୨ ହଜାର ସ୍କୁଲକୁ ୪୩ ହଜାର ଫୁଟ୍‌ବଲ

ଭୁବନେଶ୍ୱର, ୧୧ା୧୦(ବ୍ୟୁରୋ): ହକି ସମେତ ରାଜ୍ୟରେ ବିଭିନ୍ନ କ୍ରୀଡ଼ା ପ୍ରତିଭା ସୃଷ୍ଟି ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ‘ଫୁଟ୍‌ବଲ ଫର୍‌ ଅଲ୍‌’ କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଛନ୍ତି। କିଟ୍‌ ଓ କିସ୍‌ର ମିଳିତ ସହଯୋଗରେ ଓଡ଼ିଶାରେ ଫିଫା ଦ୍ୱାରା ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଦେଶରେ ନୂଆ ଫୁଟ୍‌ବଲ ପ୍ରତିଭା ସୃଷ୍ଟି କରିବା ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ। ଏହି କାର୍ଯ୍ୟକ୍ରମ ଅନୁଯାୟୀ ପ୍ରାୟ ୨ ହଜାର ସ୍କୁଲରେ ୪୩ ହଜାର ଫୁଟ୍‌ବଲ ବଣ୍ଟନ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଫୁଟ୍‌ବଲ ସବୁଠୁ ଅଧିକ ଲୋକପ୍ରିୟ ଖେଳ। ଏହା ବିଶ୍ୱର ବିଭିନ୍ନ ଦେଶକୁ ବାନ୍ଧିରଖିଛି। ଭାରତରେ ଫୁଟ୍‌ବଲର ପ୍ରସାର ପାଇଁ ଫିଫା ଉଦ୍ୟମ କରୁଛି। ଏହି ସହଭାଗିତା ଓ ଉଦ୍ୟମ ଦେଶରେ ଫୁଟ୍‌ବଲ ବିକାଶରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି। ଫୁଟ୍‌ବଲର ବିକାଶ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ବିଶେଷକରି ମହିଳା ଫୁଟ୍‌ବଲର ବିକାଶ ଲାଗି କାର୍ଯ୍ୟ
ଜାରି ରହିଛି। ଉପଯୁକ୍ତ ଭିତ୍ତିଭୂମି ଏବଂ ତାଲିମ ଯୋଗୁ ଓଡ଼ିଶାରେ ବିଶ୍ୱକପ୍‌ ଆୟୋଜନ ହୋଇପାରିଛି। ଓଡ଼ିଶାରେ ଫିଫା ୟୁ-୧୭ ମହିଳା ବିଶ୍ୱକପ୍‌ ଆୟୋଜନ ଏକ ଗର୍ବର ମୁହୂର୍ତ୍ତ। ଏଆଇଏଫ୍‌ଏଫ୍‌ ଏବଂ ଫିଫା ସହଯୋଗରେ ଓଡ଼ିଶାରେ ଫୁଟ୍‌ବଲ ଖେଳର ଆହୁରି ବିକାଶ ହୋଇପାରିବ। ବିଶ୍ୱକପ୍‌ ରାଜ୍ୟରେ ଫୁଟ୍‌ବଲ ଖେଳର ବିକାଶ କ୍ଷେତ୍ରରେ ଏକ ବୃହତ୍‌ ଅବଦାନ ହେବ। ଓଡ଼ିଶାରେ ବିଶ୍ୱକପ୍‌ ଆୟୋଜନ କରିଥିବାରୁ ଫିଫାକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଭବିଷ୍ୟତରେ ଫିଫା ସହ ମିଳିତ ଭାବେ କାର୍ଯ୍ୟ କରିବାକୁ ରାଜ୍ୟ ଆଗ୍ରହୀ। ସାମାଜିକ ପରିବର୍ତ୍ତନ ପାଇଁ ଫୁଟ୍‌ବଲ ଏକ ବଳିଷ୍ଠ ମାଧ୍ୟମ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି କାର୍ଯ୍ୟକ୍ରମରେ ଯୋଗଦେଇ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମି ନିର୍ମାଣ ଚାଲିଛି। ଫିଫା ସହଯୋଗରେ ସ୍କୁଲ୍‌ସ୍ତରୀୟ ଫୁଟ୍‌ବଲର ବିକାଶ କରାଯାଇପାରିବ। ବିଜେଡି ଏମ୍‌ପି ତଥା କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଭିଜନ ଓଡ଼ିଶାରେ କ୍ରୀଡ଼ାର ଇକୋ ସିଷ୍ଟମ ସୃଷ୍ଟି କରିବାରେ ସହାୟତା କରିଛି। ଫିଫାର ଫୁଟ୍‌ବଲ ଫର ସ୍କୁଲ୍‌ସ ନିର୍ଦ୍ଦେଶକ ଫାତିମାତା ସୋ ସିଡବେ ଭର୍ଚୁଆଲ ମାଧ୍ୟମରେ ଯୋଗଦେଇ ଓଡ଼ିଶାରେ କ୍ରୀଡ଼ାର ପ୍ରୋତ୍ସାହନ ପାଇଁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ, ସମାଜକୁ ବଦଳାଇବା କ୍ଷେତ୍ରରେ ଫୁଟ୍‌ବଲ ଏକ ଶକ୍ତିଶାଳୀ ପ୍ଲାଟ୍‌ଫର୍ମ। ଏହାକୁ ସମଗ୍ର ବିଶ୍ୱବ୍ୟାପ୍ତ କରିବା ‘ଫୁଟ୍‌ବଲ ଫର୍‌ ଅଲ୍‌’ର ଲକ୍ଷ୍ୟ ବୋଲି ସେ କହିଛନ୍ତି।
ୟୁନିଟ୍‌-୯ ଓ କ୍ୟାପିଟାଲ ହାଇସ୍କୁଲ ପିଲାଙ୍କୁ କ୍ରୀଡ଼ାମନ୍ତ୍ରୀ ଫୁଟ୍‌ବଲ ବଣ୍ଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି)ଭି.କେ. ପାଣ୍ଡିଆନ ଏବଂ ଅନ୍ୟ ଅଧିକାରୀମାନେ ଏହି କାର୍ଯ୍ୟକ୍ରମରେ ଭର୍ଚୁଆଲ ମୋଡ୍‌ରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri