ଝାରପଡ଼ା ଜେଲ୍‌ରେ ଆକ୍ରାନ୍ତଙ୍କ ସ୍ଥିତି ବିଗୁଡୁଛି

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଝାରପଡା ଜେଲ୍‌ର ଆଇସୋଲେଶନରେ ଥିବା କରୋନା ଆକ୍ରାନ୍ତଙ୍କ ସ୍ଥିତି ବିଗିଡିବାରେ ଲାଗିଛି। ଆଜୀବନ ସଜା କାଟୁଥିବା ଜଣେ ୭୨ ବର୍ଷୀୟ ବୃଦ୍ଧ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବାବେଳେ ସୋମବାର ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହୋଇପଡିବାରୁ ତାଙ୍କୁ ଭୁବନେଶବରର ଏକ ଘରୋଇ କୋଭିଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ସେହିପରି ଅନ୍ୟ ୨୫ଜଣ ଆକ୍ରାନ୍ତ କଏଦୀଙ୍କ ନିଃଶ୍ୱାସ ନେବାରେ ସମସ୍ୟା ଉପୁଜିଥିବା ସୂଚନା ମିଳିଛି। ଏହାକୁ ନେଇ ଜେଲ୍‌ ପରିସରରେ ଭୟର ବାତାବରଣ ସୃଷ୍ଟି ହୋଇଛି।
ମିଳିଥିବା ସୂଚନା ମୁତାବକ, ଗୁରୁତର ବୃଦ୍ଧ କଏଦୀ ଜଣକ ରବିବାର ରାତିରେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଜେଲ୍‌ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ନିୟୋଜିତ ଡାକ୍ତର ମେଡିସିନ ଦେଇଥିଲେ ମଧ୍ୟ କିଛି ସୁଫଳ ମିଳି ନ ଥିଲା। ରାତି ସାରା ଯନ୍ତ୍ରଣାରେ ଛଟପଟ ହେବା ପରେ ସୋମବାର ସକାଳେ ସଙ୍କଟାପନ୍ନ ହୋଇପଡିଥିଲେ। ଏ ସଂକ୍ରାନ୍ତରେ ଜେଲ୍‌ କର୍ତ୍ତୃପକ୍ଷ ଯୋଗାଯୋଗ କରିବା ପରେ ବିଏମ୍‌ସି ପକ୍ଷରୁ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ହସ୍ପିଟାଲ୍‌ ପଠାଇଛି। ସେପଟେ ପ୍ରଥମ ପର୍ଯ୍ୟାୟରେ କରୋନା ଟେଷ୍ଟ କରିଥିବା ୨ଶହ ଜଣଙ୍କ ମଧ୍ୟରୁ ୯୬ ପଜିଟିଭ୍‌ ବାହାରିଥିଲେ। ଶନିବାର ୧୮୦ଜଣଙ୍କ ସ୍ବାବ୍‌ ସଂଗ୍ରହ କରିଥିଲା ବିଏମ୍‌ସି। ତେବେ କେତେଜଣ କଏଦୀ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ତାହାର ତଥ୍ୟ ବିଏମ୍‌ସି କିମ୍ବା ଜେଲ୍‌ କର୍ତ୍ତୃପକ୍ଷଙ୍କ ପକ୍ଷରୁ ମିଳିପାରିନି। ତେବେ ଜେଲ୍‌ ପରିସରରେ ଉନ୍ନତ ଚିକିତ୍ସାର ବ୍ୟବସ୍ଥା କରାଯାଉ ବୋଲି ଦାବି ହେଉଛି। କରୋନା ପଜିଟିଭ୍‌ଙ୍କୁ ଉଷୁମ ଓ ଉନ୍ନତ ମାନର ଖାଦ୍ୟ ଦିଆଯାଉ ନ ଥିବାରୁ କଏଦୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ମାଟିତଳୁ ପୁଣି ୨ ମୋବାଇଲ୍‌ ମିଳିଲା
ସବୁବେଳେ ଚର୍ଚ୍ଚାରେ ଥିବା ଝାରପଡ଼ା ଜେଲ୍‌ ପରିସରରେ ଏବେ ବାରମ୍ବାର ମୋବାଇଲ୍‌ ଫୋନ୍‌ ମିଳୁଛି। ନୂଆ ଅଧୀକ୍ଷକ ରବିବାର ଚଢ଼ାଉ କରି ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ସେଲ୍‌ ନିକଟ ମାଟିତଳୁ ଗୋଟିଏ ମୋବାଇଲ୍‌ ଫୋନ୍‌ ଜବତ କରିଥିଲେ। ସୋମବାର ଆଉ ୨ଟି ମୋବାଇଲ୍‌ ଜବତ ହୋଇଛି। ଜେଲ୍‌ ପଡିଆରେ କଏଦୀମାନେ ସେସବୁକୁ ମାଟିରେ ପୋତି ଲୁଚାଇଥିବା ସନ୍ଦେହ କରାଯାଉଛି। ଏହାକୁ ମିଶାଇ ଚଳିତ ମାସରେ ମୋଟ ୧୫ ମୋବାଇଲ୍‌ ବାହାରିଥିବାରୁ ଜେଲ୍‌ ଭିତରେ ମୋବାଇଲ ଖଣି ରହିଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri