Posted inଜାତୀୟ

୪୧ ପ୍ରାର୍ଥୀ ରାଜ୍ୟ ସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ

ନୂଆଦିଲ୍ଲୀ,୪।୬: ରାଜ୍ୟ ସଭା ପାଇଁ ୪୧ଜଣ ପ୍ରାର୍ଥୀଙ୍କୁ ନିର୍ଦ୍ୱନ୍ଦରେ ନିର୍ବାଚିତ କରାଯାଇଛି। ଏଥିରେ କଂଗ୍ରେସର ବରିଷ୍ଠ ନେତା ପି. ଚିଦାମ୍ବରମ ଏବଂ ରାଜୀବ ଶୁକ୍ଲା, ଭାଜପାର ସୁମିତ୍ରା ବାଲ୍ମିକି ଏବଂ କବିତା ପାଟିଦାର, କଂଗ୍ରେସର ପୂର୍ବତନ ନେତା କପିଲ ସିବଲ, ରାଷ୍ଟ୍ରିୟ ଜନତା ଦଳର ମିସା ଭାରତୀ ଏବଂ ରାଷ୍ଟ୍ରୀୟ ଲୋକ ଦଳର ଜୟନ୍ତ ଚୌଧରୀ ସାମିଲ ରହିଛନ୍ତି। ସୂଚନାଯୋଗ୍ୟ, ଉତ୍ତରପ୍ରଦେଶରେ ସମସ୍ତ ୧୧ ଜଣ ପ୍ରାର୍ଥୀ, ତାମିଲନାଡୁରେ ୬ଜଣ, ବିହାରରେ ୫ଜଣ, ଆନ୍ଧ୍ରପ୍ରଦେଶରେ ୪ଜଣ, ମଧ୍ୟପ୍ରଦେଶ ଏବଂ ଓଡିଶାରେ ୩ଜଣ, ଛତିଶଗଡ, ପଞ୍ଜାବ, ତେଲେଙ୍ଗାନା ଓ ଝାଡଖଣ୍ଡରେ ୨ଜଣ ଏବଂ ଉତ୍ତରାଖଣ୍ଡରେ ଜଣେ ପ୍ରାର୍ଥୀ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି। ନିର୍ଦ୍ୱନ୍ଦରେ ନିର୍ବାଚିତ ୪୧ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୧୪ଜଣ ଭାଜପାର, କଂଗ୍ରେସ ଓ ଓ୍ବାଇଏସ୍‌ଆର କଂଗ୍ରେସର ୪ଜଣ। ସେହିପରି ଡିଏମ୍‌କେ ଓ ବିଜେଡିରୁ ୩ଜଣ, ଆମ ଆଦମୀ ପାର୍ଟିରୁ ୨, ଆରଜେଡି, ତେଲେଙ୍ଗାନା ରାଷ୍ଟ୍ରୀୟ ସମିତି, ଏଆଇଏଡିଏମ୍‌କେ, ଜେଏମ୍‌ଏମ୍‌, ଜେଡି(ୟୁ), ଏସ୍‌ପି ଓ ଆରଏଲ୍‌ଡିର ଜଣେ ପ୍ରାର୍ଥୀ ଏବଂ ସ୍ବାଧିନ ପ୍ରାର୍ଥୀ କପିଲ ସିବଲ ସାମିଲ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri