ଅଂଶଗ୍ରହଣ କରିବେ ୪୨ପରେଡ୍‌ ଦଳ

ସୋନପୁର,୧୧।୧(ନି.ପ୍ର): ସୁବର୍ଣ୍ଣପୁର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ସକାଶେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଅବୋଲି ସୁନିଲ ନରଓ୍ବଣେ ବୈଠକରେ ଅଧ୍ୟକ୍ଷତା କରିଥିଲେ। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ଚଳିତ ବର୍ଷ ଉତ୍ସବରେ ୪୨ଟି ପରେଡ ଦଳ ଅଂଶଗ୍ରହଣ କରିବାକୁ ଥିବା କହିଥିଲେ। ରାମେଶ୍ୱରସ୍ଥିତ ମିନି ଷ୍ଟାଡିୟମରେ ସକାଳ ୮ଟା ୩୦ରେ ମୁଖ୍ୟ ଅତିଥି ଜାତୀୟ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ଦେଇଥିଲେ। ବିଦ୍ୟାପତି ପଣ୍ଡା ଜିଲାସ୍ତରୀୟ କାର୍ଯ୍ୟକ୍ରମ ସମ୍ପର୍କରେ ବିଶେଷ ସୂଚନା ଦେଇଥିଲେ। ସନ୍ଧ୍ୟାରେ ନୂତନ ଟାଉନ ହଲରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବା ସହ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯିବ। ବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରରେ ବିଭିନ୍ନ ପ୍ରତିଯୋଗିତାର ସଫଳ ଆୟୋଜନ ପାଇଁ ଜିଲା ଶିକ୍ଷା ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଥିଲା। ଏସ୍‌ପି ଅମରେଶ କୁମାର ପଣ୍ଡା ପୋଲିସ ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ। ଅତିରିକ୍ତ ଜିଲାପାଳ ସୂର୍ଯ୍ୟନାରାୟଣ ଦାଶ, ନିଶି ପୁନମ ମିଞ୍ଜ୍‌, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲା ପରିଷଦ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କହଁର, ସୋନପୁର ଉପଜିଲାପାଳ ଡ. ଇପ୍‌ସିତା ପ୍ରିୟଦର୍ଶନୀ ମିଶ୍ର, ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ବିଶ୍ୱରଞ୍ଜନ ପତି, ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀ, ଜିଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ସହକାରୀ ବନ ସଂରକ୍ଷକ ପ୍ରଫୁଲ୍ଲ ଧରୁଆ, ଜିଲା ମଙ୍ଗଳ ଅଧିକାରୀ ପାଲକା ରବୀନ୍ଦ୍ର, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଦାମୋଦର କୈବର୍ତ୍ତ, ଜଳ ଓ ପରିମଳ ବିଭାଗ ନିର୍ବାହୀ ଯନ୍ତ୍ରୀ ବିଭୁପ୍ରସାଦ ପଣ୍ଡା, ଜିଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାଖା, ଜିଲା ମୁଖ୍ୟ କୃଷି ଅଧିକାରୀ ଗୌରିଶଙ୍କର ସିଂ, ଗତିକୃଷ୍ଣ ମିଶ୍ର, ଅକ୍ଷୟ ସାହୁ, ରମେଶ ମିଶ୍ର, ଗୋବିନ୍ଦ ମହାରଣା, କଇରୁ ସ୍ବାଇଁ, ଜ୍ୟୋତିରଞ୍ଜନ ପଟ୍ଟନାୟକ, ପ୍ରଦ୍ୟୁମ୍ନ ସାହୁ, ମୀନା ମହାରଣା ଓ ମଧୁସୂଦନ ପ୍ରଧାନ ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

କମାଲ କଲେ ସନ୍ନି-ପ୍ରୀତି ଯୋଡ଼ି: ଦର୍ଶକଙ୍କୁ ଲୁହରେ ଭିଜାଇଲା ବିଭାଜନର ଯନ୍ତ୍ରଣା

ସ୍ବାଧୀନତା ଦିବସର ବିଶେଷ ଅବସରରେ ନିର୍ଦ୍ଦେଶକ ରାଜକୁମାର ସନ୍ତୋଷୀଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ବଣ୍ଟୱାରା ୧୯୪୭’ ସିନେମା ଘରେ ମୁକ୍ତିଲାଭ କରିଛି। ଭାରତ ବିଭାଜନର କଷ୍ଟକର ଏବଂ…

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

ବଢିପାରେ ୨୦ ଟିଏମସି ବିଦ୍ରୋହୀଙ୍କ ସମସ୍ୟା! ବଡ଼ ନିଷ୍ପତ୍ତି ନେଲେ ଦିଦି

କୋଲକାତା,୧୪।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (ଟିଏମସି) ୨୦ ଜଣ ବିଦ୍ରୋହୀ ଲୋକ ସଭା ସାଂସଦଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି।…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..

ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri