ଇଂଲିଶରେ କପିକରି ଧରାପଡ଼ିଲେ ୪୨ ପରୀକ୍ଷାର୍ଥୀ

କଟକ,୨୪ା୨ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ଦ୍ୱାରା ପରିଚାଳିତ ଚଳିତବର୍ଷ ମାଟ୍ରିକ୍‌ ପରୀକ୍ଷାର ଦ୍ୱିତୀୟ ଭାଷା ଇଂଲିଶରେ ୪୨ ଜଣ ପରୀକ୍ଷାର୍ଥୀ ଶୁକ୍ରବାର ମାଲପ୍ରାକ୍ଟିସ୍‌(ଏମ୍‌ପି) ହୋଇଛନ୍ତି। ସେମାନେ ପରୀକ୍ଷା ହଲ୍‌ରେ ଅସତ୍‌ ଉପାୟ ଅବଲମ୍ବନ କରି ଉତ୍ତର ଲେଖୁଥିବାବେଳେ ସ୍କ୍ବାଡ୍‌ ହାତରେ ଧରାପଡ଼ିଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ପୂର୍ବରୁ ଅନୁଷ୍ଠିତ ମାତୃଭାଷା ପରୀକ୍ଷାରେ ମୋଟ୍‌ ୧୦ ପରୀକ୍ଷାର୍ଥୀ ଏମ୍‌ପି ହୋଇଥିଲେ। ପରୀକ୍ଷା ପରିଚାଳନାକୁ ଶୃଙ୍ଖଳିତ କରିବା ପାଇଁ ବୋର୍ଡ ପକ୍ଷରୁ ୪୨ଟି ସ୍ପେଶାଲ ସ୍କ୍ବାଡ୍‌, ୭୨ ଫ୍ଲାଇଂ ସ୍କ୍ବାଡ୍‌ ଓ ଜିଲା ପ୍ରଶାସନ ସ୍ତରରେ ଗୋଟିଏ ଲେଖାଏ ସ୍ବତନ୍ତ୍ର ସ୍କ୍ବାଡ୍‌ ବ୍ୟବସ୍ଥା ହୋଇଛି। ସିସିଟିଭି ଜରିଆରେ ଆର୍ଟିଫିସିଆଲ ସର୍ଭିଲେନ୍ସ (ଏଆଇ) ଉପଯୋଗରେ ପରୀକ୍ଷା ପରିଚାଳନାକୁ ବୋର୍ଡ ମୁଖ୍ୟାଳୟରୁ ନିୟନ୍ତ୍ରଣ କରାଯାଉଛି। ପ୍ରଥମ ଦିନ ପରୀକ୍ଷାରେ କେତେକ ଅବ୍ୟବସ୍ଥା ଏଆଇ ମାଧ୍ୟମରେ ଧରାପଡ଼ିଥିଲା। ବୋର୍ଡ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଏ ବାବଦରେ ଚିଠି ଦ୍ୱାରା ଅବଗତ କରାଯିବା ପରେ ସମ୍ପୃକ୍ତ ଜିଲାର ଜିଲା ଶିକ୍ଷାଧିକାରୀମାନେ ଏନେଇ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମାଟ୍ରିକ୍‌ ପରୀକ୍ଷା ସୂଚୀ ଅନୁଯାୟୀ, ଆସନ୍ତା ୨୬ରେ ଗଣିତ, ୨୮ରେ ତୃତୀୟ ଭାଷା, ମାର୍ଚ୍ଚ ୨ରେ ସାଧାରଣ ବିଜ୍ଞାନ ଓ ୪ ତାରିଖରେ ସାମାଜିକ ବିଜ୍ଞାନ ବିଷୟ ପରୀକ୍ଷା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri