ବିସ୍ଥାପିତ ହେବେ ୪୧୦ ପରିବାର

ଅମ୍ବାଭୋନା,୯।୧୦(ଡି.ଏନ.ଏ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ କୁରୁମକେଲ ଗ୍ରାମରେ ବନ୍ୟପ୍ରାଣୀ ସଂରକ୍ଷଣ ପାଇଁ କେନ୍ଦ୍ର ସରକାରଙ୍କ ପୁନର୍ବାସ ଯୋଜନା ଅନୁଯାୟୀ ଶୁକ୍ରବାର ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି। ହୀରାକୁଦ ବନ୍ୟପ୍ରାଣୀ ସଂରକ୍ଷଣ ଡିଏଫ୍‌ଓ ଅଂଶୁପ୍ରଭା ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ହୀରାକୁଦ ଜଳଭଣ୍ଡାର ଅବବାହିକାରେ ଥିବା ରେଙ୍ଗାଲି, ଭୁଥୁଲି, କୁରୁମକେଲ, ବାଲିଯୋରି ଗ୍ରାମର ବିସ୍ଥାପନ ପାଇଁ ଶୁଣାଣି କରାଯାଇଥିଲା। ଶିବିରରେ ଅମ୍ବାଭୋନା ତହସିଲଦାର ସୀତାରାମ ଭୋଇ, ବିଡ଼ିଓ ଆଲଫ୍ରାନ୍ସ ବିଲୁଙ୍ଗ, ହୀରାକୁଦ ବନ୍ୟପ୍ରାଣୀ ସଂରକ୍ଷଣ ଅଧିକାରୀ ଦାଶ, ଅତିରିକ୍ତ ଜିଲାପାଳ ନବୀନ କୁମାର ପଟେଲ, ଉପଜିଲାପାଳ ଶୁଭେନ୍ଦ୍ର କୁମାର ସାମଲ, ଅମ୍ବାଭୋନା ପ୍ରାଣୀଧନ ଅଧିକାରୀ ଶ୍ରୀକାନ୍ତ ପରିଡ଼ା, ରେଞ୍ଜ ଅଧିକାରୀ ଦିଲୀପ କୁମାର ଧଳ, ପୂର୍ବତନ ସରପଞ୍ଚ ହୀରାଧର ସାହୁ, ଲଖନପୁର ସରପଞ୍ଚ ସତ୍ୟଭୂଷଣ ସାହୁ ପ୍ରମୁଖ ଯୋଗଦେଇ ସରକାରଙ୍କ ବିସ୍ଥାପନ, ପୁନର୍ବାସ ଯୋଜନା ସମ୍ପର୍କରେ ଉପସ୍ଥିତ ଲୋକଙ୍କୁ ବୁଝାଇଥିଲେ। ଏହା ଅନ୍ତିମ ଜନଶୁଣାଣି ହୋଇଥିବାରୁ ନିକଟ ଭବିଷ୍ୟତରେ ଉପରୋକ୍ତ ଗ୍ରାମବାସୀ ଭିଟାମାଟି ଛାଡ଼ିବେ ଏବଂ ଅମ୍ବାଭୋନା ବ୍ଲକ ମାନଚିତ୍ରରୁ ଏହି ଗ୍ରାମ ଗୁଡ଼ିକ ଲିଭିଯିବା ସ୍ପଷ୍ଟ ହୋଇଯାଇଛି।
ହୀରାକୁଦ ନଦୀବନ୍ଧ ଯୋଜନା ଆରମ୍ଭ ହେବା ପରେ ଉପରୋକ୍ତ ଗ୍ରାମବାସୀ ବିସ୍ଥାପିତ ହୋଇ ବାରପାହାଡ଼ ଜଙ୍ଗଲ ନିକଟରେ ଏହି ଗ୍ରାମ ଗୁଡ଼ିକରେ ବସତି ସ୍ଥାପନ କରିଥିଲେ । ତେବେ କେନ୍ଦ୍ର ସରକାରଙ୍କ ବ୍ୟାଘ୍ର ସଂରକ୍ଷଣ ପାଇଁ ଉକ୍ତ ସ୍ଥାନ ଚିହ୍ନଟ ହେବା ପରେ ପୁଣି ସେମାନଙ୍କୁ ବିସ୍ଥାପିତ ହେବାକୁ ପଡୁଛି। ଉପରୋକ୍ତ ଗ୍ରାମର ୪୧୦ ପରିବାର ବିସ୍ଥାପିତ ହେବେ ବୋଲି ସୂଚନା ମିଳିଛି। ପୁନର୍ବାସ ଯୋଜନା ଅନୁଯାୟୀ ପ୍ରତି ପରିବାରକୁ ୧୫ଲକ୍ଷ ଟଙ୍କାର ଆର୍ଥିକ ସହାୟତା ସାଙ୍ଗକୁ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପାନୀୟଜଳ ଆଦି ମୌଳିକ ସୁବିଧା ସୁଯୋଗ ଯୋଗାଇ ଦେବାକୁ ଅଧିକାରୀମାନେ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri