୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪,୧୦୦…

ନୂଆଦିଲ୍ଲୀ, ୨୬।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୬୬୦ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୪,୧୦୦ ରହିଛି।

ମହାରାଷ୍ଟ୍ରରେ କରୋନା ମୃତ୍ୟୁ ସଂଖ୍ୟା ଅପଡେଟ୍‌ କରାଯାଇଥିବାରୁ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ମହାରାଷ୍ଟ୍ରରେ ୪,୦୦୫ ମୃତକଙ୍କୁ ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି। କିନ୍ତୁ ଗତ ୨୪ ଘଣ୍ଟାରେ ୯୫ ଜଣ କରୋନା ଅକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୨୦ ହଜାର ତଳେ ରହିଛି। ଏହା ୧୬ ହଜାର ୭୪୧ ରହିଛି। ସେହିପରି ୨୪ ଘଣ୍ଟାରେ ୨ ହଜାର ୩୪୯ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ୨୦ ହଜାର ୮୫୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୧୮ ହଜାର ୩୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୪ ଲକ୍ଷ ୮୦ ହଜାର ୪୩୬ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୫୪୩ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ୨୭୫ ଜଣ,ମିଜୋରାମ୍‌ରେ ୧୩୧ଜଣ ଏବଂ ଦିଲ୍ଲୀରେ ୧୧୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୨ କୋଟି ୨୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୨୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୮ କୋଟି ୮୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

Share