ଶାନ୍ତିସ୍ରୋତ ଭବନରେ ୪୩ତମ ବାର୍ଷିକ ଉତ୍ସବ

ଭଞ୍ଜନଗର,୯।୧୦(ବାବୁଲା ପ୍ରଧାନ ): ଭଞ୍ଜନଗର ବ୍ରହ୍ମାକୁମାରୀ ଅନୁଷ୍ଠାନ ଶାନ୍ତି ସ୍ରୋତ ଭବନରେ ଗୁରୁବାର ୪୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଭଞ୍ଜନଗର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାରତୀ ଦେବୀ, ସମ୍ମାନିତ ଅତିଥି ଭାବେ ଅବସର ପ୍ରାପ୍ତ ଶିକ୍ଷକ ନେତା ଜଗବନ୍ଧୁ ଜେନା ଓ ସନ୍ତୋଷ କୁମାର ଜେନା, ସମାଜ ସେବୀ ଶୂଳପାଣି ଶତପଥୀ ଉପସ୍ଥିତ ଥିଲେ। ଏହି ଅବସରରେ ପତାକା ଉତ୍ତୋଳନ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ମୁଖ୍ୟବକ୍ତା ରାଜଯୋଗିନୀ ସନ୍ତୋଷିନୀ ଭଉଣୀ ଅନୁଷ୍ଠାନର ଅଦ୍ୟାବଧି କାର୍ଯ୍ୟଧାରାର ସମସ୍ତ ବିବରଣୀ ପ୍ରଦାନ କରିଥିଲେ। ବ୍ରହ୍ମା କୁମାର ବୈକୁଣ୍ଠ ଭାଇ ମଞ୍ଚ ପରିଚାଳନା କରିଥିବା ବେଳେ ବ୍ରହ୍ମା କୁମାରୀ ଅଲିଭା, ଅନୀତା, ପ୍ରାପ୍ତି, ପିଙ୍କି ଭଉଣୀ ସମସ୍ତ କାର୍ଯ୍ୟରେ ସହଯୋଗୀ ହୋଇ ଶୃଙ୍ଖଳିତ ଭାବେ କାର୍ଯ୍ୟ ସଂପାଦନ କରିଥିଲେ।

 

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?