୪୩୭୩ ପଞ୍ଚାୟତରେ ମିଳିବ ବ୍ୟାଙ୍କ ସୁବିଧା

ଭୁବନେଶ୍ୱର,୧୨ା୮(ଅନିଲ ଦାସ): ରାଜ୍ୟର ବ୍ୟାଙ୍କ ସୁବିଧା ନ ଥିବା ୪୩୭୩ ପଞ୍ଚାୟତରେ ବ୍ୟାଙ୍କିଙ୍ଗ୍‌ ଆଉଟଲେଟ୍‌ ଖୋଲିବ। ଏଥିପାଇଁ ୫୦୦ କୋଟି ଟଙ୍କାର ବଜେଟ ସହାୟତା ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ, ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ, ୟୁକୋ ବ୍ୟାଙ୍କ, ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ, ବ୍ୟାଙ୍କ ଅଫ୍‌ ବରୋଦା, ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଆଦି ୬ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କକୁ ପ୍ରଦାନ କରାଯିବ। ସେହି ବ୍ୟାଙ୍କଗୁଡ଼ିକ ସହିତ ସମନ୍ବୟ ରକ୍ଷାକରି ‘ସିଏସ୍‌ପି ପ୍ଲସ୍‌’ ବ୍ୟାଙ୍କିଙ୍ଗ୍‌ ଆଉଟଲେଟ୍‌ ଖୋଲିବ। ଏହି ଯୋଜନାକୁ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅନୁମୋଦନ କରାଯାଇଛି।
ଉକ୍ତ ବ୍ୟାଙ୍କଗୁଡ଼ିକୁ ପଞ୍ଚାୟତରେ ନିଜର ଶାଖା ଖୋଲିବା ପାଇଁ ୫ ବର୍ଷ ପର୍ଯ୍ୟନ୍ତ ନିଃଶୁଳ୍କ ଗୃହ, ଏକକାଳୀନ ସ୍ଥାୟୀ ଖର୍ଚ୍ଚ ଓ ୩ ବର୍ଷ ପାଇଁ ହେବାକୁ ଥିବା ଆବଶ୍ୟକ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ରାଜ୍ୟର ମୋଟ ୬୭୯୮ ଗ୍ରାମ ପଞ୍ଚାୟତ ମଧ୍ୟରୁ ପ୍ରାୟ ଶତକଡା ୬୫ ଭାଗ(୪୩୭୩) ଗ୍ରାମ ପଞ୍ଚାୟତରେ ସ୍ଥାୟୀ ବ୍ୟାଙ୍କ ଶାଖା ନାହିଁ। ଆର୍ଥିକ ଅନ୍ତର୍ଭୁକ୍ତୀକରଣ ପାଇଁ ବ୍ୟାଙ୍କିଙ୍ଗ୍‌ ଏକ ଅତ୍ୟାବଶ୍ୟକ ସେବା ହୋଇଥିବାରୁ ରାଜ୍ୟର ପ୍ରତ୍ୟେକ ଗ୍ରାମ ପଞ୍ଚାୟତରେ ନିରବଚ୍ଛିନ୍ନ ବ୍ୟାଙ୍କିଙ୍ଗ୍‌ ସେବା ପାଇଁ ଏକ ସ୍ଥାୟୀ ବ୍ୟାଙ୍କ ଶାଖାର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ସିଏସ୍‌ପି ପ୍ଲସ୍‌ ବ୍ୟାଙ୍କିଙ୍ଗ୍‌ ଆଉଟଲେଟ୍‌ ମାଧ୍ୟମରେ ପ୍ରତ୍ୟେକ ଗ୍ରାମ ପଞ୍ଚାୟତରେ ବ୍ୟାଙ୍କିଙ୍ଗ୍‌ ସେବା ଯୋଗାଇବା ପାଇଁ ରାଜ୍ୟ ସରକାର ଏକ ଉଚ୍ଚାଭିଳାଷୀ ଲକ୍ଷ୍ୟ ନେଇ ଆଗେଇ ଆସିଛନ୍ତି। ଚଳିତ ଆର୍ଥିକ ବର୍ଷ ୨୦୨୩-୨୪ରେ ସିଏସ୍‌ପି ପ୍ଲସ୍‌ ବ୍ୟାଙ୍କିଙ୍ଗ୍‌ ଆଉଟଲେଟ୍‌ ମାଧ୍ୟମରେ ରାଜ୍ୟରେ ଥିବା ସମସ୍ତ ବ୍ୟାଙ୍କବିହୀନ ପଞ୍ଚାୟତରେ ବ୍ୟାଙ୍କିଙ୍ଗ୍‌ ସେବା ପର୍ଯ୍ୟାୟକ୍ରମେ ଯୋଗାଇ ଦିଆଯିବ। ଏହି ଯୋଜନା ରାଜ୍ୟର ସମସ୍ତ ବ୍ୟାଙ୍କବିହୀନ ଗ୍ରାମ ପଞ୍ଚାୟତରେ ରହୁଥିବା ଲୋକମାନେ ମାଗଣାରେ ସମସ୍ତ ପ୍ରକାର ବ୍ୟାଙ୍କିଙ୍ଗ୍‌ ସେବା ପାଇପାରିବେ। ବରିଷ୍ଠ ନାଗରିକ, ଭିନ୍ନକ୍ଷମ ବ୍ୟକ୍ତି ଏବଂ ଗର୍ଭବତୀ ମହିଳାମାନେ ଦୁଆର ମୁହଁରେ ବ୍ୟାଙ୍କିଙ୍ଗ୍‌ ସେବା ପାଇବେ ଏବଂ ଠିକ୍‌ ସମୟରେ ସରକାରଙ୍କ ପ୍ରତ୍ୟକ୍ଷ ଲାଭ ସ୍ଥାନାନ୍ତର(ଡିବିଟି)ଯୋଜନାର ସୁବିଧା ମଧ୍ୟ ପାଇପାରିବେ। କ୍ୟାବିନେଟ ବୈଠକ ଶେଷରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।
ଶୁକ୍ରବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ମୋଟ ୧୯ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। କ୍ୟାବିନେଟ ଅନୁମୋଦନ କରିଥିବା ଅନ୍ୟ ପ୍ରସ୍ତାବ ସମ୍ପର୍କରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା କହିଛନ୍ତି, ରାଜ୍ୟ କ୍ୟାବିନେଟ ଓଡ଼ିଶା ସରକାରୀ ଜମି ବନ୍ଦୋବସ୍ତ ରୁଲ୍‌ସ-୧୯୮୩ରେ ରହିଥିବା ବ୍ୟବସ୍ଥାକୁ ସରଳୀକରଣ କରିବା ପାଇଁ ଏଥିରେ ଆବଶ୍ୟକ ସଂଶୋଧନ ଓ ନୂଆ ବ୍ୟବସ୍ଥା ଆଣିବା ପାଇଁ ମଞ୍ଜୁରୀ ଦେଇଛି। ପ୍ରସ୍ତାବିତ ନୂଆ ବ୍ୟବସ୍ଥାରେ ଏଣିକି ଓଡ଼ିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥା ଓ ବିଭିନ୍ନ ଉନ୍ନୟନ କର୍ତ୍ତୃପକ୍ଷଙ୍କୁ ବାସଗୃହ ନିର୍ମାଣ ନିମନ୍ତେ ଲିଜ୍‌ ସୂତ୍ରରେ ଯୋଗାଇ ଦିଆଯାଇଥିବା ସରକାରୀ ଜମିକୁ ସ୍ଥିତିବାନ ସ୍ବତ୍ୱରେ ପରିବର୍ତ୍ତନ କରାଯିବ। ସେମାନଙ୍କୁ ସିଧାସଳଖ ଭାବେ ସ୍ଥିତିବାନ ସ୍ବତ୍ୱରେ ସରକାରୀ ଜମି ଯୋଗାଇ ଦେବାକୁ ମଧ୍ୟ ଏହି ରୁଲ୍‌ସରେ ନୂଆ ବ୍ୟବସ୍ଥା ଆଣିବାକୁ କ୍ୟାବିନେଟ ମଞ୍ଜୁରୀ ଦେଇଛି। ଏଥିସହିତ ଖାସମହାଲ, ନଜୁଲ, ଗ୍ରାମକଣ୍ଠ, ପରମବୋକ ଓ ଆବାଦୀ ଶ୍ରେଣୀର ଜମିକୁ ଆଇନସମ୍ମତ ଭାବେ ଦଖଲରେ ରଖିଥିବା ବ୍ୟକ୍ତିବିଶେଷଙ୍କ ନାଁରେ ଚିରସ୍ଥାୟୀ ବନ୍ଦୋବସ୍ତ କରିବା ପାଇଁ ଆବଶ୍ୟକ ସଂଶୋଧନକୁ ମଧ୍ୟ ମଞ୍ଜୁରୀ ମିଳିଛି। ଓଡ଼ିଶା ସରକାରୀ ଜମି ବନ୍ଦୋବସ୍ତ ରୁଲ୍‌ସ-୨୦୨୩ ସରକାରୀ ଗେଜେଟରେ ପ୍ରକାଶିତ ହେବା ପରେ ନୂତନ ବ୍ୟବସ୍ଥା କାର୍ଯ୍ୟକାରୀ ହେବ।
ରାଜ୍ୟରେ ଆରମ୍ଭ ହେଲା ନୂତନ ଉନ୍ନତ ଅଭିଳାଷ ବା ନୂଆ ଓଡ଼ିଶା ଯୋଜନା। ଆସନ୍ତା ୩ ବର୍ଷ ମଧ୍ୟରେ ପ୍ରତିବର୍ଷ ୧ ଲକ୍ଷ ଯୁବତୀଯୁବକଙ୍କୁ ଦକ୍ଷ କରିବା ପାଇଁ ପଦକ୍ଷେପ ନିଆଯିବ। ୩୮୫ କୋଟି ଟଙ୍କା ବ୍ୟୟ ଅଟକଳରେ ନୂତନ ଉନ୍ନତ ଅଭିଳାଷ(ନୂଆ) ଓଡ଼ିଶା ଯୋଜନାକୁ କ୍ୟାବିନେଟ ଅନୁମୋଦନ କରିଛି। ଉନ୍ନତମାନର ପ୍ରଶିକ୍ଷଣ ପ୍ରଦାନ, ଶିଳ୍ପ ସଂଯୋଗକୁ ପ୍ରୋତ୍ସାହିତ କରିବା ଏବଂ ନିଯୁକ୍ତି ଦକ୍ଷତା ବୃଦ୍ଧି କରି ଦକ୍ଷ ମାନବସମ୍ବଳ ଅଭାବକୁ ଦୂର କରିବା ଦିଗରେ ଏହି ଯୋଜନା କାର୍ଯ୍ୟ କରିବ। ପାରମ୍ପରିକ କ୍ଷେତ୍ର ହସ୍ତଶିଳ୍ପ, ହସ୍ତତନ୍ତ, କୃଷି ଇତ୍ୟାଦିରେ ନୂତନ ଜ୍ଞାନକୌଶଳର ବ୍ୟବହାରରେ ଥିବା ଦକ୍ଷତା ବ୍ୟବଧାନକୁ ଦୂର କରିବାରେ ଏହା ସହାୟକ ହେବ। ଏଥିରେ ଯୁବବର୍ଗଙ୍କ ପାଇଁ ନୂତନ ଦକ୍ଷତା, ଛାତ୍ରୀଛାତ୍ରଙ୍କ ପାଇଁ ଆଡ୍‌ ଅନ୍‌ ସ୍କିଲ୍‌ ପାଠ୍ୟକ୍ରମ, ଉଚ୍ଚ ଶିକ୍ଷାନୁଷ୍ଠାନରେ ଯୁବକମାନଙ୍କ ପାଇଁ ଡିଜିଟାଲ ଓ ଇ-ପାଠ୍ୟକ୍ରମ, ବିଭିନ୍ନ ଅନୁଷ୍ଠାନରେ ଛାତ୍ରୀଛାତ୍ରଙ୍କ ପାଇଁ ନିଯୁକ୍ତି ଦକ୍ଷତା ଇତ୍ୟାଦି ରଖାଯିବ। ୩୦ ଜିଲାରେ କାର୍ଯ୍ୟକାରୀ ହେବାକୁ ଥିବା ଆଇଟିଆଇ, ପଲିଟେକ୍ନିକ୍‌, ସରକାରୀ ଦକ୍ଷତା ଅନୁଷ୍ଠାନ, ଶିକ୍ଷାନୁଷ୍ଠାନ, କ୍ଲଷ୍ଟର ମାଧ୍ୟମରେ ଦକ୍ଷତା, ପୁନଃଦକ୍ଷତା ବୃଦ୍ଧି କରାଯିବ। ପ୍ରତିଷ୍ଠିତ ଶିଳ୍ପ ଏବଂ ତାଲିମ ପ୍ରଦାନକାରୀ ସଂଘ ଇତ୍ୟାଦିଙ୍କୁ ନେଇ ଦକ୍ଷତା କାର୍ଯ୍ୟକ୍ରମ କରାଯିବ। ରାଜ୍ୟରେ ଅତ୍ୟାଧୁନିକ ପ୍ରଶିକ୍ଷଣ କେନ୍ଦ୍ର, ସୁସଜ୍ଜିତ ଲ୍ୟାବ୍‌ ପ୍ରତିଷ୍ଠା ହେଲେ ‘ସ୍କିଲ୍‌-ଇନ୍‌- ଓଡ଼ିଶା’ ବ୍ରାଣ୍ଡ୍‌କୁ ଆହୁରି ସୁଦୃଢ଼ କରିବାରେ ସହାୟକ ହେବ। ୨୦୨୩-୨୪ ବଜେଟରେ ଏହି ଯୋଜନାକୁ ନେଇ ପରିକଳ୍ପନା କରାଯାଇଥିଲା।
ରାଜ୍ୟର ୩୦ଟି ଜିଲାରେ କାର୍ଯ୍ୟକାରୀ ହେବାକୁ ଥିବା ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ଦକ୍ଷତା ଅନୁଷ୍ଠାନ (ଆଇଟିଆଇ, ପଲିଟେକ୍ନିକ୍‌ ଇତ୍ୟାଦି), ସରକାରୀ ଦକ୍ଷତା ଅନୁଷ୍ଠାନ, ଶିକ୍ଷାନୁଷ୍ଠାନ, କ୍ଲଷ୍ଟର (ଏମ୍‌ଏସ୍‌ଏମ୍‌ଇ, କୃଷି, ହସ୍ତଶିଳ୍ପ ଇତ୍ୟାଦି) ମାଧ୍ୟମରେ ଦକ୍ଷତା, ରେସ୍କିଲିଂ ଏବଂ ଅପ୍‌ସ୍କିଲିଂ ସୁଯୋଗ ଯୋଗାଇ ଦିଆଯିବ।
ପ୍ରତିଷ୍ଠିତ ଶିଳ୍ପ ଏବଂ ପ୍ରଶିକ୍ଷଣ ପ୍ରଦାନକାରୀ ଶିଳ୍ପ ସଂଘ ଇତ୍ୟାଦିଙ୍କୁ ନେଇ ଗଠିତ ବିଶ୍ବସନୀୟ କାର୍ଯ୍ୟକ୍ରମ କାର୍ଯ୍ୟକାରୀ ସଂସ୍ଥାଗୁଡ଼ିକୁ ଭିନ୍ନ ଏବଂ ପ୍ରୋତ୍ସାହନଭିତ୍ତିକ ଆଭିମୁଖ୍ୟ ଉପରେ ଆଧାରିତ ଏକ ସକ୍ଷମ ନୀତି ଢାଞ୍ଚା ମାଧ୍ୟମରେ ଦକ୍ଷତା କାର୍ଯ୍ୟକ୍ରମ ପ୍ରଦାନ କରିବା ପାଇଁ ନିୟୋଜିତ କରାଯିବ। ରାଜ୍ୟରେ ଅତ୍ୟାଧୁନିକ ପ୍ରଶିକ୍ଷଣ କେନ୍ଦ୍ର, ସୁସଜ୍ଜିତ ଲ୍ୟାବ୍‌ ଏବଂ ଏକ ସୁଦୃଢ଼ ଦକ୍ଷତା ପରିବେଶ ପ୍ରତିଷ୍ଠା ହେଲେ ‘ସ୍କିଲ୍‌-ଇନ୍‌- ଓଡ଼ିଶା’ ବ୍ରାଣ୍ଡ୍‌କୁ ଆହୁରି ସୁଦୃଢ଼ କରିବାରେ ସହାୟକ ହେବ।
୨୦୨୩-୨୪ ବଜେଟରେ ପରିକଳ୍ପନା କରାଯାଇଥିବା ଅନୁଯାୟୀ, ନୂଆ ଓଡ଼ିଶା ଅର୍ଥନୈତିକ ସଶକ୍ତୀକରଣ ଦିଗରେ ରାଜ୍ୟବାସୀଙ୍କ ଜୀବନରେ ପରିବର୍ତ୍ତନ ସୁନିଶ୍ଚିତ କରିବା ପାଇଁ ଓଡ଼ିଶା ସରକାରଙ୍କ ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?