CORONAVIRUS UPDATE: ରାଜ୍ୟରୁ ଆଜି ୪୨୪୨ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୮୪ ହଜାର ଟପିଲା

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୪,୨୪୨ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧, ୮୪,୧୨୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୫୦୩ ଜଣ ଚିହ୍ନଟ ହୋଇଥିବା ବେଳେ ୧୭୩୯ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୬୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୫୯୫ ଏବଂ ଝାରସୁଗୁଡ଼ାରୁ ୨୦୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୧୩୦, ବାଲେଶ୍ୱର ୧୫୫, ବରଗଡ଼ ୧୧୪, ଭଦ୍ରକ ୧୧୪, ବଲାଙ୍ଗୀର ୬୮, ବୌଦ୍ଧ ୪୫, ଦେବଗଡ଼ ୧୦, ଢେଙ୍କାନାଳ ୭୧, ଗଜପତି ୨୭, ଗଞ୍ଜାମ ୫୭, ଜଗତସିଂହପୁର ୧୭୬, ଯାଜପୁର ୧୩୧, କଳାହାଣ୍ଡି ୪୦, କନ୍ଧମାଳ ୧୫୩, କେନ୍ଦ୍ରାପଡ଼ା ୧୫୫, କେନ୍ଦୁଝର ୬୨, କୋରାପୁଟ ୯୦, ମାଲକାନଗିରି ୬୯, ମୟୂରଭଞ୍ଜ ୧୭୧, ନବରଙ୍ଗପୁର ୫୪, ନୟାଗଡ଼ ୫୩, ପୁରୀ ୧୮୨, ନୂଆପଡ଼ା ୫୮, ରାୟଗଡ଼ା ୧୩୪, ସମ୍ବଲପୁର ୧୧୩, ସୋନପୁର ୧୯ ଏବଂ ସୁନ୍ଦରଗଡ଼ରୁ ୧୩୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧,୮୪, ୧୨୨ରେ ପହଞ୍ଚିଥିବା ବେଳେ ୧,୪୫,୬୭୫ ଜଣ ସୁସ୍ଥ ହୋଇଛନ୍ତି। ୩୭,୬୮୪ ଜଣ ଚିକିତ୍ସିତ ହେଉଛନ୍ତି। ୭୧୦ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଟସ୍ପଟ ଅଞ୍ଚଳରୁ ଲୋକେ ଆସୁଥିବାରୁ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା: ବିଏମ୍‌ସି କମିଶନର

ଭୁବନେଶ୍ୱର,୧୧।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ କାୟା ବିସ୍ତାର କରି ଚାଲିଛି କରୋନା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ଧିରେ ଧିରେ ବଢିବାରେ ଲାଗିଛି। ହଟସ୍ପଟ ଅଞ୍ଚଳରୁ...

ଭଣ୍ଡାରିପୋଖରୀ ବଜାରର ୫୦ ବ୍ୟବସାୟୀଙ୍କୁ ଉଚ୍ଛେଦ

ଭଣ୍ଡାରିପୋଖରୀ, ୧୦ା୯(ଡି.ଏନ୍‌.ଏ.)-ଭଦ୍ରକ ଜିଲା ଦେଇ ଯାଇଥିବା ୧୬ ନଂ ଜାତୀୟ ରାଜପଥ ପ୍ରଶସ୍ତୀକରଣ କାର୍ଯ୍ୟ ଚାଲିଥିବାରୁ ଭଣ୍ଡାରିପୋଖରୀ ବଜାରର ବହୁ ଅଂଶକୁ ଭାଙ୍ଗି ଦିଆଯାଇଛି। ଗତ...

ବାର୍ଷିକ ପରୀକ୍ଷାକୁ ଆଉ ୪ମାସ ବାକି: ଏଯାଏ ପୁସ୍ତକ ଯୋଗାଇ ପାରିଲେନି ସରକାର

ମାଲକାନଗିରି,୧୯।୧୦ (ଡି.ଏନ୍‌.ଏ.)- ଚଳିତବର୍ଷ ମାଲକାନଗିରି ଜିଲାର ୪୨ଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରୀକ୍ଷା ଫଳାଫଳ ନୈରାଶ୍ୟଜନକ ଥିବାରୁ ସରକାର ସମ୍ପୃକ୍ତ ବିଦ୍ୟାଳୟର ଶିକ୍ଷକମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ...

୨୧ରୁ ଖୋଲିବ ସ୍କୁଲ: ଜାରି ହେଲା ମାର୍ଗଦର୍ଶିକା

ନୂଆଦିଲ୍ଲୀ, ୯।୯: କରୋନା ମହାମାରୀ ସଂକ୍ରମଣ ଯୋଗୁ ବନ୍ଦ ଥିବା ସ୍କୁଲ ସେପ୍ଟେମ୍ବର ୨୧ରୁ ଖୋଲିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନୁମତି ଦିଆଯାଇଛି। ନବମରୁ...

ଆମ୍ବୁଲାନ୍ସ ଅଚଳ: ରୋଗୀ ହୀନସ୍ତା

ଢେଙ୍କାନାଳ ଅଫିସ, ୧୪।୮-ଅଧାରାସ୍ତାରେ ଅଚଳ ହୋଇପଡ଼ିଲା ଆମ୍ବୁଲାନ୍ସ। ଫଳରେ ଯନ୍ତ୍ରଣାରେ ଛଟପଟ ହୋଇଥିଲେ ପକ୍ଷାଘାତ ରୋଗୀ। ଏପରି ଏକ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ସଦରରେ।...

୫ ଜିଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା: ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ରାଜ୍ୟର ୫ ଜିଲାରେ ଶନିବାର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଖୋର୍ଦ୍ଧା, କଟକ, ଯାଜପୁର, ପୁରୀ ଓ ଜଗତ୍‌ସିଂହପୁର ଆଦି ଜିଲାକୁ...

ଭାରସାମ୍ୟ ହରାଇ ପୋଲ ତଳକୁ ଓଲଟିଲା କାର୍‌: ଜଣେ ମୃତ, ୩ ଗୁରୁତର

ବାହାନଗା,୧୪।୯(ଡି.ଏନ.ଏ.): ବାଲେଶ୍ବର ଜିଲା ବାହାନଗା ବ୍ଲକ ୧୬ ନମ୍ବର ଜାତୀୟ ରାଜପଥ ଓଳିଆପାଟଣା ଠାରେ ଏକ କାର୍‌ ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଛି। ଫଳରେ...

ପ୍ରତିଶ୍ରୁତିରେ ଅଟକିଛି ରାସ୍ତା ନିର୍ମାଣ

ଝୁମ୍ପୁରା, ୨୪।୧ (ଡି.ଏନ.ଏ.) – କେନ୍ଦୁଝର ଜିଲାର ପଳାଶପଙ୍ଗା (ସ୍ପଞ୍ଜ ଆଇରନ ଛକ) ଠାରୁ ବାମେବାରୀ ପର୍ଯ୍ୟନ୍ତ କିଡ୍‌କୋ ରାସ୍ତା ପାଲଟିଛି ମରଣଯନ୍ତା। ଦୁର୍ଘଟଣାପ୍ରବଣ ରାସ୍ତା...

Coronavirus Update

Archives

Model This Week

Why Dharitri