Posted inଖେଳ

ରାଜ୍ୟସ୍ତରୀୟ ସ୍କୁଲ ବ୍ୟାଡ୍‌ମିଣ୍ଟନ ଉଦ୍‌ଯାପିତ

ବଲାଙ୍ଗୀର, ୩୦ା୯(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲା ସଦର ମହକୁମାସ୍ଥିତ ପୃଥ୍ବୀରାଜ ହାଇସ୍କୁଲ ଇନ୍‌ଡୋର ଷ୍ଟାଡିୟମ୍‌ରେ ତିନିଦିନ ବ୍ୟାପୀ ଆୟୋଜିତ ରାଜ୍ୟ ସ୍କୁଲ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଗୁରୁବାର ଉଦ୍‌ଯାପିତ ହୋଇଛି। ୧୪ ବର୍ଷରୁ କମ୍‌ ବାଳକ ବିଭାଗରେ କଟକ ଚାମ୍ପିୟନ ଓ ସମ୍ବଲପୁର ଉପବିଜେତା ହୋଇଥିଲା। ୧୪ବର୍ଷରୁ କମ୍‌ ବାଳିକା ବିଭାଗରେ ଭୁବନେଶ୍ୱର ଚାମ୍ପିୟନ୍‌ ହୋଇଥିବାବେଳେ ସମ୍ବଲପୁର ଉପବିଜେତା ହୋଇଥିଲା। ୧୭ବର୍ଷରୁ କମ୍‌ ବାଳକ ବିଭାଗରେ ଭୁବନେଶ୍ୱର ଚାମ୍ପିୟନ୍‌ ହୋଇଥିବାବେଳେ ରାୟଗଡ଼ା ଉପବିଜେତା ହୋଇଥିଲା। ୧୭ବର୍ଷରୁ କମ୍‌ ବାଳିକା ବିଭାଗରେ ମୟୂରଭଞ୍ଜ ଚାମ୍ପିୟନ ହୋଇଥିବାବେଳେ ଭୁବନେଶ୍ୱର ଉପବିଜେତା ହୋଇଥିଲା। ଏଠାରୁ ଚୟନ ହୋଇଥିବା ସବୁବର୍ଗର ଖେଳାଳି ଜାତୀୟ ସ୍ତରରେ ଖେଳିବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଜିଲା ଶିକ୍ଷାଧିକାରୀ ଧ୍ରୁବ ଚରଣ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଯାପନୀ ଉତ୍ସବରେ ବଲାଙ୍ଗୀର ଜିଲା ଆରକ୍ଷୀ ଅଧୀକ୍ଷକ ଋ଼ଷିକେଶ ଖିଲାରି ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରତିଯୋଗୀଙ୍କୁ ଖେଳୁଆଡ ମନୋଭାବ ରଖି ଖେଳିବା ପାଇଁ ପରାମର୍ଶ ଦେଇଥିଲେ। ବଲାଙ୍ଗୀର ଡିଏଫ୍‌ଓ ନୀତିଶ କୁମାର ସମ୍ମାନିତ ଅତିଥି ଭାବେ ଯୋଗଦେଇ ବଲାଙ୍ଗୀର ଜିଲାରେ ଜାତୀୟ ମାନର ଏକ ଇନ୍‌ଡୋର ଷ୍ଟାଡିୟମ୍‌ର ଅନୁଭୂତି ପିଲାଙ୍କ ଖେଳକୁ ଆହୁରି ଆଗକୁ ନେବ ବୋଲି କହିଥିଲେ। ରାଜ୍ୟ ସ୍କୁଲ ଶାରୀରିକ ଶିକ୍ଷା ଉପନିର୍ଦ୍ଦେଶକ କୈଳାଶ ଚନ୍ଦ୍ର ପଧାନ ଖେଳର ସମସ୍ତ ବିବରଣୀ ପ୍ରଦାନ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲା ଶିକ୍ଷାଧିକାରୀ କେଶବ ମେହେର, ବଲାଙ୍ଗୀର ବ୍ୟାଡ୍‌ମିଣ୍ଟନ ଆସୋସିଏଶନ୍‌ର ସମ୍ପାଦକ ସୁରୁଲାଲ ମଟାରୀ, କ୍ରୀଡ଼ା ଅଧିକାରୀ ପ୍ରଦୀପ କୁମାର ପାତ୍ର ମଞ୍ଚାସୀନ ଥିଲେ। ଅନ୍ତର୍ଯ୍ୟାମୀ ବିଶ୍ୱାଳ ସଭାରେ ସଂଯୋଜନା କରିଥିଲେ। ପ୍ରତିଯୋଗିତାରେ ରାଜ୍ୟ ଓ ଜିଲାର ସ୍ବୀକୃତିପ୍ରାପ୍ତ ଅଭିଜ୍ଞ ଟେକ୍ନିକାଲ ଅଫିସିଆଲ୍‌ ସମସ୍ତ ଖେଳ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri