ଚିଲିକାରୁ ୪୩୦ ଏକର ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୩୦।୭(ଡି.ଏନ୍‌.ଏ.): ଚିଲିକାକୁ ନେଇ ମତ୍ସ୍ୟଜିବୀ, ପେଷାଦାର ମତ୍ସ୍ୟଜୀବୀ ଏବଂ ପ୍ରଶାସନ ମଧ୍ୟରେ ବିବାଦ ଲାଗି ରହିଥିବା ବେଳେ ଗୁରୁବାର ଠାରୁ ଚିଲିକାରୁ ଘେରି ଉଚ୍ଛେଦ ପ୍ରକିୟା ଆରମ୍ଭ ହୋଇଛି ା ପୁରୀ ଜିଲା ପ୍ରଶାସନ ଏବଂ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ମିଳିତ ସହଯୋଗରେ ଘେରି ଉଚ୍ଛେଦ କରାଯାଇଛି। ଗୁରୁବାର ସୋଲାକୁଦି ଏବଂ ବନମାଳ ଅଞ୍ଚଳରୁ ୪୩୦ଏକର ଚିଲିକାରେ ହୋଇଥିବା ମାଟି ଘେରି ବନ୍ଧକୁ ପ୍ରଶାସନ ଉଚ୍ଛେଦ କରିଛି। କୃଷ୍ଣପ୍ରସାଦ ତହସିଲଦାର ଉଲ୍ଲାସ କୁମାର ସେଠୀଙ୍କ ତତ୍ତ୍ୱାବଧାନରେ ୨ଟି ଜେସିବି ମେସିନ ଏବଂ ୧୦୦ଜଣ ଶ୍ରମିକଙ୍କୁ ନେଇ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଥିଲା। ଶାାନ୍ତିଶୃଙ୍ଖଳା ପାଇଁ କୃଷ୍ଣପ୍ରସାଦ ଆଇଆଇସି ଦିଲୀପ କୁମାର ସ୍ବାଇଁଙ୍କ ନେତୃତ୍ୱରେ ୪ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଚିଲିକାକୁ ସମ୍ପୂର୍ଣ ଘେରି ମୁକ୍ତ କରିବା ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଜାରି ରହିବ ବୋଲି ତହସିଲଦାର ସେଠୀ କହିଛନ୍ତି। କରୋନା ସମୟରେ ଲୋକମାନେ ହାତବାନ୍ଧି ଘରେ ବସିଥିବା ବେଳେ ପ୍ରଶାସନର ଏଭଳି କାର୍ଯ୍ୟକୁ ସାଧାରଣରେ ନିନ୍ଦା କରାଯାଇଛ। ଚିଲିକା ଉପରେ ନିର୍ଭର କରି ଚଳୁଥିବା ଅଧିବାସୀଙ୍କ ଉପରେ ପ୍ରଶାସନ ଚୁଲିରେ ପାଣି ଢାଳିବା ଭଳି କାର୍ଯ୍ୟ କରୁଛି ବୋଲି ଚିଲିକା ଉପକୂଳବାସୀ କହିଛନ୍ତି। କରୋନାରୁ ମୁକ୍ତି ପର୍ଯ୍ୟନ୍ତ ସରକାର ଘେରି ଉଚ୍ଛେଦ କାର୍ଯ୍ୟକ୍ରମ ବନ୍ଦ କରିବା ପାଇଁ ଚିଲିକା ଉପରେ ନିର୍ଭର କରି ଚଳୁଥିବା ଅଧିବାସୀମାନେ ସରକାରଙ୍କୁ ନିବେଦନ କରିଛନ୍ତି। ଉଚ୍ଛେଦ କାର୍ଯ୍ୟକ୍ରମରେ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ବିଭାଗ କନିଷ୍ଠଯନ୍ତ୍ରୀ ଡମ୍ବୁରୁଧର ବିଶ୍ୱାଳ, ରାଜସ୍ବ ସୁପରଭାଇଜର ମଧୁସୂଦନ ସ୍ବାଇଁ, ରାଜସ୍ବ ନିରୀକ୍ଷକ ଦିଲୀପ କୁମାର ଜେନା, ସରୋଜ ନାୟକ, ଜ୍ୟୋତି ରଞ୍ଜନ ବେହେରା, ତପନ ରାଉତରାୟ, ରାଜୀବ ଲୋଚନ ସାହୁ, ରାଜସ୍ବ ବିଭାଗ କର୍ମଚାରୀ ଗୋବର୍ଦ୍ଧନ ପାତ୍ର, କୃଷ୍ଣଚନ୍ଦ୍ର ମହାନ୍ତି ପ୍ରମୁଖ ସହାୟତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା କରି ଦିଆଯାଉଛି ଦୁର୍ଘଟଣାର ରୂପ

ନୂଆପଡ଼ା,୫।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ କୋଟେନଚୁଆ ପଞ୍ଚାୟତ ତିଲେଇଝର ଗାଁରେ ଶୁକ୍ରବାର ରାତିରେ ଜଣେ ଯୁବକଙ୍କ ଟ୍ରାକ୍ଟରରୁ ପଡି ମୃତ୍ୟୁ ଘଟିଥିବା ଖରିଆର ରୋଡ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ନୈତିକ ଦୁର୍ବଳତାର ପ୍ରତୀକ

ଚୌହାନ ଚଳଚ୍ଚିତ୍ରର ଟିଜର ହେଉଛି ସଂଖ୍ୟାବହୁଳବାଦ ସମ୍ପର୍କରେ ପ୍ରଚାର କରୁଥିବା ସିନେମାଗୁଡ଼ିକ ମଧ୍ୟରେ ଏକ ସଦ୍ୟତମ ଦୃଷ୍ଟାନ୍ତ। ଏଥିରେ କୁହାଯାଇଛି ଯେ, ଲୁହବୁହା ଗ୍ୟାସ୍‌ର ପ୍ରଭାବ ନାହିଁ।…

ଡରାଇଲା IMD ର ଆକଳନ: ଓଡ଼ିଶାକୁ ରେଡ୍‌ ଆଲର୍ଟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ୱର, ୫ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଶନିବାର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri