ବଢୁଛି କରୋନା କାୟା: ଆଜି ଚିହ୍ନଟ ହେଲେ ୪,୩୩୦ ଆକ୍ରାନ୍ତ; ମୋଟ ସଂଖ୍ୟା ୧,୭୯୮୮୦କୁ ବୃଦ୍ଧି

ଭୁବନେଶ୍ୱର,୨୦।୯(ବ୍ୟୁରୋ): ଥମିବାର ନାଁ ନେଉନାହିଁ କରୋନା ସଂକ୍ରମଣ। ରାଜ୍ୟରେ ରବିବାର ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୨,୫୫୬ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧,୭୭୪ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ଓଡ଼ିଶାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୭୯,୮୮୦କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳରୁ ୧୭୬, ବାଲେଶ୍ୱରରୁ ୧୨୧, ବରଗଡ଼ରୁ ୯୯, ଭଦ୍ରକରୁ ୭୪, ବଲାଙ୍ଗୀରରୁ ୭୯, ବୌଦ୍ଧରୁ ୪୭, କଟକରୁ ୫୪୯, ଢ଼େଙ୍କାନାଳରୁ ୬୭, ଗଜପତିରୁ ୧୬, ଗଞ୍ଜାମରୁ ୫୧,ଜଗତସିଂହପୁରରୁ ୧୬୭, ଯାଜପୁରରୁ ୧୫୮, ଝାରସୁଗୁଡ଼ାରୁ ୧୫୩, କଳାହାଣ୍ଡିରୁ ୧୦୦, କନ୍ଧମାଳରୁ ୧୭୮, କେନ୍ଦ୍ରାପଡ଼ାରୁ ୧୦୭, କେନ୍ଦୁଝରରୁ ୧୧୮, ଖୋର୍ଦ୍ଧାରୁ ୬୪୪, କୋରାପୁଟରୁ ୯୪, ମାଲକାନଗିରିରୁ ୬୩, ମୟୂରଭଞ୍ଜରୁ ୧୫୨, ନବରଙ୍ଗପୁରରୁ ୧୩୩, ନୟାଗଡ଼ରୁ ୫୩, ନୂଆପଡ଼ାରୁ ୬୨, ପୁରୀରୁ ୨୯୨, ରାୟଗଡ଼ାରୁ ୮୫, ସମ୍ବଲପୁରରୁ ୧୦୭, ସୋନପୁରରୁ ୨୫, ସୁନ୍ଦରଗଡ଼ରୁ ୧୨୩ ଥିବା ବେଳେ ଷ୍ଟେଟ ପୁଲରୁ ୨୨୫ଜଣ ଚିହ୍ନଟ ହୋଇଛନ୍ତି। ତେବେ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧,୪୧,୬୫୭ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩,୭୪,୬୯ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଘୃଣିତ ଜ୍ଞାନେଶ

ଦୁର୍ନୀତି କଥା ଉଠିଲେ ସାଧାରଣରେ ଆର୍ଥିକ ଦିଗକୁ ବୁଝାଯାଏ। କିନ୍ତୁ ତାହାର ପରିଭାଷା ଅତ୍ୟନ୍ତ ବ୍ୟାପକ। କ୍ଷମତା ବିସ୍ତାର ଲାଗି କିଛି ଲୋକଙ୍କୁ ଦବାଇ ଦେଇ ପ୍ରଭୁତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?