ବିଏମ୍‌ସିରେ ୪୧୬ ନୂଆ ପଦବୀ

ଭୁବନେଶ୍ୱର,୨୬ା୮(ଅନିଲ ଦାସ): କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରବାସୀଙ୍କୁ ମୌଳିକ ସୁବିଧା ଯୋଗାଇଦେବା ସକାଶେ ରାଜ୍ୟ ସରକାର ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ପାଇଁ ୪୧୬ ନୂଆ ପଦବୀ ସୃଷ୍ଟି କରିଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପଦବୀଗୁଡ଼ିକୁ ମଞ୍ଜୁର କରିଛନ୍ତି।
ସୂଚନାଯୋଗ୍ୟ, ପୂର୍ବରୁ ବିଏମ୍‌ସିରେ ୨୧୦ ଅନୁମୋଦିତ ପଦବୀ ଥିଲା। ଏହି ଅତିରିକ୍ତ ୪୧୬ ପଦବୀ ସୃଷ୍ଟି ହେବା ଦ୍ବାରା ଏହାର ସମୁଦାୟ ପଦବୀ ସଂଖ୍ୟା ୬୨୬କୁ ବୃଦ୍ଧି ପାଇଛି।
ପୂର୍ବରୁ ନିଗମର ପ୍ରଶାସନିକ କ୍ଷେତ୍ରରେ ଗୋଟିଏ ଅତିରିକ୍ତ କମିଶନର ପଦବୀ ଥିବାବେଳେ ଆଉ ୩ଟି ପଦବୀ ସୃଷ୍ଟି କରାଯାଇ ସମୁଦାୟ ପଦବୀ ସଂଖ୍ୟା ୪କୁ ବୃଦ୍ଧି କରାଯାଇଛି। ସେହିପରି ୬ଟି ନୂତନ ଜୋନାଲ କମିଶନର ପଦବୀ ମଧ୍ୟ ସୃଷ୍ଟି କରାଯାଇଛି। ପୂର୍ବରୁ ୩ଟି ଡେପୁଟି କମିଶନର ପଦବୀ ଥିବାବେଳେ ଏଥିରେ ୧୩ଟି ନୂତନ ପଦବୀ ସୃଷ୍ଟି କରାଯାଇ ଏହି ପଦବୀ ସଂଖ୍ୟା ୧୬କୁ ବୃଦ୍ଧି କରାଯାଇଛି। ଏଥିସହିତ ପୂର୍ବରୁ ୪ଟି ପରିମଳ ଆସିଷ୍ଟାଣ୍ଟ କମିଶନର ପଦବୀ ଥିବାବେଳେ ଆଉ ୯ଟି ପଦବୀ ସୃଷ୍ଟି କରାଯାଇ ୧୩କୁ ବୃଦ୍ଧି କରାଯାଇଛି। ସେହିପରି ମହାନଗର ନିଗମର ଅର୍ଥ ବିଭାଗରେ ମୋଟ ୧୧ଟି ନୂତନ ପଦବୀ ସୃଷ୍ଟି କରାଯାଇଥିବା ବେଳେ ଯୋଜନା ବିଭାଗରେ ୪ଟି ନୂତନ ପଦବୀ ସୃଷ୍ଟି କରାଯାଇଛି। ଇଞ୍ଜିନିୟରିଂ(ୱାର୍କ୍ସ) ବିଭାଗରେ ୧୭, ସାନିଟେଶନ (ଇଞ୍ଜିନିୟରିଂ) ବିଭାଗରେ ୫ , ଡ୍ରେନେଜ ବିଭାଗରେ ୨୦, ମେକାନିକାଲ ବିଭାଗରେ ୨, ଆଇନ ବିଭାଗରେ ୧, ଲୋକସମ୍ପର୍କ ବିଭାଗରେ ୨, ସୌନ୍ଦର୍ଯ୍ୟକରଣ ଓ ଲ୍ୟାଣ୍ଡ ସ୍କେପିଂ ବିଭାଗରେ ୭, ପ୍ରାଣୀ କଲ୍ୟାଣ ବିଭାଗରେ ୪ , ସାମାଜିକ କଲ୍ୟାଣ ବିଭାଗରେ ୧୩, ବିପର୍ଯ୍ୟୟ ଓ ଜରୁରୀ ସେବା ବିଭାଗରେ ୧, ଏନ୍‌ଫୋର୍ସମେଣ୍ଟ ବିଭାଗରେ ୧୯, ଅମଲା ବିଭାଗରେ ୯୩ ଏବଂ ୱାର୍ଡ ଅଫିସ ବିଭାଗରେ ୧୮୭ ନୂତନ ପଦବୀ ସୃଷ୍ଟି କରାଯାଇଛି।
ଇଞ୍ଜିନିୟରିଂ(ୱାର୍କ୍ସ) ବିଭାଗରେ ପୂର୍ବରୁ ୨ଟି ସିଭିଲ କାର୍ଯ୍ୟନିର୍ବାହୀ ଅଧିକାରୀ ଥିବାବେଳେ ଏହାକୁ ୬କୁ ବୃଦ୍ଧି କରାଯାଇଛି। ସେହିପରି ସହକାରୀ କାର୍ଯ୍ୟନିର୍ବାହୀ ଅଧିକାରୀ ପଦବୀକୁ ୭ରୁ ୧୩ ଏବଂ ସିଭିଲ ଜୁନିୟର ଇଞ୍ଜିନିୟରିଂ ପଦବୀ ସଂଖ୍ୟାକୁ ୧୭ରୁ ୨୪କୁ ବୃଦ୍ଧି କରାଯାଇଛି।
ପରିମଳ (ଇଞ୍ଜିନିୟରିଂ) କ୍ଷେତ୍ରର ମଧ୍ୟ ୫ଟି ନୂତନ ପଦବୀ ସୃଷ୍ଟି କରାଯାଇଛି। ଏଥିରେ ଗୋଟିଏ କାର୍ଯ୍ୟନିର୍ବାହୀ ଅଧିକାରୀ(ପରିମଳ), ଗୋଟିଏ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ (ପରିମଳ) ଓ ୩ଟି ଜୁନିୟର ଇଞ୍ଜିନିୟର (ପରିମଳ) ପଦବୀ ରହିଛି।
ସେହିପରି ଡ୍ରେନେଜ ବିଭାଗରେ ୨୦ଟି ନୂତନ ପଦବୀ ସୃଷ୍ଟି କରାଯାଇଛି। ଏଥିରେ ଗୋଟିଏ କାର୍ଯ୍ୟନିର୍ବାହୀ ଅଧିକାରୀ, ୭ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ୧୨ ଜୁନିୟର ଇଞ୍ଜିନିୟର ପଦବୀ ରହିଛି।
ୱାର୍ଡ ପରିଚାଳନା ସବୁଠାରୁ ଗୁରୁତ୍ତ୍ୱପୂର୍ଣ୍ଣ କ୍ଷେତ୍ର ହୋଇଥିବାରୁ ୧୮୭ ନୂତନ ପଦବୀକୁ ଅନୁମୋଦନ କରାଯାଇଛି। ପୂର୍ବରୁ ଏଥିରେ ୮୧ଟି ପଦବୀ ଥିଲା। ବର୍ତ୍ତମାନ ସମୁଦାୟ ପଦବୀ ସଂଖ୍ୟା ୨୬୮ ହୋଇଛି। ପୂର୍ବରୁ ୱାର୍ଡ ଅଫିସର ପଦବୀ ନ ଥିବା ବେଳେ ଏଥିରେ ୬୭ ନୂଆ ୱାର୍ଡ ଅଫିସର ପଦବୀ ସୃଷ୍ଟି କରାଯାଇଛି। ସେହିପରି ୱାର୍ଡ ରେଭିନ୍ୟୁ ଅଫିସର (ଟ୍ୟାକ୍ସ କଲେକ୍ଟର) ପଦବୀ ସଂଖ୍ୟା ୫୦ ଥିବାବେଳେ ଏହା ୬୭କୁ ବୃଦ୍ଧି ପାଇଛି। ସାନିଟାରି ଇନ୍ସପେକ୍ଟର ପଦବୀ ସଂଖ୍ୟା ୬ ଥିବାବେଳେ ଏଥିରେ ୬୧ ନୂଆ ପଦବୀ ଯୋଗ କରାଯାଇଛି। ସେହିପରି କମ୍ୟୁନିଟି ଅର୍ଗାନାଇଜର ପଦବୀ ସଂଖ୍ୟା ୨୫ରୁ ୬୭କୁ ବୃଦ୍ଧି କରାଯାଇଛି।
ବିଏମ୍‌ସି ରାଜ୍ୟର ସବୁଠାରୁ ବୃହତ୍‌ ସ୍ବାୟତ୍ତ ଶାସନ ଅନୁଷ୍ଠାନ। ରାଜ୍ୟର ରାଜଧାନୀ ତଥା ଏକ ଆଧୁନିକ ସହର ଭାବେ ଭୁବନେଶ୍ବରର ପରିଚୟକୁ ଆହୁରି ସୁଦୃଢ଼ କରିବା ସହିତ ଏହି ଐତିହ୍ୟସମ୍ପନ୍ନ ସହରର ଐତିହାସିକ ମର୍ଯ୍ୟାଦାର ସୁରକ୍ଷା ଦିଗରେ ମହାନଗର ନିଗମର ଗୁରୁଦାୟିତ୍ୱ ରହିଛି। ଏହାଦ୍ବାରା ନିଗମ ଅଧିକ ଦକ୍ଷ ଓ କ୍ରିୟାଶୀଳ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri