Posted inଜାତୀୟ

ବିଶ୍ୱ ଐତିହ୍ୟରେ ବର୍ତ୍ତମାନ ୪୨ ଭାରତୀୟ ସ୍ଥଳ: ମନ କି ବାତରେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୪।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମନ କି ବାତ କାର୍ଯ୍ୟକ୍ରମର ୧୦୫ ତମ ସଂସ୍କରଣରେ କହିଛନ୍ତି ଭାରତରେ ବିଶ୍ୱ ଐତିହ୍ୟ ସ୍ଥଳ ସଂଖ୍ୟା ବର୍ତ୍ତମାନ ୪୨ରେ ପହଞ୍ଚିଛି। ଆମର ଐତିହାସିକ ଏବଂ ସାଂସ୍କୃତିକ ସ୍ଥାନଗୁଡିକ ଅଧିକରୁ ଅଧିକ ବିଶ୍ୱଐତିହ୍ୟ ଭାବରେ ମାନ୍ୟତା ପାଇବାକୁ ଭାରତର ପ୍ରୟାସ ସଫଳ ହେବାରେ ଲାଗିଛି। ପ୍ରଧାନମନ୍ତ୍ରୀ କହିଛନ୍ତି ଭାରତରେ ଅନେକ ବିଶ୍ୱ ଐତିହ୍ୟ ସ୍ଥାନ ରହିଛି। କିଛି ଦିନ ପୂର୍ବେ ଶାନ୍ତିନିକେତନ ଏବଂ କର୍ନାଟକର ପବିତ୍ର ହୋଏସଡା ମନ୍ଦିରକୁ ବିଶ୍ୱ ଐତିହ୍ୟ ଘୋଷିତ କରାଯାଇଥିଲା।

ବିଶ୍ୱ ପର୍ଯ୍ୟଟନ ଦିବସ ବିଷୟରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଦେଶବାସୀଙ୍କୁ ସ୍ମରଣ କରାଇଛନ୍ତି। ସେ କହିଛନ୍ତି, ୨୭ ସେପ୍ଟେମ୍ବର ହେଉଛି ବିଶ୍ୱ ପର୍ଯ୍ୟଟନ ଦିବସ, କିଛି ଲୋକ ପର୍ଯ୍ୟଟନକୁ କେବଳ ଦର୍ଶନୀୟ ସ୍ଥାନ ଭାବରେ ଦେଖନ୍ତି, କିନ୍ତୁ ପର୍ଯ୍ୟଟନର ଏକ ବହୁତ ବଡ ଦିଗ ରୋଜଗାର ସହ ଜଡିତ ଅଟେ। ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି ଯେତେବେଳେ କୌଣସି ସ୍ଥାନକୁ ଯିବାକୁ ଯୋଜନା କରୁଛନ୍ତି,ସେତେବେଳେ ଭାରତର ବିବିଧତା ଦେଖିବାକୁ ଚେଷ୍ଟା କରନ୍ତୁ। ଗତ କିଛି ବର୍ଷ ମଧ୍ୟରେ ଭାରତ ପ୍ରତି ଆକର୍ଷଣ ବୃଦ୍ଧି ପାଇଛି ଏବଂ ଜି -୨୦ ର ସଫଳ ସଂଗଠନ ପରେ ବିଶ୍ୱର ଲୋକଙ୍କ ଆଗ୍ରହ ଭାରତ ପ୍ରତି ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri