ଜଙ୍ଗଲକୁ ଟେକିନେଇ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କଲେ ୪୩ ବର୍ଷୀୟ ବ୍ୟକ୍ତି, ଧରାପଡିବା ପରେ…

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଲଇମୁରା ଥାନା ଅଞ୍ଚଳରେ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ଅଭିଯୁକ୍ତ ହେଲେ ଏହି ଥାନା ଅଧୀନ ସାହାଜବାହାଳ ଗ୍ରାମର ଅଭିରାମ ବୁଡ (୪୩)। ସୂଚନା ଅନୁଯାୟୀ, ମାନସିକ ଅନଗ୍ରସର ନାବାଳିକା ଜଣଙ୍କ ଅନ୍ୟଜଣେ ନାବାଳିକାଙ୍କ ସହିତ ଗ୍ରାମ ନିକଟସ୍ଥ ନାଳକୁ ଗାଧୋଇବା ପାଇଁ ଯାଇଥିଲେ। ଏହି ସମୟରେ ଅଭିରାମ ତାଙ୍କୁ ନିକଟସ୍ଥ ଜଙ୍ଗଲକୁ ଟେକି ନେଇଥିଲେ। ସାଙ୍ଗରେ ଥିବା ଅନ୍ୟ ନାବାଳିକା ଏହାଦେଖି ନିଜ ଘରକୁ ଦୌଡି ପଳାଇବା ସହ ପରିବାର ଲୋକଙ୍କୁ ସବୁକଥା ଜଣାଇଥିଲେ। ଖବରପାଇ ପରିବାରର ଜଣେ ମହିଳା ଘଟଣାସ୍ଥଳକୁ ଆସି ଅଭିରାମଙ୍କ କବଳରୁ ନାବାଳିକାଙ୍କୁ ଉଦ୍ଧାର କରିଥିଲେ। ହେଲେ ଅଭିରାମ ସେଠାରୁ ଫେରାର ହୋଇଯାଇଥିଲେ। ଏନେଇ ପୀଡିତାଙ୍କ ମା’ ଗତ ୬ ତାରିଖରେ ଲଇମୁରା ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁକରି ସାଇଣ୍ଟିଫିକ ଟିମ୍‌ ସହାୟତାରେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲା। ପରେ ପୋଲିସ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିବା ପରେ ବୁଧବାର ଅଭିରାମଙ୍କୁ ଗିରଫ କରିଥିଲା।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…

ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍‌ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍‌ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍‌ପିଏମ୍‌) ୩ରେ ବୁଧବାର ଲାଗିଛି।…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋକସରାରେ କାଳବୈଶାଖୀର ତାଣ୍ଡବ: କୁଆପଥର ମାଡ଼ରେ ଉଜୁଡ଼ିଗଲା ଚାଷ, ଭାଙ୍ଗିଲା ଘର

କୋକସରା, ୧୮।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଅଞ୍ଚଳରେ ଗତକାଲି ଅପରାହ୍ନରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri