ଭଙ୍ଗାଯିବ ୪୧୦ ସରକାରୀ କ୍ବାର୍ଟର

ଭୁବନେଶ୍ୱର,୨୫।୭(ବ୍ୟୁରୋ): ଭୁବନେଶ୍ବର ୟୁନିଟ-୨ରେ ଥିବା ୪୧୦ଟି ସରକାରୀ କ୍ବାର୍ଟର ଭଙ୍ଗାଯିବ। ବିଧାନସଭାରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହୀନିପତିଙ୍କ ପ୍ରଶ୍ନରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ଲିଖିତ ଉତ୍ତର ରଖିଛନ୍ତି।
ଏସବୁ କ୍ବାର୍ଟରକୁ ଭଙ୍ଗାଯାଇ ପିପିପି ମୋଡ୍‌ରେ ପୁନଃନିର୍ମାଣ କରିବା ଲାଗି ରାଜ୍ୟ ସରକାରଙ୍କ ଯୋଜନା ରହିଛି । ୟୁନିଟ-୬ ଅନ୍ତର୍ଗତ ୫୦ଟି କ୍ବାର୍ଟର ଭଙ୍ଗାଯାଇ ପୋଷ୍ଟ ଗ୍ରାଜୁଏଟ ଇନଷ୍ଟିଚ୍ୟୁଟ୍‌ ଅଫ ମେଡିକାଲ ଏଜୁକେଶନ ଆଣ୍ଡ ରିସର୍ଚ୍ଚ, କ୍ୟାପିଟାଲ ହସ୍ପିଟାଲ, ଭୁବନେଶ୍ବର ନିର୍ମାଣ ହେବ।
ସେହିପରି ୟୁନିଟ-୪ ଅନ୍ତର୍ଗତ ଅନ୍ୟ ୫୦ଟି କ୍ବାର୍ଟର ଏମ୍‌ଏଲ୍‌ଏ କଲୋନୀରେ ବହୁତଳ ଆବାସିକ କୋଠା ନିର୍ମାଣ କରାଯିବ । ୟୁନିଟ-୩ରେ ଭୁବନେଶ୍ବର ମହାନଗର ନିଗମର ନୂତନ କାର୍ଯ୍ୟାଳୟ ନିର୍ମାଣ ପାଇଁ ୧୨ଟି କ୍ବାର୍ଟର ଓ ୟୁନିଟ-୮ ଅନ୍ତର୍ଗତ ୩୬ଟି କ୍ବାର୍ଟର ନିରାପଦ ନଥିବା ଯୋଗୁ ଭଙ୍ଗାଯାଇଛି ।
ଏହା ବାଦ୍‌ ୟୁନିଟ-୨ରେ ୧୨୪ଟି ଘର ଖାଲି ପଡ଼ିଛି । ଯାହାର ପୁନଃନିର୍ମାଣ ଯୋଜନା ନିମନ୍ତେ ପ୍ରସ୍ତାବ ଥିବାରୁ ଆବଣ୍ଟନ ହୋଇନାହିଁ । ବର୍ତ୍ତମାନ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଅଧୀନରେ ୧୧,୩୭୪ଟି କ୍ବାର୍ଟର ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri