୧୧୩୨ ଗୋଷ୍ଠୀକୁ ୪୧.୯୭ କୋଟି ଋଣ

ଚାନ୍ଦବାଲି,୧୨।୧(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲିରେ ବ୍ଲକସ୍ତରୀୟ ମେଗା ଋଣ ମେଳା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ମଞ୍ଜୁଲତା ମଣ୍ଡଳ, ବିଧାୟକ ଡ. ବ୍ୟୋମକେଶ ରାୟ, ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର, ବିଡିଓ ଜ୍ୟୋତିବିକାଶ ଦାସ, ବ୍ଲକ ଅଧ୍ୟକ୍ଷା ମିନତି ସୂତାର ଓ ଏନ୍‌ଏସି ଅଧ୍ୟକ୍ଷା ଶାନ୍ତିଲତା ସେଠୀଙ୍କ ସହ ବିଭିନ୍ନ ବ୍ୟାଙ୍କ କର୍ମଚାରୀ ଏଥିରେ ଯୋଗ ଦେଇଥିଲେ। ମେଳାରେ ୧୧୩୨ ଗୋଷ୍ଠୀକୁ ୪୧ କୋଟି ୯୭ଲକ୍ଷ ୬୩ ହଜାର ଟଙ୍କା ଋଣ ପ୍ରଦାନ କରାଯାଇଛି। ମହିଳାମାନଙ୍କୁ ସଶକ୍ତ ଓ ଆତ୍ମନିର୍ଭରଶୀଳ କରିବା ପାଇଁ ସରକାର ବିନା ସୁଧରେ ୫ ଲକ୍ଷ ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ଯୋଗାଇ ଦେଉଛନ୍ତି। ଏହାର ସୁବିନିଯୋଗ କରିପାରିଲେ ଯୋଜନାର ସୁଫଳ ମିଳିପାରିବ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। ଓଡ଼ିଶା ଜୀବିକା ମିଶନର ବିପିଏମ୍‌, ବିଏଲ୍‌ସି, ମହାସଂଘର ଏମ୍‌ବିକେ ଓ ସିଆର୍‌ପିମାନେ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ବ୍ଲକର ମହିଳା ମହାସଂଘ ଓ ସ୍ବୟଂସହାୟିକା ଗୋଷ୍ଠୀ ଏଥିରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri