Posted inଜାତୀୟ

୨୪ ଘଣ୍ଟାରେ ଏହି ରାଜ୍ୟରେ ଗିରଫ ହେଲେଣି ୪୧୬ ଜଣ, ଆଶ୍ଚର୍ଯ୍ୟ କରିବ ଏହା ପଛର କାରଣ

ଗୁଆହାଟି,୨୨।୧୨: ଆସାମ ସରକାର ବାଲ୍ୟ ବିବାହ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ଜୋରଦାର କରିଛନ୍ତି। ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ରବିବାର (୨୨ ଡିସେମ୍ବର ୨୦୨୪)ରେ କହିଛନ୍ତି ଯେ ରାଜ୍ୟରେ ବାଲ୍ୟ ବିବାହ ବିରୋଧରେ କାର୍ଯ୍ୟାନୁଷ୍ଠାନର ତୃତୀୟ ପର୍ଯ୍ୟାୟରେ ୪୧୬ ଜଣଙ୍କୁ ଗିରଫ କରାଯାଇଛି। ଏହି କାର୍ଯ୍ୟ ୨୧-୨୨ ଡିସେମ୍ବର ରାତିରେ ଆରମ୍ଭ ହୋଇଥିଲା। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ ପୋଲିସ ଏ ବାବଦରେ ୩୩୫ ଟି ମାମଲା ରୁଜୁ କରିଛି ଏବଂ ଗିରଫ ଲୋକଙ୍କୁ ରବିବାର କୋର୍ଟରେ ହାଜର କରାଯିବ।

ଇନଷ୍ଟାଗ୍ରାମରେ ପୋଷ୍ଟ କରି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏହି ସୂଚନା ଦେଇଛନ୍ତି। ଏହି ସାମାଜିକ ଦୁଷ୍ଟତାକୁ ଦୂର କରିବା ପାଇଁ ଆମେ ସାହସିକ ପଦକ୍ଷେପ ଗ୍ରହଣ କରିବା ଜାରି ରଖିବୁ ବୋଲି ସେ କହିଛନ୍ତି। ୨୦୨୩ରେ ଫେବୃଆରୀ ଏବଂ ଅକ୍ଟୋବରରେ ଦୁଇଟି ପର୍ଯ୍ୟାୟରେ ବାଲ୍ୟ ବିବାହ ବିରୋଧରେ ରାଜ୍ୟ ସରକାର ଏହି ଅଭିଯାନ ଆରମ୍ଭ କରିଥିଲେ। ଫେବୃଆରୀ ମାସରେ ପ୍ରଥମ ପର୍ଯ୍ୟାୟରେ ୪,୫୧୫ ମାମଲା ପଞ୍ଜୀକୃତ ହୋଇଥିଲା ଏବଂ ୩,୪୮୩ ଜଣଙ୍କୁ ଗିରଫ କରାଯାଇଥିବାବେଳେ ଅକ୍ଟୋବରରେ ଦ୍ୱିତୀୟ ପର୍ଯ୍ୟାୟରେ ୭୧୦ମାମଲା ପଞ୍ଜୀକୃତ ହୋଇଥିଲା ଏବଂ ୯୧୫ ଜଣଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri