Posted inଜାତୀୟ

୪୨୫ କୋଟି ଟଙ୍କାର ନିଶାଦ୍ରବ୍ୟ ଜବତ

ଅହମଦାବାଦ୍‌,୭।୩: ଭାରତୀୟ ତଟରକ୍ଷୀ ବାହିନୀର ମିଳିତ ଅପରେଶନରେ ଗୁଜରାଟ ଏଟିଏସ ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପିଆରଓ ପ୍ରତିରକ୍ଷା ଗୁଜରାଟ ଅନୁଯାୟୀ କାର୍ଯ୍ୟ କରୁଥିବା ଏଟିଏସ ଏବଂ ଇଣ୍ଡିଆନ କୋଷ୍ଟଗାର୍ଡ ଗୁଜରାଟର ଆରବ ସାଗରରେ ଥିବା ଭାରତୀୟ ଅଞ୍ଚଳରେ ୫ ଜଣ କ୍ରୁ ଏବଂ ୬୧ କିଲୋଗ୍ରାମ ନିଶା (୪୨୫ କୋଟି ଟଙ୍କା) ଦ୍ରବ୍ୟ ସହିତ ଏକ ଇରାନୀୟ ଡଙ୍ଗାକୁ ଅଟକାଇଥିଲେ। ଅଧିକ ଅନୁସନ୍ଧାନ ପାଇଁ ଡଙ୍ଗାକୁ ଓଖାକୁ ଅଣାଯାଉଛି।
ଅନ୍ୟପକ୍ଷରେ ପ୍ରତିରକ୍ଷା ଜନସମ୍ପର୍କ କାର୍ଯ୍ୟାଳୟ ଦ୍ୱାରା ସୋମବାର ରାତିରେ ଜାରି କରାଯାଇଥିବା ଏକ ବିଜ୍ଞପ୍ତିରେ କୁହାଯାଇଛି ଯେ, ଗୁଜରାଟ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌(ଏଟିଏସ୍‌) ଦ୍ୱାରା ଅଂଶୀଦାର ହୋଇଥିବା ଗୁପ୍ତ ତଥ୍ୟ ଆଧାରରେ ଭାରତୀୟ ତଟରକ୍ଷୀ ବାହିନୀ ଏହାର ଦୁଇଟି ଜାହାଜକୁ ପାଟ୍ରୋଲିଂ ପାଇଁ ନିୟୋଜିତ କରିଥିଲା। ଓଖା ଉପକୂଳଠାରୁ ପ୍ରାୟ ୩୪୦ କିଲୋମିଟର ଦୂରରେ ଭାରତୀୟ ଜଳରେ ଏକ ଡଙ୍ଗା ସନ୍ଦେହଜନକ ଭାବରେ ଗତି କରୁଥିବା ଦେଖାଯାଇଥିଲା। ଭାରତୀୟ ପାଟ୍ରୋଲିଂ ଜାହାଜ ଦ୍ୱାରା ଚ୍ୟାଲେଞ୍ଜ ହୋଇଥିବା ବେଳେ ଡଙ୍ଗା ଖସିଯିବାକୁ ଚେଷ୍ଟା କରିଥିଲା। କିନ୍ତୁ ତଟରକ୍ଷୀ ବାହିନୀ ଡଙ୍ଗାଟି ଧରାପଡିଥିଲା।
ଏହି ଇରାନୀୟ ଡଙ୍ଗାରୁ ପ୍ରାୟ ୬୧ କିଲୋଗ୍ରାମ ହେରୋଇନ ଜବତ କରାଯାଇଛି, ଯାହାର ମୂଲ୍ୟ ପ୍ରାୟ ୪୨୫ କୋଟି ଟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri