ଗରିବ କଲ୍ୟାଣ ଯୋଜନାରେ ୪୨ କୋଟିଙ୍କୁ ସହାୟତା

ନୂଆଦିଲ୍ଲୀ, ୯।୯ : ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ କେନ୍ଦ୍ର ସରକାର ୪୨ କୋଟି ଲୋକଙ୍କୁ ସହାୟତା ପ୍ରଦାନ କରିଛନ୍ତି। ଏହି ବାବଦକୁ ୬୮,୮୨୦ କୋଟି ଟଙ୍କା ଦିଆଯାଇଥିବା ଅର୍ଥମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। କୋଭିଡ୍‌-୧୯ ଯୋଗୁ ଲୋକମାନେ ବିଭିନ୍ନ ସମସ୍ୟା ସାମ୍ନା କରୁଥିଲେ। ଗରିବ ଲୋକଙ୍କୁ ସହାୟତା ଯୋଗାଇ ଦେବା ଲାଗି କେନ୍ଦ୍ର ସରକାର ଏଭଳି ଏକ ଯୋଜନା ହାତକୁ ନେଇଥିଲେ। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ପ୍ୟାକେଜର ୧.୭୦ ଲକ୍ଷ କୋଟି ଟଙ୍କା ଅଧିନରେ ଏହି ଅର୍ଥ ରାଶି ପ୍ରଦାନ କରାଯାଇଛି। ମାର୍ଚ୍ଚ ୨୬ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏହି ଯୋଜନା ସମ୍ପର୍କରେ ଘୋଷଣା କରିଥିଲେ। ଏହା ଅଧିନରେ ମାଗଣା ଖାଦ୍ୟଶସ୍ୟ, ମହିଳାଙ୍କୁ କ୍ୟାଶ ପ୍ରଦାନ, ଗରିବ ଲୋକ ଏବଂ କୃଷକଙ୍କୁ ଅର୍ଥ ସହାୟତା ସାମିଲ ରହିଥିଲା। ଏହି ଯୋଜନା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉଛି କି ନାହିଁ ତାହା ନିରନ୍ତର ଭିତ୍ତିରେ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ମିଳିତ ଭାବେ ସମୀକ୍ଷା କରୁଥିବା ଅର୍ଥ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି। ପିଏମ୍‌ କିଶାନର ପ୍ରଥମ କିସ୍ତି ବାବଦକୁ ୧୭,୮୯୧ କୋଟି ଟଙ୍କା ୮.୯୪ କୋଟି କୃଷକଙ୍କୁ ପ୍ରଦାନ କରାଯାଇଛି। ୨୦.୬ କୋଟି ମହିଳାଙ୍କ ଜନଧନ ଖାତାରେ ୩୦,୯୨୫ କୋଟି ଟଙ୍କା ଜମା କରାଯାଇଛି। ଜନଧନ ଖାତାରେ କିସ୍ତିରେ ୫୦୦ ଲେଖାଏ ମୋଟ ୩ଟି କିସ୍ତି ପ୍ରଦାନ କରାଯାଇଛି। ସେହିଭଳି ଜାତୀୟ ସାମାଜିକ ସୁରକ୍ଷା ଯୋଜନାରେ ୨୮୧୪ କୋଟି, ଗରିବ କଲ୍ୟାଣ ଅନ୍ନ ଯୋଜନାରେ ୧୧୧ କୋଟି ଭଳି ବିଭିନ୍ନ ଖର୍ଚ୍ଚ ସରକାର କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri