ଆଜି ରାଜ୍ୟରୁ ୪୨୫ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୧ ପିଲା

ଭୁବନେଶ୍ୱର,୨୫ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ୪୨୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୮,୮୩୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୪୯ ଜଣ ଚିହ୍ନଟ ହୋଇଥିବା ବେଳେ ୧୭୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୭୧ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୧୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୦ ଏବଂ ମୟୂରଭଞ୍ଜରୁ ୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୨, ବାଲେଶ୍ୱର ୧୫, ଭଦ୍ରକ ୧୧, ଦେବଗଡ଼ ୬, ଢେଙ୍କାନାଳ ୩, ଗଜପତି ୪, ଜଗତସିଂହପୁର ୧୦, ଯାଜପୁର ୧୧, ଝାରସୁଗୁଡ଼ା ୨, କେନ୍ଦ୍ରାପଡ଼ା ୩, କେନ୍ଦୁଝର ୧, କୋରାପୁଟ ୧, ନବରଙ୍ଗପୁର ୧, ନୟାଗଡ଼ ୬, ନୂଆପଡ଼ା ୩, ପୁରୀ ୮, ରାୟଗଡ଼ା ୪, ସମ୍ବଲପୁର ୧୪, ସୋନପୁରରୁ ୧ ଏବଂ ସୁନ୍ଦରଗଡ଼ରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୪୫।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୩୮,୮୩୬ରେ ପହଞ୍ଚିଥିବା ବେଳେ ୧୦,୨୫,୯୧୭ଜଣ ସୁସ୍ଥ ହୋଇଛନ୍ତି। ୪୫୫୪ ଜଣ ଚିକିିତ୍ସିତ ହେଉଛନ୍ତି।