୭ ମାସରେ ରାଜ୍ୟରେ ୪୧ ହାତୀଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୭ା୧୧ (ବନ୍ଦନା ସେଠୀ):ରାଜ୍ୟରେ ହାତୀ-ମଣିଷ ଲଢେଇ ବଢିବାରେ ଲାଗିଛି। ଗତ ୩ବର୍ଷରେ ହାତୀ ଆକ୍ରମଣରେ ୬୬୮ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ୫୦୯ଜଣ ଲୋକ ହାତୀ ଆକ୍ରମଣରେ ଆହତ ହୋଇଥିବାବେଳେ ୧୩୯ଟି ଗୃହପାଳିତ ପଶୁଙ୍କ ମୃତ୍ୟୁ ହୋଇଛି। ଏନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ମଙ୍ଗଳବାର ବିଧାନସଭାରେ ତଥ୍ୟ ରଖିଛନ୍ତି। ବିଜେଡି ବିଧାୟକ ସନାତନ ମହାକୁଡ଼ଙ୍କ ପ୍ରଶ୍ନର ଉତ୍ତର ରଖି ମନ୍ତ୍ରୀ କହିଛନ୍ତି, ଏହି ସମୟରେ ହାତୀପଲ ୭୩ହଜାର ୬୨୦ ଏକର ଫସଲ ନଷ୍ଟ କରିବା ସହିତ ୧୦ ହଜାର ୨୫୯ଟି ଘର ଭାଙ୍ଗିଛନ୍ତି। ସେହିପରି ଚଳିତବର୍ଷ ଏପ୍ରିଲ ୧ରୁ ନଭେମ୍ବର ୧୬ ପର୍ଯ୍ୟନ୍ତ ୭ମାସରେ ରାଜ୍ୟରେ ମୋଟ୍‌ ୪୦ ହାତୀଙ୍କ ମୃତ୍ୟୁ ଘଟିଛି। ଏଥିରୁ ଆଠଗଡ଼ ବନଖଣ୍ଡର ସର୍ବାଧିକ ୫ଟି ହାତୀ ମରିଛନ୍ତି। ଏହା ପଛକୁ ରେଢାଖୋଲ ଓ ଅନୁଗୋଳ ବନଖଣ୍ଡରୁ ୪ଟି ଲେଖାଏ ହାତୀଙ୍କର ମୃତ୍ୟୁ ହୋଇଛି। ସେହିପରି ଏହି ୭ମାସରେ ୫ଟି କଲରାପତରିଆ ବାଘଙ୍କ ସହ ମୋଟ ୪୧୧ଟି ବନ୍ୟପ୍ରାଣୀଙ୍କ ମୃତ୍ୟୁ ହୋଇଛି। ଶିକାର ପାଇଁ ୧୧୧ଜଣ ବନ୍ୟପ୍ରାଣୀଙ୍କ ମୃତ୍ୟୁ ହୋଇଥିବାବେଳେ ବିଷ ପ୍ରୟୋଗରେ ୪, ବିଦ୍ୟୁତ୍‌ ଆଘାତରେ ୩୯, ରେଳ ଦୁର୍ଘଟଣାରେ ୫, ସଡକ ଦୁର୍ଘଟଣାରେ ୨୧, ରୋଗାକ୍ରାନ୍ତ ହୋଇ ୬୨, ପ୍ରାକୃତିକ ଭାବେ ୧୦୬ଙ୍କ ମୃତ୍ୟୁ ଘଟିଥିବାବେଳେ ପ୍ରତିଶୋଧ ପରାୟଣ ଭାବେ ୫ ପ୍ରାଣୀଙ୍କୁ ହତ୍ୟା କରାଯାଇଛି। ଏଥିସହ ୫୮ ବନ୍ୟପ୍ରାଣୀଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି। ହାତୀମାନେ ସାଧାରଣତଃ ଖାଦ୍ୟ ଅନୁସନ୍ଧାନରେ ଜଙ୍ଗଲରୁ ଜଙ୍ଗଲ ଘୁରିବୁଲୁଥାନ୍ତି। ଝାଡଖଣ୍ଡ, ଛତିଗଡ଼, ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗରୁ ହାତୀମାନେ ଓଡ଼ିଶାକୁ ଆସିବା ସହିତ ଓଡ଼ିଶାରୁ ହାତୀମାନେ ସମ୍ପୃକ୍ତ ରାଜ୍ୟଗୁଡିକୁ ଯାଇଥାନ୍ତି। ତେବେ ଝାଡ଼ଖଣ୍ଡ, ଛତିଶଗଡ଼, ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ହାତୀଙ୍କ ଦ୍ୱାରା ଓଡ଼ିଶାରେ ହୋଇଥିବା କ୍ଷୟକ୍ଷତିର ସ୍ବତନ୍ତ୍ର ଆକଳନ ହୋଇପାରି ନାହିଁ। ଅପରପକ୍ଷେ କେବଳ କେନ୍ଦ୍ରାପଡ଼ାରେ ଗତ ୫ ବର୍ଷରେ କୁମ୍ଭୀର ଆକ୍ରମଣରେ ୨୨ଜଣଙ୍କ ମୃତ୍ୟୁ ହୋଇଛି। ବିଶେଷକରି ବ୍ରାହ୍ମଣୀ, ବୈତରଣୀ ଓ ଖରସ୍ରୋତା ନଦୀରେ କୁମ୍ଭୀର ଆକ୍ରମଣର ସଂଖ୍ୟା ଅଧିକ ରହିଛି ବୋଲି ମନ୍ତ୍ରୀ ତଥ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri