୭ ମାସରେ ମଲେଣି ୪୪ ହାତୀ

ଭୁବନେଶ୍ୱର, ୧୨।୮(ଅସମାପିକା ସାହୁ): ହାତୀକୁ ଐତିହ୍ୟ ପ୍ରାଣୀ ବୋଲି ଘୋଷଣା କରାଯାଇଛି। କିନ୍ତୁ ହାତୀ ଓ ମଣିଷ ଲଢ଼େଇ ଏବେ ବି କମିବାର ନାଁ ନେଉନାହିଁ। ଏହି ଲଢ଼େଇରେ କେତେବେଳେ ହାତୀର ମୃତ୍ୟୁ ହେଉଛି ତ ଆଉ କେଉଁଠି ମଣିଷର ଜୀବନ ଯାଉଛି। ରାଜ୍ୟ ସରକାରଙ୍କ ତଥ୍ୟାନୁସାରେ, ଗତ ୧୦ ବର୍ଷ ଅର୍ଥାତ୍‌ ୨୦୧୨ରୁ ୨୦୨୨ ମଧ୍ୟରେ ଓଡ଼ିଶାରେ ମୋଟ ୭୮୪ ହାତୀ ଓ ୯୨୫ ମଣିଷଙ୍କ ମୃତ୍ୟୁ ଘଟିଛି। ସେହିଭଳି ଚଳିତ ବର୍ଷ ଜାନୁୟାରୀରୁ ଅଗଷ୍ଟ ୧୦ ମଧ୍ୟରେ ୪୪ଟି ହାତୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
ଓଡ଼ିଶାରେ ହାତୀସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ୨୦୧୨ ହାତୀ ଗଣନାରେ, ରାଜ୍ୟରେ ହାତୀସଂଖ୍ୟା ୧୯୩୦ ଥିବାବେଳେ ୨୦୧୫ରେ ୧୯୫୪ ଓ ୨୦୧୭ରେ ଏହା ବୃଦ୍ଧି ପାଇ ୧୯୭୬ରେ ପହଞ୍ଚତ୍ଥିଲା। ତେବେ ରାଜ୍ୟରେ ହାତୀସଂଖ୍ୟା ବୃଦ୍ଧି ପାଉଥିଲେ ମଧ୍ୟ ଏମାନଙ୍କୁ ସୁରକ୍ଷା ଦେବାରେ ବନ ବିଭାଗ ବିଫଳ ହେଉଛି। ହାତୀର ସୁରକ୍ଷା ଓ ସଂରକ୍ଷଣ ପାଇଁ ବିଭିନ୍ନ ଯୋଜନା ରହିଛି। କିନ୍ତୁ ଏଥିରେ ସରକାର ଫେଲ୍‌ ମାରୁଛନ୍ତି। ତେଣୁ ପ୍ରତିବର୍ଷ ବିଭିନ୍ନ କାରଣରୁ ହାତୀଙ୍କ ମୃତ୍ୟୁ ଘଟୁଛି। ରାଜ୍ୟରେ ହାତୀ ଶିକାର ବୃଦ୍ଧି ପାଉଥିବାବେଳେ ଆଉ କେଉଁଠି ବିଦ୍ୟୁତ୍‌ ତାର ଓ ଟ୍ରେନ୍‌ ଧକ୍କା ଜୀବନ ନେଉଛି।
ବିଧାନସଭାରେ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତଙ୍କ ତଥ୍ୟ ଅନୁଯାୟୀ, ୨୦୧୨-୧୩ରେ ୮୨ ହାତୀଙ୍କ ମୃତ୍ୟୁ ଘଟିଥିବାବେଳେ ୨୦୧୩-୧୪ରେ ୭୦, ୨୦୧୪-୧୫ରେ ୫୪, ୨୦୧୫-୧୬ରେ ୮୬, ୨୦୧୬-୧୭ରେ ୭୬, ୨୦୧୭-୧୮ରେ ୭୮, ୨୦୧୮-୧୯ରେ ୯୩, ୨୦୧୯-୨୦ରେ ୮୨, ୨୦୨୦-୨୧ରେ ୭୭ ଏବଂ ୨୦୨୧-୨୨ରେ ୮୬ ହାତୀଙ୍କର ମୃତ୍ୟୁ ହୋଇଛି। ସେପଟେ ଚଳିତବର୍ଷ ଏପପର୍ଯ୍ୟନ୍ତ ୪୪ଟି ହାତୀଙ୍କ ଜୀବନ ଗଲାଣି। ଓ୍ବାଇଲ୍ଡଲାଇଫ୍‌ ସୋସାଇଟି ଅଫ୍‌ ଓଡ଼ିଶା(ଡବ୍ଲ୍ୟୁଏସ୍‌ଓ)ର ତଥ୍ୟାନୁସାରେ, ଗତ ଜାନୁୟାରୀରୁ ଅଗଷ୍ଟ ୧୦ ମଧ୍ୟରେ ୪୪ଟି ହାତୀଙ୍କର ମୃତ୍ୟୁ ହୋଇଛି। ଜାନୁୟାରୀରେ ୮ ହାତୀଙ୍କ ମୃତ୍ୟୁ ଘଟିଥିବାବେଳେ ଫେବୃୟାରୀରେ ୫, ମାର୍ଚ୍ଚରେ ୭, ଏପ୍ରିଲରେ ୪, ମେ’ରେ ୧୦, ଜୁନ୍‌ରେ ୬, ଜୁଲାଇରେ ୩ ଏବଂ ଅଗଷ୍ଟରେ ଗୋଟିଏ ହାତୀର ମୃତ୍ୟୁ ଘଟିଛି। ଏହି ୪୪ ହାତୀଙ୍କ ମଧ୍ୟରୁ ୧୮ଟିର ପ୍ରାକୃତିକ ମୃତ୍ୟୁ ଘଟିଥିବାବେଳେ ବିଦ୍ୟୁତ୍‌ ଆଘାତରେ ୧୧, ଶିକାରରେ ୫ ଏବଂ ଟ୍ରେନ୍‌ ଦୁର୍ଘଟଣାରେ ୪ଟି ହାତୀଙ୍କର ଜୀବନ ଯାଇଛି। ତେବେ ଆଉ ୬ଟି ହାତୀଙ୍କ ମୃତ୍ୟୁର କାରଣ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୩୧ା୩(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri