ବିଏମ୍‌ସିରେ ୪୧୬ ନୂଆ ପଦବୀ

ଭୁବନେଶ୍ୱର,୨୬ା୮(ଅନିଲ ଦାସ): କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରବାସୀଙ୍କୁ ମୌଳିକ ସୁବିଧା ଯୋଗାଇଦେବା ସକାଶେ ରାଜ୍ୟ ସରକାର ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ପାଇଁ ୪୧୬ ନୂଆ ପଦବୀ ସୃଷ୍ଟି କରିଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପଦବୀଗୁଡ଼ିକୁ ମଞ୍ଜୁର କରିଛନ୍ତି।
ସୂଚନାଯୋଗ୍ୟ, ପୂର୍ବରୁ ବିଏମ୍‌ସିରେ ୨୧୦ ଅନୁମୋଦିତ ପଦବୀ ଥିଲା। ଏହି ଅତିରିକ୍ତ ୪୧୬ ପଦବୀ ସୃଷ୍ଟି ହେବା ଦ୍ବାରା ଏହାର ସମୁଦାୟ ପଦବୀ ସଂଖ୍ୟା ୬୨୬କୁ ବୃଦ୍ଧି ପାଇଛି।
ପୂର୍ବରୁ ନିଗମର ପ୍ରଶାସନିକ କ୍ଷେତ୍ରରେ ଗୋଟିଏ ଅତିରିକ୍ତ କମିଶନର ପଦବୀ ଥିବାବେଳେ ଆଉ ୩ଟି ପଦବୀ ସୃଷ୍ଟି କରାଯାଇ ସମୁଦାୟ ପଦବୀ ସଂଖ୍ୟା ୪କୁ ବୃଦ୍ଧି କରାଯାଇଛି। ସେହିପରି ୬ଟି ନୂତନ ଜୋନାଲ କମିଶନର ପଦବୀ ମଧ୍ୟ ସୃଷ୍ଟି କରାଯାଇଛି। ପୂର୍ବରୁ ୩ଟି ଡେପୁଟି କମିଶନର ପଦବୀ ଥିବାବେଳେ ଏଥିରେ ୧୩ଟି ନୂତନ ପଦବୀ ସୃଷ୍ଟି କରାଯାଇ ଏହି ପଦବୀ ସଂଖ୍ୟା ୧୬କୁ ବୃଦ୍ଧି କରାଯାଇଛି। ଏଥିସହିତ ପୂର୍ବରୁ ୪ଟି ପରିମଳ ଆସିଷ୍ଟାଣ୍ଟ କମିଶନର ପଦବୀ ଥିବାବେଳେ ଆଉ ୯ଟି ପଦବୀ ସୃଷ୍ଟି କରାଯାଇ ୧୩କୁ ବୃଦ୍ଧି କରାଯାଇଛି। ସେହିପରି ମହାନଗର ନିଗମର ଅର୍ଥ ବିଭାଗରେ ମୋଟ ୧୧ଟି ନୂତନ ପଦବୀ ସୃଷ୍ଟି କରାଯାଇଥିବା ବେଳେ ଯୋଜନା ବିଭାଗରେ ୪ଟି ନୂତନ ପଦବୀ ସୃଷ୍ଟି କରାଯାଇଛି। ଇଞ୍ଜିନିୟରିଂ(ୱାର୍କ୍ସ) ବିଭାଗରେ ୧୭, ସାନିଟେଶନ (ଇଞ୍ଜିନିୟରିଂ) ବିଭାଗରେ ୫ , ଡ୍ରେନେଜ ବିଭାଗରେ ୨୦, ମେକାନିକାଲ ବିଭାଗରେ ୨, ଆଇନ ବିଭାଗରେ ୧, ଲୋକସମ୍ପର୍କ ବିଭାଗରେ ୨, ସୌନ୍ଦର୍ଯ୍ୟକରଣ ଓ ଲ୍ୟାଣ୍ଡ ସ୍କେପିଂ ବିଭାଗରେ ୭, ପ୍ରାଣୀ କଲ୍ୟାଣ ବିଭାଗରେ ୪ , ସାମାଜିକ କଲ୍ୟାଣ ବିଭାଗରେ ୧୩, ବିପର୍ଯ୍ୟୟ ଓ ଜରୁରୀ ସେବା ବିଭାଗରେ ୧, ଏନ୍‌ଫୋର୍ସମେଣ୍ଟ ବିଭାଗରେ ୧୯, ଅମଲା ବିଭାଗରେ ୯୩ ଏବଂ ୱାର୍ଡ ଅଫିସ ବିଭାଗରେ ୧୮୭ ନୂତନ ପଦବୀ ସୃଷ୍ଟି କରାଯାଇଛି।
ଇଞ୍ଜିନିୟରିଂ(ୱାର୍କ୍ସ) ବିଭାଗରେ ପୂର୍ବରୁ ୨ଟି ସିଭିଲ କାର୍ଯ୍ୟନିର୍ବାହୀ ଅଧିକାରୀ ଥିବାବେଳେ ଏହାକୁ ୬କୁ ବୃଦ୍ଧି କରାଯାଇଛି। ସେହିପରି ସହକାରୀ କାର୍ଯ୍ୟନିର୍ବାହୀ ଅଧିକାରୀ ପଦବୀକୁ ୭ରୁ ୧୩ ଏବଂ ସିଭିଲ ଜୁନିୟର ଇଞ୍ଜିନିୟରିଂ ପଦବୀ ସଂଖ୍ୟାକୁ ୧୭ରୁ ୨୪କୁ ବୃଦ୍ଧି କରାଯାଇଛି।
ପରିମଳ (ଇଞ୍ଜିନିୟରିଂ) କ୍ଷେତ୍ରର ମଧ୍ୟ ୫ଟି ନୂତନ ପଦବୀ ସୃଷ୍ଟି କରାଯାଇଛି। ଏଥିରେ ଗୋଟିଏ କାର୍ଯ୍ୟନିର୍ବାହୀ ଅଧିକାରୀ(ପରିମଳ), ଗୋଟିଏ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ (ପରିମଳ) ଓ ୩ଟି ଜୁନିୟର ଇଞ୍ଜିନିୟର (ପରିମଳ) ପଦବୀ ରହିଛି।
ସେହିପରି ଡ୍ରେନେଜ ବିଭାଗରେ ୨୦ଟି ନୂତନ ପଦବୀ ସୃଷ୍ଟି କରାଯାଇଛି। ଏଥିରେ ଗୋଟିଏ କାର୍ଯ୍ୟନିର୍ବାହୀ ଅଧିକାରୀ, ୭ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ୧୨ ଜୁନିୟର ଇଞ୍ଜିନିୟର ପଦବୀ ରହିଛି।
ୱାର୍ଡ ପରିଚାଳନା ସବୁଠାରୁ ଗୁରୁତ୍ତ୍ୱପୂର୍ଣ୍ଣ କ୍ଷେତ୍ର ହୋଇଥିବାରୁ ୧୮୭ ନୂତନ ପଦବୀକୁ ଅନୁମୋଦନ କରାଯାଇଛି। ପୂର୍ବରୁ ଏଥିରେ ୮୧ଟି ପଦବୀ ଥିଲା। ବର୍ତ୍ତମାନ ସମୁଦାୟ ପଦବୀ ସଂଖ୍ୟା ୨୬୮ ହୋଇଛି। ପୂର୍ବରୁ ୱାର୍ଡ ଅଫିସର ପଦବୀ ନ ଥିବା ବେଳେ ଏଥିରେ ୬୭ ନୂଆ ୱାର୍ଡ ଅଫିସର ପଦବୀ ସୃଷ୍ଟି କରାଯାଇଛି। ସେହିପରି ୱାର୍ଡ ରେଭିନ୍ୟୁ ଅଫିସର (ଟ୍ୟାକ୍ସ କଲେକ୍ଟର) ପଦବୀ ସଂଖ୍ୟା ୫୦ ଥିବାବେଳେ ଏହା ୬୭କୁ ବୃଦ୍ଧି ପାଇଛି। ସାନିଟାରି ଇନ୍ସପେକ୍ଟର ପଦବୀ ସଂଖ୍ୟା ୬ ଥିବାବେଳେ ଏଥିରେ ୬୧ ନୂଆ ପଦବୀ ଯୋଗ କରାଯାଇଛି। ସେହିପରି କମ୍ୟୁନିଟି ଅର୍ଗାନାଇଜର ପଦବୀ ସଂଖ୍ୟା ୨୫ରୁ ୬୭କୁ ବୃଦ୍ଧି କରାଯାଇଛି।
ବିଏମ୍‌ସି ରାଜ୍ୟର ସବୁଠାରୁ ବୃହତ୍‌ ସ୍ବାୟତ୍ତ ଶାସନ ଅନୁଷ୍ଠାନ। ରାଜ୍ୟର ରାଜଧାନୀ ତଥା ଏକ ଆଧୁନିକ ସହର ଭାବେ ଭୁବନେଶ୍ବରର ପରିଚୟକୁ ଆହୁରି ସୁଦୃଢ଼ କରିବା ସହିତ ଏହି ଐତିହ୍ୟସମ୍ପନ୍ନ ସହରର ଐତିହାସିକ ମର୍ଯ୍ୟାଦାର ସୁରକ୍ଷା ଦିଗରେ ମହାନଗର ନିଗମର ଗୁରୁଦାୟିତ୍ୱ ରହିଛି। ଏହାଦ୍ବାରା ନିଗମ ଅଧିକ ଦକ୍ଷ ଓ କ୍ରିୟାଶୀଳ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?