ରାଜ୍ୟରେ ସୁସ୍ଥ ହେଲେ ଆଉ ୪୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୮।୪(ବ୍ୟୁରୋ): ରାଜ୍ୟରେ ଦୈନିକ କୋଭିଡ ସଂକ୍ରମଣ ଗ୍ରାଫ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାର ମଧ୍ୟ ବୃଦ୍ଧିପାଉଛି। ଶୁକ୍ରବାର ରାଜ୍ୟରେ ୪୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡ଼ିଶାରେ ଏ ଯାଏ ମୋଟ ୧୨ ଲକ୍ଷ ୭୮ ହଜାର ୪୮୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟୁଇଟ କରି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳରୁ ସର୍ବାଧିକ ୨୨ ଜଣ ରହିଥିବା ବେଳେ ସମ୍ବଲପୁରରୁ ୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।