Posted inଫୁରସତ

ନୌସେନାର ୪୧୧ ବର୍ଷର ଇତିହାସ

ଭାରତୀୟ ନୌସେନା ଦିବସ ପ୍ରତିବର୍ଷ ୪ ଡିସେମ୍ବରରେ ପାଳନ କରାଯାଇଥାଏ। ଦେଶର ସାମୁଦ୍ରିକ ସୀମା ସୁରକ୍ଷାରେ ନୌସେନାର ସଫଳତା ଏବଂ ଭୂମିକା ନେଇ ଏହି ଦିବସ ପାଳନ ଅବସରରେ ସଚେତନତା ସୃଷ୍ଟି କରାଯାଇଥାଏ।
ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯୭୧ ଯୁଦ୍ଧରେ ଭାରତୀୟ ନୌସେନାର ଅବିସ୍ମରଣୀୟ ବିଜୟକୁ ସ୍ମରଣ କରିବା ସହ ଯୁଦ୍ଧରେ ଶହୀଦ ହୋଇଥିବା ସମସ୍ତ ନୌସେନା ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଉଦ୍ଦେଶ୍ୟରେ ଏହି ଦିବସ ପ୍ରତିବର୍ଷ ପାଳନ କରାଯାଇଥାଏ।
୧୬୧୨ ମସିହାରେ ଇଷ୍ଟ ଇଣ୍ଡିଆ କମ୍ପାନୀ ଦ୍ୱାରା ଭାରତୀୟ ନୌସେନା ପ୍ରତିଷ୍ଠା କରାଯାଇଥିଲା । ୩ ଡିସେମ୍ବର ୧୯୭୧ରେ ଭାରତ-ପାକିସ୍ତାନ ଯୁଦ୍ଧ ସମୟରେ ପାକିସ୍ତାନ ଭାରତୀୟ ବାୟୁସେନା ଉପରେ ଆକ୍ରମଣ କରିଥିଲା । ଏହି ଆକ୍ରମଣର ମୁକାବିଲା କରି ଭାରତୀୟ ନୌସେନା ୩ଟି ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ବୀର, ଆଇଏନ୍‌ଏସ୍‌ ନିପାତ ଏବଂ ଆଇଏନ୍‌ଏସ୍‌ ନିର୍ଘଟ କରାଚୀ ମୁହଁା ହୋଇ ପାକିସ୍ତାନ ନୌସେନାକୁ କଡ଼ା ଜବାବ ଦେଇଥିଲେ ।
ଏହି ଅପରେଶନ ସମୟରେ ଭାରତୀୟ ନୌସେନା ପାକିସ୍ତାନ ସେନାର ୩ଟି ଜାହାଜକୁ ନଷ୍ଟ କରିବାକୁ ସକ୍ଷମ ହୋଇଥିଲା । ଭାରତର ନୌସେନାକୁ ଏହି ସଫଳତା ଦେବା ପଛରେ ଆକ୍ରମଣର ନେତୃତ୍ୱ ନେଇଥିବା କମାଣ୍ଡର କେ. ପି. ଗୋପାଳ ରାଓ ହିଁ ଥିଲେ । ଅପରେଶନ ଟ୍ରାଇଡେଣ୍ଟ ନାମରେ ପ୍ରସିଦ୍ଧ ଏହି ଘଟଣାକୁ ସ୍ମରଣୀୟ କରିବା ପାଇଁ ଭାରତୀୟ ନୌସେନା ପକ୍ଷରୁ ଏହି ଦିବସ ପାଳିତ ହୋଇଥାଏ।

୧୯୭୧ ଡିସେମ୍ବର ୪ରେ ଅପରେଶନ ଟ୍ରାଇଡେଣ୍ଟ ସମୟରେ ଭାରତୀୟ ନୌସେନା ପିଏନ୍‌ଏସ୍‌ ଖାଇବର ସମେତ ଚାରିଟି ପାକିସ୍ତାନୀ ଜାହାଜକୁ ଧ୍ୱଂସ କରିଥିଲା। ଏହି ଘଟଣାରେ ଶହେରୁ ଅଧିକ ପାକିସ୍ତାନୀ ସୈନ୍ୟଙ୍କ ମୃତ୍ୟୁ ଘଟିଥିଲା।
ଏହି ଯୁଦ୍ଧରେ ଶହୀଦ ହୋଇଥିବା ଭାରତୀୟ ଯବାନଙ୍କ ସ୍ମୃତିରେ ନୌସେନା ଦିବସ ପାଳନ କରାଯାଇଥାଏ।
ଭାରତୀୟ ନୌସେନାରେ ୬୭,୦୦୦ରୁ ଅଧିକ କର୍ମଚାରୀ ଏବଂ ପ୍ରାୟ ୧୫୦ ଜାହାଜ ଏବଂ ବୁଡ଼ାଜାହାଜ ସାମିଲ ଅଛନ୍ତି।
୨୧ ଅକ୍ଟୋବର ୧୯୪୪ରେ ରୟାଲ ଇଣ୍ଡିଆନ ନେଭି ପକ୍ଷରୁ ପ୍ରଥମ ଥର ପାଇଁ ନୌସେନା ଦିବସ ପାଳନ କରାଯାଇଥିଲା। ନୌସେନା ଦିବସ ପାଳନ କରିବାର ମୁଖ୍ୟ ଲକ୍ଷ୍ୟ ଥିଲା ସାଧାରଣ ଲୋକଙ୍କ ମଧ୍ୟରେ ନୌସେନା ବିଷୟରେ ସଚେତନତା ବୃଦ୍ଧି କରାଯିବା। ୧୯୪୫ ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ୧ ଡିସେମ୍ବରରେ ନୌସେନା ଦିବସ ପାଳନ କରାଯାଇଥିଲା। ୩୦ ନଭେମ୍ବର ୧୯୪୫ ରାତିରେ ନୌସେନା ଦିବସ ପାଳନ ଅବସରରେ ଇନ୍‌କିଲାବ ଜିନ୍ଦାବାଦ ସ୍ଲୋଗାନ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri