ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅମଲାଙ୍କ ଧାରଣା: ସରକାରୀ କାର୍ଯ୍ୟ ଠପ୍‌

କୋରାପୁଟ,୧।୬(ସ୍ବ.ପ୍ର): ଯୋଗ୍ୟତା ଭିତ୍ତିରେ ଦରମା ହାର ୪୨୦୦/- ଗ୍ରେଡ ପେ ପ୍ରଦାନ ଦାବିରେ ଗୁରବାର କୋରାପୁଟ ମିଳିତ ଅମଲାମଞ୍ଚ ପକ୍ଷରୁ ଶୋଭାଯାତ୍ରା ସହ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି। ରାଜ୍ୟ ସରକାର ତୁରନ୍ତ ଦାବି ପୁରଣ ନ କଲେ ଆନ୍ଦୋଳନ ଜାରି ରହିବ ବୋଲି କୋରାପୁଟ ଜିଲା ମିଳିତ ଅମଲା ମଞ୍ଚର ସଭାପତି ଶଶିଭୁଷଣ ଦାଶ ପ୍ରକାଶ କରିଛନ୍ତି।

ପୁର୍ବରୁ କୋରାପୁଟ ଜିଲାର ଥିବା ୩୫ ବିଭାଗର ସମସ୍ତ ଅମଲା ନିଜ କାର୍ଯ୍ୟାଳୟ ଅଧିକାରୀଙ୍କୁ ଛୁଟି ନେଇ ଆବେଦନ କରିଥିଲେ। ପରେ ଗୁରବାର ଧାରଣାରେ ସାମିଲ ହୋଇଛନ୍ତି। ଉପରୋକ୍ତ ଦାବି ପୂରଣ ନେଇ ଦୀର୍ଘ ୬ ବର୍ଷ ହେବ ରାଜ୍ୟ ସରକାରଙ୍କ ନିକଟରେ ଅମଲା ସଂଘ ପକ୍ଷରୁ ବାରମ୍ବାର ଦାବି ସତ୍ତ୍ୱେ ସରକାରଙ୍କ ଟାଲଟୁଳ ନୀତିକୁ ସଂଘ ପକ୍ଷରୁ ଅସନ୍ତୋଷ ପ୍ରକାଶ ପାଇଛି। ଗୁରବାର ଧାରଣାରେ ଓଡ଼ିଶା ମିଳିତ ଅମଲା ମଞ୍ଚର କୋରାପୁଟ ଜିଲା ସଭାପତି ଶିଶି ଭୁଷଣ ଦାସ, ମୁଖ୍ୟ ଉପଦେଷ୍ଟା ସୁନାକର ରାଉତ, ଅଧକ୍ଷ ପ୍ରସନ୍ନ କୁମାର ନାୟକ, ସମ୍ପାଦକ ନିତ୍ୟାନନ୍ଦ ଭତ୍ରାଙ୍କ ନେତୃତ୍ୱରେ ଜିଲା ୩୫ ବିଭାଗର ଅମଲା ସମୁହ ଛୁଟି ନେଇ ଧାରଣାରେ ସାମିଲ ହୋଇଛନ୍ତି। ଅମଲାଙ୍କ ସମୁହ ଛୁଟିଯୋଗୁ ଜିଲାର ସମସ୍ତ କାର୍ଯ୍ୟଳୟ ଏକ ପ୍ରକାର ଠପ୍‌ ହୋଇଯାଇଛି। ଏପରିକି ଦୁରୁଦୁରାନ୍ତରୁ ଖର୍ଚ୍ଚ କରି କାର୍ଯ୍ୟାଳୟକୁ ଆସୁଥିବା ଜନସାଧାରଣ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri