ଗୋରୁ ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟ୍‌: ପୋଲିସ-ଅପରାଧୀ ମୁହାଁମୁହିଁ; ବିସ୍ଫୋରଣରେ ଡକାୟତ ମୃତ

ଭଞ୍ଜନଗର/ଆସିକା,୧୬।୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କଣ୍ଟେଇପଲ୍ଲୀ ଜଙ୍ଗଲ ରାସ୍ତାରେ ସୋମବାର ସକାଳେ ଜଣେ ଗୋରୁ ବ୍ୟବସାୟୀଙ୍କୁ ଆକ୍ରମଣ କରି ୧ଲକ୍ଷ ୧୦ ହଜାର ଟଙ୍କା ଲୁଟ୍‌ ହୋଇଥିଲା। ଏହି ମାମଲାରେ ଜଡ଼ିତ ୭ଜଣ ଅପରାଧୀ ଗଞ୍ଜାମ କନ୍ଧମାଳ ଜିଲା ସୀମାବର୍ତ୍ତୀ ଡହ ନିକଟସ୍ଥ ଗୋଚ୍ଛାପଲ୍ଲୀ ଜଙ୍ଗଲ ଅଭିମୁଖେ ଚାଲିଯାଇଥିଲେ। ସେଠାରେ ପୋଲିସ ସହ ଅଭିଯୁକ୍ତମାନଙ୍କ ମୁହଁାମୁହିଁ ହୋଇଥିଲା। ଅପରାଧିମାନେ ପୋଲିସ ଉପରକୁ ବୋମା ମାଡ଼ କରିବା ସହ ଗୁଳିଚାଳନା କରିଥିଲେ । ପୋଲିସ ମଧ୍ୟ ପାଲଟା ଗୁଳିଚାଳନା କରିଥିଲା। ଏହି ସମୟରେ ୬ଜଣ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। କିନ୍ତୁ ଅଭିଯୁକ୍ତ ଗାଙ୍ଗପୁର ଥାନା ଅନ୍ତର୍ଗତ ବଡ଼ବୋରସିଙ୍ଗିର ଚରଣ ରାଉତଙ୍କ ବାଇକ୍‌ କେନାଲ ଆଡ଼ିରେ ଖସିପଡ଼ିବାରୁ ସେ ତଳେ ପଡ଼ିଯାଇଥିଲେ। ଫଳରେ ପକେଟରେ ଧରିଥିବା ବୋମାଟି ଫୁଟି ଯାଇଥିଲା। ଏଥିରେ ଚରଣ ଗୁରୁତର ଭାବେ ଆହତ ହୋଇଥିଲେ। ଏହାପରେ ପୋଲିସ ଚରଣଙ୍କୁ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ପାଇଁ ଭଞ୍ଜନଗର ହସ୍‌ପିଟାଲକୁ ଆଣିଥିଲେ । ମେଡିକାଲରେ ଚରଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ବୋଲି ପୋଲିସ ଗଣମାଧ୍ୟମକୁ ସୁଚନା ଦେଇଛି । ଚରଣଙ୍କ ପକେଟରୁ ୨୧ ହଜାର ଟଙ୍କା ଜବତ ହୋଇଛି । ଏଥିସହ ପୋଲିସ ଘଟଣାସ୍ଥଳରୁ ଗୋଟିଏ ମାଉଜର ଜବତ କରିଥିବା ଜଣାପଡ଼ିଛି। କିନ୍ତୁ ପୋଲିସ ଏନେଇ ବିଶେଷ ସୂଚନା ମିଳିପାରିନାହିଁ। ତେବେ ଅନ୍ୟ ୬ଜଣ ଅଭିଯୁକ୍ତ ଫେରାର ହୋଇଯାଇଥିବା ବେଳେ ପୋଲିସ ସେମାନଙ୍କୁ ଗିରଫ ପାଇଁ ଚେଷ୍ଟା ଚଳାଇଛି।


All Right Reserved By

ମଦମୁକ୍ତି ଅଭିଯାନରେ କାଳିଞ୍ଜି ସମାଜ ସାମିଲ

ବେଗୁନିଆପଡ଼ା,୧୪ା୬(ଡି.ଏନ.ଏ.)-ବେଗୁନିଆପଡ଼ା ବ୍ଲକ ଷଣ୍ଢମୂଳ ପଞ୍ଚାୟତ ଶାଳବଣ ଗ୍ରାମରୁ ଓଡ୍ର ଖଣ୍ଡାୟତ କାଳିଞ୍ଜି ଓଡ଼ିଆ ସମାଜ ପକ୍ଷରୁ ମଦମୁକ୍ତି ଆନ୍ଦୋଳନ ଆରମ୍ଭ ହୋଇଛି। ବ୍ଲକ ଅନ୍ତର୍ଗତ ନୂଆଗଡ଼...

୮୦ ବିସ୍ଥାପିତ ଶ୍ରମିକଙ୍କୁ ଉଠାଇନେଲା ପୋଲିସ

ଛତ୍ରପୁର, ୩୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟା ପ୍ରକଳ୍ପ କାର୍ଯ୍ୟାଳୟରେ ସ୍ଥାୟୀ ନିଯୁକ୍ତି ଦାବିରେ ଗତ ଶନିବାରଠାରୁ ୮୦ ଶ୍ରମିକ ଧାରଣାରେ ବସିଥିଲେ।...

ସ୍କିଲ୍‌ ଗ୍ୟାପ୍‌ ହ୍ରାସ କରିବା ଉପରେ ଗୁରୁତ୍ୱ’

ଭୁବନେଶ୍ୱର,୯।୭(ବ୍ୟୁରୋ): ସ୍କିଲ ଗ୍ୟାପ ହ୍ରାସ ସହ ଦକ୍ଷତା ସମ୍ପନ୍ନ ଏବଂ ଉତ୍ପାଦକ କାର୍ଯ୍ୟବଳ ତିଆରି ହେଲେ ଏହା ଭାରତକୁ ୫ ଟ୍ରିଲିୟନ ଅର୍ଥନୀତି କରିବାରେ ସହାୟକ...

ରେଭେନ୍‌ଶା ହେବ ସର୍ବବୃହତ୍‌ ସ୍ପୋର୍ଟସ ହବ୍‌

କଟକ ଅଫିସ,୨୮।୫: ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ମଧ୍ୟରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ହେବ ସର୍ବବୃହତ୍‌ ସ୍ପୋର୍ଟସ ହବ୍‌। ଏଠାରେ ଉପଲବ୍ଧ ରହିବ ଅନେକ କ୍ରୀଡ଼ାର ଅତ୍ୟାଧୁନିକ...

ପେଣ୍ଠକଟାର ସ୍ବଚ୍ଛତା ଉପରେ ଜିଲାପାଳଙ୍କ ଗୁରୁତ୍ୱ

ପୁରୀ ଅଫିସ, ୮ା୮:  ବାତ୍ୟା ଫନୀରେ ପୁରୀ ସହରସ୍ଥ ବସ୍ତିଗୁଡ଼ିକ ମଧ୍ୟରୁ ସମୁଦ୍ର ଉପକୂଳ ପେଣ୍ଠକଟା ବସ୍ତି ଅଧିକ କ୍ଷତିଗ୍ରସ୍ତ ହୋଇଥିଲା। ଏଠାରେ ବ୍ୟାପକ ସଂଖ୍ୟାରେ...

ଅପହୃତା ଯୁବତୀ ଉଦ୍ଧାର: ଅପହରଣକାରୀ ଗିରଫ

ଦିଗପହଣ୍ଡି,୧୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଜଣେ ଅପହୃତା ଯୁବତୀଙ୍କୁ କେ. ନୂଆଗାଁ ପୋଲିସ ଉଦ୍ଧାର କରିଛି। ଅପହରଣକାରୀ ଯୁବକଙ୍କୁ ପୋଲିସ ଥାନାରେ ରଖି...

ଅଗ୍ନିକାଣ୍ଡରେ ଦୋକାନ ଜଳିଗଲା

ଖଲ୍ଲିକୋଟ,୧ା୬(ଡି.ଏନ.ଏ.)- ଖଲ୍ଲିକୋଟ ସହର ଧରାକୋଟ ସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବାଇଣ୍ଡିଙ୍ଗ୍‌ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ଦୋକାନରେ ଥିବା ଲକ୍ଷାଧିକ ଟଙ୍କାର ବିଦ୍ୟୁତ୍‌ ସାମଗ୍ରୀ...

ମାଓବାଦୀଙ୍କ ଶହୀଦ ସପ୍ତାହ : କୋରାପୁଟ ଜିଲାରେ ହାଇଆର୍ଲଟ, ଗାଡ଼ି ଚଳାଚଳ ବନ୍ଦ

କୋରାପୁଟ,୨୮।୭(ସ୍ବ.ପ୍ର.): ଅବିଭକ୍ତ କୋରାପୁଟ ଜିଲାରେ ମାଓବାଦୀଙ୍କ ପକ୍ଷରୁ ଶହୀଦ ସପ୍ତାହ ଆରମ୍ଭ ହୋଇଥିବାବେଳେ କୋରାପୁଟରେ ଆଂଶିକ ପ୍ରଭାବ ଦେଖାଯାଇଛି। ବିଶେଷକରି ଜିଲାର ପଟ୍ଟାଙ୍ଗି ବ୍ଲକର ଆବଲି,...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *