ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ପ୍ରକାଶ: ବିଜ୍ଞାନରେ ୮୯.୨%, କଳାରେ ୭୦.୪%, ବାଣିଜ୍ୟରେ ୭୫.୮୩%

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ଯୁକ୍ତ୨ ପ୍ରଥମ ବର୍ଷ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ଶନିବାର ପ୍ରକାଶ ପାଇଛି। ସାମ୍‌ସ ପକ୍ଷରୁ ପ୍ରକାଶିତ ତାଲିକା ଅନୁସାରେ, ବିଜ୍ଞାନରେ ୮୯.୨% କଟ୍‌ ଅଫ୍‌ ମାର୍କ ସହ ରେଭେନ୍‌ଶା ହାୟର ସେକେଣ୍ଡାରୀ ସ୍କୁଲ ଆଗରେ ରହିଥିବାବେଳେ ୮୭. ୬୭% ସହ ଦ୍ୱିତୀୟରେ ଭୁବନେଶ୍ୱରର ବିଜେବି ହାୟର ସେକେଣ୍ଡାରୀ ସ୍କୁଲ ଓ ୮୭.୧୭% ସହ ତୃତୀୟରେ ବ୍ରହ୍ମପୁରର ସରସ୍ବତୀ ବିଦ୍ୟାମନ୍ଦିର ରହିଛି। ସେହିପରି କଳାରେ ୭୦.୪% ସହ ବିଜେବି ହାୟର ସେକେଣ୍ଡାରୀ ସ୍କୁଲ ଆଗରେ ରହିଛି। ୭୦% କଟ୍‌ ଅଫ୍‌ ମାର୍କ ସହ ରେଭେନ୍‌ଶା ହାୟର ସେକେଣ୍ଡାରୀ ସ୍କୁଲ ଦ୍ୱିତୀୟରେ ରହିଥିବାବେଳେ ନରସିଂହପୁର ହାୟର ସେକେଣ୍ଡାରୀ ସ୍କୁଲ ୬୮.୧୭% ସହ ତୃତୀୟରେ ରହିଛି। ବାଣିଜ୍ୟରେ ୭୫.୮୩% ସହ ତାଳଚେର ହାୟର ସେକେଣ୍ଡାରୀ ସ୍କୁଲ ପ୍ରଥମରେ ରହିଛି। ୭୫.୫% କଟ୍‌ ଅଫ୍‌ ମାର୍କ ସହ ରେଭେନ୍‌ଶା ହାୟର ସେକେଣ୍ଡାରୀ ସ୍କୁଲ ଦ୍ୱିତୀୟରେ ଓ ୭୪.୪% ସହ ଶୈଳବାଳା ଓ୍ବିମେନ୍ସ ହାୟର ସେକେଣ୍ଡାରୀ ସ୍କୁଲ ତୃତୀୟରେ ରହିଛି। ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟରେ ସ୍ଥାନ ପାଇଥିବା ଯୋଗ୍ୟ ଛାତ୍ରୀଛାତ୍ରମାନେ ଆସନ୍ତା ୧୫ରୁ ୧୭ତାରିଖ ସନ୍ଧ୍ୟା ୫ଟା ମଧ୍ୟରେ ନାମ ଲେଖାଇବେ। ୧୭ ତାରିଖରେ ନାମଲେଖା ସମ୍ପର୍କିତ ଚୂଡ଼ାନ୍ତ ତଥ୍ୟ ଇ-ସ୍ପେସ୍‌ରେ ପ୍ରକାଶ ପାଇବ। ଜୁଲାଇ ୨୦ରେ ସ୍ପଟ୍‌ ସିଲେକ୍ସନ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବା ସହ ୨୫ରୁ ୨୭ ତାରିଖ ମଧ୍ୟରେ ନାମଲେଖା ହେବ। ତେବେ ଜୁଲାଇ ୨୯ରୁ ଯୁକ୍ତ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ଶିକ୍ଷାବର୍ଷ ପାଇଁ ୩ ଲକ୍ଷ ୭୫ ହଜାର ୯୫୮ ଛାତ୍ରୀଛାତ୍ର ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ୩୩ ହଜାର ୫୭୩ ଜଣ ଛାତ୍ରୀଛାତ୍ରଙ୍କୁ ନାମଲେଖା ଲାଗି ଚୟନ କରାଯାଇଥିଲା। ସେଥିମଧ୍ୟରୁ କଳା ବିଭାଗରେ ୨ ଲକ୍ଷ ୧୯ ହଜାର ୧୦ଜଣଙ୍କୁ ନାମଲେଖା ପାଇଁ ଡକାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧ ଲକ୍ଷ ୯୩ ହଜାର ୮୪ଜଣ ନାମ ଲେଖାଇଛନ୍ତି। ବିଜ୍ଞାନ ବିଭାଗରେ ୮୧ ହଜାର ୧୯୭ ଜଣଙ୍କ ମଧ୍ୟରୁ ୭୫ ହଜାର ୨୫୮, ବାଣିଜ୍ୟ ବିଭାଗରେ ୨୨ ହଜାର ୩୭୫ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୨୦ ହଜାର ୬୧୭, ସଂସ୍କୃତରେ ୬ ହଜାର ୩୧୯ଜଣଙ୍କ ମଧ୍ୟରୁ ୫ ହଜାର ୨୯୯ ଓ ଧନ୍ଦାମୂଳକରେ ଡକାଯାଇଥିବା ୪ ହଜାର ୬୯୦ ଜଣଙ୍କ ମଧ୍ୟରୁ ୪ହଜାର ୩୫ ଜଣ ଛାତ୍ରୀଛାତ୍ର ନାମ ଲେଖାଇଛନ୍ତି। ରାଜ୍ୟର ୧୯୮୪ କଲେଜର ୫ଟି ବିଭାଗରେ ମୋଟ ୪ ଲକ୍ଷ ୪୮ ହଜାର ୧୯୫ ସିଟ୍‌ ରହିଛି। ସେଥିମଧ୍ୟରୁ ପ୍ରଥମ ପର୍ଯ୍ୟାୟ ନାମଲେଖାରେ ୨ଲକ୍ଷ ୯୮ ହଜାର ୨୯୩ ସିଟ୍‌ ପୂରଣ ହୋଇଛି। ଆହୁରି ୧ ଲକ୍ଷ ୪୯ ହଜାର ୯୦୨ ସିଟ୍‌ ଖାଲି ରହିଥିବା ଜଣାପଡ଼ିଛି।


All Right Reserved By Dharitri.Com

ବମିଖାଲରେ ତ୍ୱରାନ୍ବିତ ହେବ ବିଶୋଧନ, ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର,୬ା୪(ବ୍ୟୁରୋ): ଭୁବନେଶ୍ୱର ବମିଖାଲ ଅଞ୍ଚଳରେ କରେନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ଏହି ଅଞ୍ଚଳରେ ୩ ଜଣଙ୍କଠାରେ କରୋନା ପଜେଟିିଭ ଚିହ୍ନଟ ହୋଇଥିବାବେଳେ...

ବନ୍ଦରେ ସ୍ବାଭାବିକ ରହିବ ମୋ ବସ୍‌ ଚଳାଚଳ

ଭୁବନେଶ୍ୱର, ୭ା୧ (ବ୍ୟୁରୋ)- ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ଦରଦାମ ବୃଦ୍ଧି ଓ ବେକାରି ପ୍ରଭୃତି ସମସ୍ୟାକୁ ନେଇ କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସ୍ବାଧୀନ ଫେଡେରେଶନ୍‌...

କଳାହାଣ୍ଡିରେ ପ୍ରଥମ କରୋନା ରୋଗୀ ଚିହ୍ନଟ ପରେ ଅକ୍ରାନ୍ତଙ୍କ ପଞ୍ଚାୟତ ସିଲ୍ କଲା ପ୍ରଶାସନ

କେସିଙ୍ଗା, ୫।୪(ଡି.ଏନ.ଏ.) କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଖମାର ହଳଦୀ ଗ୍ରାମ ପଞ୍ଚାୟତ ଅଞ୍ଚଳର ଜଣେ ୨୯ ବର୍ଷୀୟ ଯୁବକ କରୋନା ରୋଗରେ ଆକ୍ରାନ୍ତ ହୋଇଛନ୍ତ।...

ଅଗ୍ନିକାଣ୍ଡରେ ୨ ବଖରା ଜଳିଗଲା

ବୁଗୁଡ଼ା,୬ା୯(ଡି.ଏନ.ଏ.): ବୁଗୁଡ଼ା ବ୍ଲକ ଜେକ ଗ୍ରାମରେ ଅଗ୍ନିକାଣ୍ଡ ଘଟି ଶୁକ୍ରବାର ସକାଳେ ଦୁଇ ପରିବାରର ୨ ବଖରା ଜଳିଯାଇଛି। ବିଶ୍ୱନାଥ ବେହେରାଙ୍କ କୁମ୍ଭାର ଶାଳରେ ହାଣ୍ଡି...

ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବସିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୯ା୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ପୂର୍ବାହ୍ନ ୧୦ଟା ୪୫ ମିନିଟରେ୍‌ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ତେବେ ପ୍ରଥମଥର ପାଇଁ...

ଯକୃତ ପତିରୋପଣ ୟୁନିଟ୍‌: ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା ପ୍ରସ୍ତୁତି ସାରିବାକୁ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୯ା୭(ବ୍ୟୁରୋ)- ଆସନ୍ତା ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଯକୃତ ପ୍ରତିରୋପଣ ପାଇଁ ସମସ୍ତ ପ୍ରସ୍ତୁତି ସାରିବାକୁ...

ସାମ୍ବାଦିକ ଦିଲୀପ ଶତପଥୀଙ୍କ ପରଲୋକ

ଭୁବନେଶ୍ୱର,୯ା୯(ବ୍ୟୁରୋ) : ବରିଷ୍ଠ ସାମ୍ବାଦିକ ଦିଲୀପ ଶତପଥୀଙ୍କ ରବିବାର ବିଳମ୍ବିତ ରାତିରେ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲ୍‌ରେ ପରଲୋକ ଘଟିଛି। ତାଙ୍କୁ ୫୬ବର୍ଷ ହୋଇଥିଲା। ସେ...

ବ୍ୟାଗ୍‌ରେ ଶ୍ରୀମନ୍ଦିର ଚିତ୍ର: ପ୍ରତିବାଦ କଲେ ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ

ପୁରୀ ଅଫିସ,୨୪ା୧୨: ପୁରୀ ସହରକୁ ସ୍ବଚ୍ଛ ଓ ପରିଷ୍କାର ରଖିବା ଲାଗି ପୌରସଂସ୍ଥା ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ବିଶେଷକରି ଏକକ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ ଓ...

Leave a comment

Your email address will not be published. Required fields are marked *