବିଧାୟକ ଆପଲସ୍ବାମୀ କାଡ୍ରାକାଙ୍କ ସଭାପତିତ୍ୱରେ ଗଠନ ହୋଇଛି ନୂତନ ଜିଲା କଂଗ୍ରେସ କମିଟି। ଜିଲା ସଭାପତି…

୧୨୭ବାଟାଲିଆନ ସିଆରପିଏଫର ସିଭିକ୍ସ ଆକ୍ସନ ପ୍ରୋଗ୍ରାମ, ଦାଦନ ଶ୍ରମିକ ଭାବେ…

ତୁମୁଡିବନ୍ଧ,୨୯ା୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଝିରିପାଣି ପଞ୍ଚାୟତର ସଭା ଗୃହରେ ୧୨୭ବାଟାଲିଆନ ସିଆରପିଏଫର ସିଭିକ୍ସ ଆକ୍ସନ ପ୍ରୋଗ୍ରାମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି ।…

ପୁରୀରୁ ଫେରୁଥିବାବେଳେ କାର୍‌ ଦୁର୍ଘଟଣାଗ୍ରସ୍ତ: ଭିତରେ ଥିଲେ ଭଞ୍ଜନଗର ରୋଟାରୀ କ୍ଲବ ସମ୍ପାଦକଙ୍କ ସହ…

ଭଞ୍ଜନଗର,୨୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଗନ୍ନାଥପ୍ରସାଦ ମୁଖ୍ୟ ରାସ୍ତା ବିଡ଼ିପୁର ନିକଟରେ ଗୁରୁବାର ଅପରାହ୍ନରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଭଞ୍ଜନଗର ରୋଟାରୀ କ୍ଲବ…

ମଲ୍ଲୀ ଜେନା ହତ୍ୟାକାଣ୍ଡ ମାମଲା: ୮ ଦୋଷୀଙ୍କୁ ୧୦ ବର୍ଷ ଲେଖାଏ କାରାଦଣ୍ଡାଦେଶ

ବଞ୍ଚୋ,୨୯ା୧(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘଷିପୁରା ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ରପୁର ଥାନା ଅଞ୍ଚଳର ଶାଳଦେଇ ଗ୍ରାମର ବହୁଚର୍ଚ୍ଚିତ ମଲ୍ଲୀ ଜେନା ହତ୍ୟାକାଣ୍ଡ ଘଟଣାରେ…

ଦୁର୍ଗମ ବନାଞ୍ଚଳରେ ଅଫିମ ଚାଷ, ମୂଳୋତ୍ପାଟନ କଲା କେନ୍ଦୁଝର ପୋଲିସ

ଯୋଡ଼ା,୨୯ା୧(ମାନସ ମହାନ୍ତି): ଅଫିମ ଚାଷ ନଷ୍ଟ କଲା ପୋଲିସ । କେନ୍ଦୁଝର ଜିଲାର ବଡବିଲ ଥାନା ତଥା ଯୋଡା ବ୍ଲକ ଅନ୍ତର୍ଗତ ରୋଇଡା ଗ୍ରାମ ପଞ୍ଚାୟତର ମାଙ୍କଡ…

ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ, ଜାଣନ୍ତୁ କେବେଠୁ..

ବାରିପଦା,୨୯ା୧: ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା…

ପାରିବାରିକ କଳହ ନେଲା ଜୀବନ, ଭିଣୋଇଙ୍କ ଠେଙ୍ଗା ମାଡ଼ରେ ଶଳା ମୃତ

ଗୁଣୁପୁର,୨୯ା୧(ସଂକେତ ପାତ୍ର/ସୁଜାତା ପାଢ଼ୀ ): ଭିଣୋଇଙ୍କ ଠେଙ୍ଗା ମାଡ଼ରେ ଶଳାଙ୍କ ମୃତ୍ୟୁ। ଏହି ଅଭାବନୀୟ ଘଟଣାଟି ଘଟିଛି ରାୟଗଡା ଜିଲା ଗୁଣପୁର ମେଡିକାଲ କଲୋନୀରେ। ଭିଣୋଇ ଏବଂ…

ନାବାଳକଙ୍କୁ ବାଲିରେ ପୋତିଦେଲେ ୬ ସାଙ୍ଗ, ଭିଡିଓ ଉତ୍ତୋଳନ କରି ଦେଲେ ଏମିତି ଧମକ

ଗୁଣପୁର,୨୯ା୧(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ପିଲାଖେଳ ଯେ, ଜଣେ ନାବାଳକଙ୍କ ଜୀବନ ନେଇଯାଇଥାନ୍ତା ତାହା ଏକ ଭିଡିଓରୁ ଜଣାପଡ଼େ। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri