୭ ବର୍ଷରେ ୪୧,୦୦୦ କୋଟିର ଋଣ ମଞ୍ଜୁର

ନୂଆଦିଲ୍ଲୀ,୬।୪: ଦେଶର ଆର୍ଥିକ ସଶକ୍ତୀକରଣ ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟିକୁ ଆଖି ଆଗରେ ରଖି ସରକାର ଷ୍ଟାଣ୍ଡ ଅପ୍‌ ଇଣ୍ଡିଆ ଯୋଜନାକୁ ଅଧିକ କ୍ରିୟାଶୀଳ କରାଇଛନ୍ତି। ଏପରିକି ଗତ ୭ ବର୍ଷ ମଧ୍ୟରେ ପ୍ରାୟ ୪୧,୦୦୦ (୪୦,୭୦୦) କୋଟି ଟଙ୍କାର ଋଣ ଅର୍ଥ ରାଶି ମଞ୍ଜୁର କରାଯାଇଛି। ସେହିଭଳି ଏହି ସମୟ ମଧ୍ୟରେ୧,୮୦,୬୩୦ କୋଟିରୁ ଅଧିକ ଆକାଉଣ୍ଟକୁ ଉକ୍ତ ଅର୍ଥରାଶି ପ୍ରଦାନ କରାଯାଇଛି। ଅପରପକ୍ଷରେ ସରକାର ତୃଣମୂଳସ୍ତରରେ ଉଦ୍ୟମିତାକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ୨୦୧୬ ଏପ୍ରିଲ ୫ରେ ଷ୍ଟାଣ୍ଡ ଅପ୍‌ ଇଣ୍ଡିଆ ଯୋଜନାର ଶୁଭାରମ୍ଭ କରିଥିଲେ।

ଏପରିକି ଷ୍ଟାଣ୍ଡ ଅପ୍‌ ଇଣ୍ଡିଆ ଯୋଜନାର କାର୍ଯ୍ୟକାଳକୁ ୨୦୨୫ ପର୍ଯ୍ୟନ୍ତ ମଧ୍ୟ ବୃଦ୍ଧି କରାଯାଇଛି। ବିଶେଷକରି ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ମହିଳା ସମ୍ପ୍ରଦାୟର ଆକାଂକ୍ଷୀ ଉଦ୍ୟୋଗୀମାନେ ସମ୍ମୁଖୀନ ହେଉଥିବା ସମସ୍ୟାକୁ ଆଖି ଆଗରେ ରଖି ସେମାନଙ୍କ ସ୍ବପ୍ନକୁ ବାସ୍ତବତାରେ ପରିଣତ କରିବା ଲାଗି ଷ୍ଟାଣ୍ଡଅପ୍‌ ଇଣ୍ଡିଆ ଯୋଜନା ଆରମ୍ଭ କରାଯାଇଥିଲା। ଉକ୍ତ ଯୋଜନା ମହିଳା ଅନୁସୂଚିତ ଜାତି ଏବଂ ଜନଜାତି ବର୍ଗର ଲୋକମାନଙ୍କ ମଧ୍ୟରେ ଉଦ୍ୟମିତାକୁ ପ୍ରୋତ୍ସାହିତ କରିବା ସହିତ ସେମାନଙ୍କୁ ଉତ୍ପାଦନ, ସେବା କିମ୍ବା ବ୍ୟବସାୟିକ ଏବଂ କୃଷି ଆନୁଷଙ୍ଗିକ କାର୍ଯ୍ୟକଳାପ କ୍ଷେତ୍ରରେ ନୂଆ ଉଦ୍ୟୋଗ ପ୍ରତିଷ୍ଠାରେ ସହାୟକ ହୋଇଥାଏ।

ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଥିଲେ, ବର୍ତ୍ତମାନ ସୁଦ୍ଧା ଉକ୍ତ ଯୋଜନାରେ ୧.୮ ଲକ୍ଷ ମହିଳା ଓ ଏସ୍‌ସି-ଏସ୍‌ଟି ଉଦ୍ୟୋଗୀଙ୍କୁ ୪୦,୬୦୦ କୋଟି ଟଙ୍କାର ଋଣ ମଞ୍ଜୁର କରାଯିବା ଆମ ପାଇଁ ଗର୍ବର ବିଷୟ। ଏପରିକି ଷ୍ଟାଣ୍ଡଅପ୍‌ ଇଣ୍ଡିଆ ଯୋଜନାର ୭ ବର୍ଷ ପୂର୍ତ୍ତି ଅବସରରେ ଅର୍ଥମନ୍ତ୍ରୀ ଆହୁରି କହିଛନ୍ତି, ଷ୍ଟାଣ୍ଡଅପ୍‌ ଇଣ୍ଡିଆ ଯୋଜନା ଏପରି ଏକ ଇକୋସିଷ୍ଟମ ସୃଷ୍ଟି କରିଛି ଯାହାକି ସବୁ ଅନୁସୂଚିତ ବାଣିଜି୍ୟକ ବ୍ୟାଙ୍କ ଜରିଆରେ ଋଣ ସହାୟତା ଯୋଗାଇଦେଇ ନୂଆ ଉଦ୍ୟୋଗ ପ୍ରତିଷ୍ଠା କରିବା ଲାଗି ଏକ ଅନୁକୂଳ ପରିବେଶ ସୃଷ୍ଟି କରିବ । ସେହିଭଳି ଏସ୍‌ସି-ଏସ୍‌ଟି ଓ ମହିଳାମାନଙ୍କ ମଧ୍ୟରେ ଉଦ୍ୟମିତାକୁ ପ୍ରୋତ୍ସାହନ ଦିଗରେ ଷ୍ଟାଣ୍ଡ ଅପ୍‌ ଇଣ୍ଡିଆ ଯୋଜନା ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ବୋଲି ସୀତାରାମନ ମତପ୍ରକାଶ କରିଛନ୍ତି।

ବିଶେଷକରି ଷ୍ଟାଣ୍ଡଅପ୍‌ ଇଣ୍ଡିଆ ଯୋଜନାରୁ ବଞ୍ଚିତ,ଅବହେଳିତ ବର୍ଗର ଉଦ୍ୟୋଗୀମାନଙ୍କୁ ବାଧାମୁକ୍ତ ଶସ୍ତା କ୍ରେଡିଟ୍‌ ସୁବିଧା ଯୋଗାଇଦେଇ ସଂଖ୍ୟାଧିକ ଲୋକଙ୍କ ଆଶା ଆକାଂକ୍ଷା ପୂରଣ କରୁଛି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ଏହି ଯୋଜନା ଆକାଂକ୍ଷୀ ଉଦ୍ୟୋଗୀମାନଙ୍କୁ ସେମାନଙ୍କର ଉଦ୍ୟମଶୀଳତା କୌଶଳ ପ୍ରଦର୍ଶନ କରିବା ଓ ସମ୍ଭାବ୍ୟ ଉଦ୍ୟୋଗୀମାନଙ୍କ ଆର୍ଥିକ ବିକାଶକୁ ଆଗେଇନେବା ଏବଂ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଲାଗି ଏକ ଦୃଢ ଇକୋସିଷ୍ଟମ ନିର୍ମାଣ କରିବାକୁ ପ୍ରୋତ୍ସାହନ ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri