୪୨୬ ପଞ୍ଚାୟତରେ ହାଇସ୍କୁଲ ନାହିଁ

ଭୁବନେଶ୍ୱର,୨୩।୧୧(ଅନିଲ ଦାସ)ରାଜ୍ୟର ୭୯୯୮ ପଞ୍ଚାୟତରେ ୮୦୯୯ ହାଇସ୍କୁଲ ରହିଛି। ତେବେ ୪୨୬ ପଞ୍ଚାୟତରେ କୌଣସି ହାଇସ୍କୁଲ ନାହିଁ। ସେହି ପଞ୍ଚାୟତର ପିଲାମାନେ ନିକଟସ୍ଥ ପଞ୍ଚାୟତରେ ଥିବା ହାଇସ୍କୁଲରେ ପଢୁଛନ୍ତି। ବିଜେଡି ସଭ୍ୟ ଭୂପିନ୍ଦର ସିଂଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ବୁଧବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ଭୂପିନ୍ଦର ପଚାରିଥିଲେ ଯେ ରାଜ୍ୟରେ କେତେସଂଖ୍ୟକ ପ୍ରାଥମିକ, ଉଚ୍ଚପ୍ରାଥମିକ, ସେକେଣ୍ଡାରି ଓ ହାୟର ସେକେଣ୍ଡାରି ସ୍କୁଲ ଅଛି। ଚଳିତବର୍ଷ ଏହି ଶିକ୍ଷାନୁଷ୍ଠାନରେ କେତେ ନିଯୁକ୍ତି ଦେବାର ବ୍ୟବସ୍ଥା ହୋଇଛି ଏବଂ କେତୋଟି ପଞ୍ଚାୟତରେ ହାଇସ୍କୁଲ ନାହିଁ। ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୫୨,୮୦୭ ସ୍କୁଲ ରହିଛି। ଚଳିତ ବର୍ଷ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲରେ ଆବଶ୍ୟକ ଥିବା ୨୦,୦୦୦ କନିଷ୍ଠ ଶିକ୍ଷକ ପଦବୀ ପୂରଣ ପାଇଁ ବିଜ୍ଞାପନ ପ୍ରକାଶ ପାଇବା ସହ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି। ସେହିପରି ସରକାରୀ ଉଚ୍ଚ ବିଦ୍ୟାଳୟରେ ୭,୫୪୦ ଶିକ୍ଷକ ପଦବୀ ପୂରଣ ପାଇଁ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ଜରିଆରେ ନିଯୁକ୍ତି ପାଇଁ ବ୍ୟବସ୍ଥା ହୋଇଛି। ସେହିଭଳି ୬୯୦ ପୂର୍ଣ୍ଣ ଅନୁଦାନପ୍ରାପ୍ତ ହାଇସ୍କୁଲ ପାଇଁ ୨୦୬୪ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଏସ୍‌ଏସ୍‌ବି ଜରିଆରେ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି। ଚଳିତ ବର୍ଷ ସରକାରୀ ହାଇସ୍କୁଲରେ ୯୨ଟି ପ୍ରଧାନଶିକ୍ଷକ ପଦବୀରେ ଯୋଗ୍ୟ ବିବେଚିତ ଓଇଏସ୍‌ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯାଇଛି। ସରକାରୀ ଉଚ୍ଚ ମାଧ୍ୟମିକ ସ୍କୁଲରେ ପ୍ରଥମ ପର୍ଯ୍ୟାୟରେ ବିଭିନ୍ନ ବିଷୟରେ ୩୩୫ ପିଜିଟି ପଦବୀ ପୂରଣ ନିମନ୍ତେ ଓପିଏସ୍‌ସି ଜରିଆରେ ଚୟନ କରାଯାଇ ୩୨୭ ପିଜିଟି ପଦବୀରେ ନିଯୁକ୍ତି ଦିଆଯାଇଛି। ଏହାଛଡ଼ା ୧୦୦୮ ପିଜିଟି ପଦବୀ ପୂରଣ ନିମନ୍ତେ ପଦକ୍ଷେପ ନିଆଯାଉଛି। ଏତଦ୍‌ବ୍ୟତୀତ ୨୨୬ ପୂର୍ଣ୍ଣ ଅନୁଦାନପ୍ରାପ୍ତ ହାଇସ୍କୁଲ ପାଇଁ ୧୫୪୩ ପିଜିଟି ଶିକ୍ଷକ ପଦବୀ ସୃଷ୍ଟି କରାଯାଇଛି। ଉକ୍ତ ପଦବୀ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୫୫୫ ପଦବୀ ପୂରଣ ନିମନ୍ତେ ଏସ୍‌ଏସ୍‌ବି ମାଧ୍ୟମରେ ପ୍ରକ୍ରିୟା ଜାରି ରହିଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri