ଗରିବ କଲ୍ୟାଣ ଯୋଜନାରେ ୪୨ କୋଟିଙ୍କୁ ସହାୟତା

ନୂଆଦିଲ୍ଲୀ, ୯।୯ : ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ କେନ୍ଦ୍ର ସରକାର ୪୨ କୋଟି ଲୋକଙ୍କୁ ସହାୟତା ପ୍ରଦାନ କରିଛନ୍ତି। ଏହି ବାବଦକୁ ୬୮,୮୨୦ କୋଟି ଟଙ୍କା ଦିଆଯାଇଥିବା ଅର୍ଥମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। କୋଭିଡ୍‌-୧୯ ଯୋଗୁ ଲୋକମାନେ ବିଭିନ୍ନ ସମସ୍ୟା ସାମ୍ନା କରୁଥିଲେ। ଗରିବ ଲୋକଙ୍କୁ ସହାୟତା ଯୋଗାଇ ଦେବା ଲାଗି କେନ୍ଦ୍ର ସରକାର ଏଭଳି ଏକ ଯୋଜନା ହାତକୁ ନେଇଥିଲେ। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ପ୍ୟାକେଜର ୧.୭୦ ଲକ୍ଷ କୋଟି ଟଙ୍କା ଅଧିନରେ ଏହି ଅର୍ଥ ରାଶି ପ୍ରଦାନ କରାଯାଇଛି। ମାର୍ଚ୍ଚ ୨୬ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏହି ଯୋଜନା ସମ୍ପର୍କରେ ଘୋଷଣା କରିଥିଲେ। ଏହା ଅଧିନରେ ମାଗଣା ଖାଦ୍ୟଶସ୍ୟ, ମହିଳାଙ୍କୁ କ୍ୟାଶ ପ୍ରଦାନ, ଗରିବ ଲୋକ ଏବଂ କୃଷକଙ୍କୁ ଅର୍ଥ ସହାୟତା ସାମିଲ ରହିଥିଲା। ଏହି ଯୋଜନା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉଛି କି ନାହିଁ ତାହା ନିରନ୍ତର ଭିତ୍ତିରେ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ମିଳିତ ଭାବେ ସମୀକ୍ଷା କରୁଥିବା ଅର୍ଥ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି। ପିଏମ୍‌ କିଶାନର ପ୍ରଥମ କିସ୍ତି ବାବଦକୁ ୧୭,୮୯୧ କୋଟି ଟଙ୍କା ୮.୯୪ କୋଟି କୃଷକଙ୍କୁ ପ୍ରଦାନ କରାଯାଇଛି। ୨୦.୬ କୋଟି ମହିଳାଙ୍କ ଜନଧନ ଖାତାରେ ୩୦,୯୨୫ କୋଟି ଟଙ୍କା ଜମା କରାଯାଇଛି। ଜନଧନ ଖାତାରେ କିସ୍ତିରେ ୫୦୦ ଲେଖାଏ ମୋଟ ୩ଟି କିସ୍ତି ପ୍ରଦାନ କରାଯାଇଛି। ସେହିଭଳି ଜାତୀୟ ସାମାଜିକ ସୁରକ୍ଷା ଯୋଜନାରେ ୨୮୧୪ କୋଟି, ଗରିବ କଲ୍ୟାଣ ଅନ୍ନ ଯୋଜନାରେ ୧୧୧ କୋଟି ଭଳି ବିଭିନ୍ନ ଖର୍ଚ୍ଚ ସରକାର କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?