ବର୍ଷା ଅଭାବରୁ ରାଜ୍ୟରେ ମରୁଡ଼ି ଆଶଙ୍କା: ୨୪ ଘଣ୍ଟା ମଧ୍ୟରେ ବର୍ଷା ବଢ଼ିବା ନେଇ ପୂର୍ବାନୁମାନ

ଭୁବନେଶ୍ୱର, ୧୭।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗାଏବ ହୋଇଯାଇଛି। ଗତ ୨ ସପ୍ତାହ ହେବ ବର୍ଷା ନିଅଣ୍ଟିଆ ପରିସ୍ଥିତି ସୃଷ୍ଟି ହୋଇଛି। ଜୁଲାଇ ଶେଷହେବାକୁ ବସିଥିବା ବେଳେ ରାଜ୍ୟରେ ସ୍ବାଭାବିକ ବର୍ଷା ହେଉନାହିଁ। ଧାନବିଲ ଫାଟି ଆଁ କଲାଣି। ଚାଷୀ ମୁଣ୍ଡରେ ହାତ ଦେଲେଣି। ବିଧାନସଭାରେ ମଧ୍ୟ ରାଜ୍ୟରେ ମରୁଡ଼ି ପରିସ୍ଥିତିକୁ ନେଇ ବିଧାୟକମାନେ ଆଶଙ୍କା କଲେଣି। ଆସନ୍ତା ସପ୍ତାହକ ମଧ୍ୟରେ ବର୍ଷା ନ ହେଲେ ରାଜ୍ୟରେ ଭୟଙ୍କର ପରିସ୍ଥିତି ସୃଷ୍ଟି ହେବ। ଚାଷ ଉପରେ ଏହାର ପ୍ରଭାବ ପଡ଼ିବ ବୋଲି କୃଷି ବିଶେଷଜ୍ଞମାନେ ଆକଳନ କଲେଣି। ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟରେ ଜୁନ୍‌ ପହିଲାରୁ ଏ ପର୍ଯ୍ୟନ୍ତ ୨୩ ପ୍ରତିଶତ କମ୍‌ ବର୍ଷା ହୋଇଛି। ୪ଟି ଜିଲାରେ ୪୦ ପ୍ରତିଶତରୁ କମ୍‌ ବର୍ଷା ହୋଇଥିବା ବେଳେ ଅନ୍ୟ ଜିଲାଗୁଡିକରେ ମଧ୍ୟ ପରିସ୍ଥିତି ଅସମ୍ଭାଳ ହେଲାଣି। ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରାଯାଇଛି। ବିଶେଷକରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ସୂଚନା ଦିଆଯାଇଛି।


All Right Reserved By

ବୀରକିଶୋରୀ ବଲ୍ଲଭରେ ଲାଗି ହେଉନି କାକରା ପିଠା

ପୁରୁଣା ଭୁବନେଶ୍ୱର,୨୬।୭(ଡି.ଏନ.ଏ.) : ଶ୍ରୀଲିଙ୍ଗରାଜଙ୍କର ବାରମାସରେ ତେର ପର୍ବ ପାଳନ ହେଉଥିବା ବେଳେ ଦୈନନ୍ଦିନ ନୀତିକାନ୍ତିରେ ଠାକୁରଙ୍କୁ ବିଭିନ୍ନ ପ୍ରକାର ଭୋଗ ଲାଗି ହୁଏ। ହେଲେ...

‘ମୋ ସରକାର’ ସମୀକ୍ଷା: ୩ ପ୍ରମୁଖ ଅଧିକାରୀଙ୍କ ମାଲକାନଗିରି ଗସ୍ତ

ମାଲକାନଗିରି,୧୦ା୧୦ (ଡି.ଏନ୍‌.ଏ.): ରାଜ୍ୟର ଶୀର୍ଷ ପ୍ରଶାସନରେ ନିଆଯାଉଥିବା ନିଷ୍ପତ୍ତି ତୃଣମୂଳରେ କିପରି କାର୍ଯ୍ୟକାରୀ ହେଉଛି , ତାହାର ତଦାରଖ କରିବା ପାଇଁ ୩ ବରିଷ୍ଠ ଆଇଏଏସ୍‌...

ବମିଖାଲ ଫ୍ଲାଏଓଭର: ବନ୍ଦ ହେଉନି ରଙ୍ଗରୁଟ୍‌ରେ ଚଳପ୍ରଚଳ

ଭୁବନେଶ୍ୱର, ୧୫।୯(ବ୍ୟୁରୋ): ଭଲ କାମ କରି ପୁରସ୍କାର ନିଅ, ନହେଲେ ଦଣ୍ଡ ପାଅ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଗୁରୁମନ୍ତ୍ର ଦେଇଛନ୍ତି ସତ, ହେଲେ ପ୍ରକୃତରେ...

ରୂପେଲିର ଚିକିଛା ଲାଗି ଟଁକା ଅଭାବ୍‌ ଘଟନା: ପରୀକ୍ଷା ଲାଗି ନମୁନା ବାହାରକେ ପଠାଗଲା

  ଗୁଡ଼ଭେଲା,୨୭ା୮(ଡି.ଏନ୍‌.ଏ.): ଗଲା ୧୯ ତାରିଖ ସୋମବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ରୂପେଲିର ଚିକିଛା ଲାଗି ଟଁକା ଅଭାବ୍‌, ଚିନ୍‌ତାରେ ଗରିବ୍‌ ମା’ବାପ୍‌’ ଶୀରଷକ୍‌ରେ ଖବର...

ଆଜିଠୁ ନୂଆ ମୋଟର ଯାନ ଆଇନ: ବହୁଗୁଣା ହେଲା ଜରିମାନା ରାଶି

ଭୁବନେଶ୍ୱର, ୧ା୯(ବ୍ୟୁରୋ): ରାଜ୍ୟରେ ନୂଆ ମୋଟର ଯାନ ଆଇନ-୨୦୧୯ ରବିବାରଠାରୁ ଲାଗୁ କରାଯିବ। ମୋଟର ଯାନ ଆଇନ ୧୯୮୮କୁ କେନ୍ଦ୍ର ସରକାର ସଂଶୋଧନ କରିଛନ୍ତି। ସଡ଼କ...

ଦୟା, ରାଜୁଆ ନଦୀର ମଧ୍ୟବର୍ତ୍ତୀ ଅଞ୍ଚଳ ଜଳମଗ୍ନ: ଲୋକେ ଆତଙ୍କିତ

କଣାସ, ୧୦।୯(ସ୍ବ.ପ୍ର.)-ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ପୁରୀ ଜିଲା କଣାସ ବ୍ଲକରେ ପ୍ରବାହିତ ହେଉଥିବା ଦୟା ଓ ରାଜୁଆ ନଦୀରେ ଜଳ ପତ୍ତନ ବୃଦ୍ଧିପାଇଛି।...

ଓଡ଼ିଶା ବକ୍ସିଂ ଦଳର ଉତ୍ତରାଖଣ୍ଡ ଯାତ୍ରା

ବ୍ରହ୍ମପୁର-ଅଫିସ୍‌,୫ା୬- ଉତ୍ତରାଖଣ୍ଡର ରୁଦ୍ରପୁରରେ ଆସନ୍ତା ୮ରୁ ୧୩ତାରିଖ ପର୍ଯ୍ୟନ୍ତ ତୃତୀୟ ଜାତୀୟ ୟୁଥ୍‌ ପୁରୁଷ ଏବଂ ମହିଳା ବକ୍ସିଂ ଚାମ୍ପିୟନ୍‌ଶିପ୍‌ ଅନୁଷ୍ଠିତ ହେବ। ଏଥିରେ ଭାଗନେବା...

ବିଜୁଳି ଚୋରି ଧରାଇଲେ ମିଳିବ ପୁରସ୍କାର, ନାମ ଗୋପନ ରହିବ

ଭୁବନେଶ୍ୱର,୫।୯(ବ୍ୟୁରୋ): ଏଣିକି ବିଜୁଳି ଚୋରି ସମ୍ପର୍କରେ ସୂଚନା ଦେଲେ ସୂଚନାଦାତାଙ୍କୁ ମିଳିବ ଆର୍ଥିକ ପୁରସ୍କାର। ଯେଉଁମାନେ ବିଜୁଳି ଚୋରି କରୁଛନ୍ତି ସେମାନଙ୍କଠାରୁ ଜରିମାନା ଆଦାୟ କରାଯିବ।...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *