ସ୍କୁଲ ହଷ୍ଟେଲରୁ ୪୧ ଛାତ୍ରୀ କରୋନା ପଜିଟିଭ

ଚନ୍ଦ୍ରପୁର,୫ା୮(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ସଦର ସ୍ଥିତ ସରକାରୀ ଏଏସ୍‌ଡି ବାଳିକା ଉଚ୍ଚ ବିଦ୍ୟାଳୟର ହଷ୍ଟେଲରୁ ୪୧ ଛାତ୍ରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ବୁଧବାର ୧୨ ଛାତ୍ରୀ ଏବଂ ଗୁରୁବାର ୨୯ ଛାତ୍ରୀଙ୍କ ଆଣ୍ଟିଜେନ୍‌ ରିପୋର୍ଟ ପଜିଟିଭ୍‌ ଆସିଛି। ଏହାପରେ ପିଲାମାନଙ୍କୁ ଆଇସୋଲେଶନରେ ରଖାଯିବା ସହ ଏକ ସ୍ବାସ୍ଥ୍ୟ ଟିମ୍‌ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି। ଅଧିକ ସଂକ୍ରମଣ ରୋକିବା ନିମନ୍ତେ ସମସ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଅନ୍ୟପକ୍ଷରେ ଜିଲାପାଳ ସ୍ବଧା ଦେବ ସିଂଙ୍କ ନିର୍ଦ୍ଦେଶରେ ଉକ୍ତ ୨୯ ଛାତ୍ରୀଙ୍କ ଆର୍‌ଟି-ପିସିଆର୍‌ ପରୀକ୍ଷା ନିମନ୍ତେ ଶୁକ୍ରବାର ସ୍ବାବ୍‌ ନମୁନା ସଂଗ୍ରହ କରାଯାଇଛି। ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଡିଡବ୍ଲ୍ୟୁଓ ଅଶୋକ କୁମାର ଶତପଥୀ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ୩୦୦ ଛାତ୍ରୀ ଏହି ବିଦ୍ୟାଳୟ ହଷ୍ଟେଲରେ ରହି ପଢ଼ୁଛନ୍ତି। ପ୍ରଥମେ କେତେଜଣ ଛାତ୍ରୀ ଅସୁସ୍ଥ ଅନୁଭବ କରିବାରୁ ୩ ତାରିଖରେ ସ୍କୁଲ କର୍ତ୍ତୃପକ୍ଷ ସେମାନଙ୍କ ଆଣ୍ଟିଜେନ୍‌ ପରୀକ୍ଷା କରାଇଥିଲେ। ଗୋଟିଏ ସ୍କୁଲରୁ ଏତେ ସଂଖ୍ୟାରେ ଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହେବାପରେ ପ୍ରଶସନ ଅଧିକ ସତର୍କ ହୋଇଛି। ଜିଲାରେ ମଙ୍ଗଳ ବିଭାଗ ଅଧୀନରେ ଥିବା ଅନ୍ୟ ସ୍କୁଲଗୁଡ଼ିକରେ ମଧ୍ୟ ସତର୍କତା ପଦକ୍ଷେପ ନେବାକୁ ପ୍ରଧାନ ଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଅଫିସରେ ଅସୁସ୍ଥତା, ଘରେ ଆଖି ବୁଜିଲେ ଜନସ୍ୱାସ୍ଥ୍ୟ ଵିଭାଗ କିରାଣୀ ଗୋପାଳ ରଥ

ବଲାଙ୍ଗୀର, ୪।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜୀବ ନଗର ନିବାସୀ ଗୋପାଳ ଚରଣ ରଥଙ୍କ ଗୁରୁବାର ପରଲୋକ ହୋଇଛି। ସେ ବଲାଙ୍ଗୀର ପିଏଚଡି ସବଡିଭିଜନ ଅଫିସରେ ବିଲିଂ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri