ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୩୦ କରୋନା ଆକ୍ରାନ୍ତ

ଭୁବନେଶ୍ବର,୨୮।୨(ବ୍ୟୁରୋ): ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧିପାଉଛି। ସୋମବାର ରାଜ୍ୟରେ ୪୩୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଏଯାଏ ମୋଟ ୧୨ ଲକ୍ଷ ୭୩ ହଜାର ୭୩୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡରୁ ସର୍ବାଧିକ ୮୯ ଜଣ ସୁସ୍ଥ ହୋଇଛନ୍ତି ।