ଓଡ଼ିଶାରୁ ରାମମନ୍ଦିର ଲାଗି ୪୨ କୋଟି ନିଧି ସଂଗ୍ରହ

ଭୁବନେଶ୍ୱର, ୧୫ା୩(ବ୍ୟୁରୋ):ଦୀର୍ଘ ୫୦୦ ବର୍ଷର ସଂଘର୍ଷମୟ କାଳଖଣ୍ଡର ଅବସାନ ଘଟାଇ ସର୍ବୋଚ୍ଚ ନ୍ୟାୟାଳୟଙ୍କ ଆଦେଶ କ୍ରମେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଭବ୍ୟ ମନ୍ଦିର ନିର୍ମାଣ ପାଇଁ ପଥ ପରିଷ୍କାର ହୋଇଥିଲା। ମନ୍ଦିର ନିର୍ମାଣ ଓ ସୁପରିଚାଳନା ପାଇଁ ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶକ୍ରମେ ଭାରତ ସରକାରଙ୍କ ଦ୍ୱାରା ‘ରାମଜନ୍ମଭୂମି ତୀର୍ଥକ୍ଷେତ୍ର’ ନାମକ ଏକ ନ୍ୟାସ (ଟ୍ରଷ୍ଟ) ମଧ୍ୟ ଗଠନ ହେଲା। ସାଧୁସନ୍ଥମାନଙ୍କ ପରାମର୍ଶ କ୍ରମେ ସମଗ୍ର ଭାରତବର୍ଷର ପ୍ରତ୍ୟେକ ରାମଭକ୍ତଙ୍କଠାରୁ ଅର୍ଥ ସଂଗ୍ରହ କରି ସେଥିରେ ହିଁ ମନ୍ଦିର ନିର୍ମାଣ ପାଇଁ ଏକ ବ୍ୟାପକ ଯୋଜନା ନ୍ୟାସ(ଟ୍ରଷ୍ଟ) ଦ୍ୱାରା ପ୍ରସ୍ତୁତ କରାଗଲା। ଫଳତଃ ସମଗ୍ର ଭାରତରେ ମକର ସଂକ୍ରାନ୍ତି ଗତ ୧୪ ଜାନୁୟାରୀ ଠାରୁ ମାଘପୂର୍ଣ୍ଣିମା ଗତ ୨ ଫେବୃୟାରୀ ପର୍ଯ୍ୟନ୍ତ ଏକ ବ୍ୟାପକ ଅର୍ଥ ସଂଗ୍ରହ ଅଭିଯାନର କାର୍ଯ୍ୟ ଚାଲିଲା। ସମଗ୍ର ଭାରତବର୍ଷ ସହିତ ଓଡ଼ିଶାରେ ମଧ୍ୟ ରାମ ଭକ୍ତିର ପ୍ରବଳ ପ୍ରବାହ ଦେଖିବାକୁ ମିଳିଥିଲା। ଏହି ନିଧି ସଂଗ୍ରହ ଅଭିଯାନର କାର୍ଯ୍ୟ ଶ୍ରୀରାମ ଜନ୍ମଭୂମି ମନ୍ଦିର ନିଧି ସମର୍ପଣ ସମିତି, ଓଡ଼ିଶା ମାଧ୍ୟମରେ ସମ୍ପନ୍ନ ହୋଇଛି। ଅଭିଯାନରେ ମୋଟ ୫୮,୯୯୨ କାର୍ଯ୍ୟକର୍ତ୍ତା ଭାଗ ନେଇଥିଲେ। ୫୫୩ ଜଣ ସାଧୁସନ୍ଥ ମଧ୍ୟ ଏହି ନିଧି ସଂଗ୍ରହ ଅଭିଯାନରେ ଯୋଗ ଦେଇଥିଲେ। କାର୍ଯ୍ୟକର୍ତ୍ତାମାନେ ମୋଟ ୪୩,୭୪୯ ଗ୍ରାମର ୭୪,୯୫,୭୯୯ ପରିବାର ସହ ସମ୍ପର୍କ ସ୍ଥାପନ କରିଥିଲେ। ଓଡ଼ିଶାର ଜନସାଧାରଣ ସମ୍ପୂର୍ଣ୍ଣ ସହଯୋଗ କରି ୪୨,୦୩,୦୭,୦୬୬ଟଙ୍କା ପରିମାଣର ଅର୍ଥ ମାଧ୍ୟମରେ ରାମମନ୍ଦିର ନିର୍ମାଣ ପାଇଁ ନିଜର ଭକ୍ତି ନୈବେଦ୍ୟ ସମର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?