Odisha Elections 2024
Posted inଫୁରସତ

୭ ମାସରେ ମଲେଣି ୪୪ ହାତୀ

ଭୁବନେଶ୍ୱର, ୧୧।୮(ଅସମାପିକା ସାହୁ): ହାତୀକୁ ଐତିହ୍ୟ ପ୍ରାଣୀ ବୋଲି ଘୋଷଣା କରାଯାଇଛି। କିନ୍ତୁ ହାତୀ ଓ ମଣିଷ ଲଢ଼େଇ ଏବେ ବି କମିବାର ନାଁ ନେଉନାହିଁ। ଏହି ଲଢ଼େଇରେ କେତେବେଳେ ହାତୀର ମୃତ୍ୟୁ ହେଉଛି ତ ଆଉ କେଉଁଠି ମଣିଷର ଜୀବନ ଯାଉଛି। ରାଜ୍ୟ ସରକାରଙ୍କ ତଥ୍ୟାନୁସାରେ, ଗତ ୧୦ ବର୍ଷ ଅର୍ଥାତ୍‌ ୨୦୧୨ରୁ ୨୦୨୨ ମଧ୍ୟରେ ଓଡ଼ିଶାରେ ମୋଟ ୭୮୪ ହାତୀ ଓ ୯୨୫ ମଣିଷଙ୍କ ମୃତ୍ୟୁ ଘଟିଛି। ସେହିଭଳି ଚଳିତ ବର୍ଷ ଜାନୁୟାରୀରୁ ଅଗଷ୍ଟ ୧୦ ମଧ୍ୟରେ ୪୪ଟି ହାତୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
ଓଡ଼ିଶାରେ ହାତୀସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ୨୦୧୨ ହାତୀ ଗଣନାରେ, ରାଜ୍ୟରେ ହାତୀସଂଖ୍ୟା ୧୯୩୦ ଥିବାବେଳେ ୨୦୧୫ରେ ୧୯୫୪ ଓ ୨୦୧୭ରେ ଏହା ବୃଦ୍ଧି ପାଇ ୧୯୭୬ରେ ପହଞ୍ଚତ୍ଥିଲା। ତେବେ ରାଜ୍ୟରେ ହାତୀସଂଖ୍ୟା ବୃଦ୍ଧି ପାଉଥିଲେ ମଧ୍ୟ ଏମାନଙ୍କୁ ସୁରକ୍ଷା ଦେବାରେ ବନ ବିଭାଗ ବିଫଳ ହେଉଛି। ହାତୀର ସୁରକ୍ଷା ଓ ସଂରକ୍ଷଣ ପାଇଁ ବିଭିନ୍ନ ଯୋଜନା ରହିଛି। କିନ୍ତୁ ଏଥିରେ ସରକାର ଫେଲ୍‌ ମାରୁଛନ୍ତି। ତେଣୁ ପ୍ରତିବର୍ଷ ବିଭିନ୍ନ କାରଣରୁ ହାତୀଙ୍କ ମୃତ୍ୟୁ ଘଟୁଛି। ରାଜ୍ୟରେ ହାତୀ ଶିକାର ବୃଦ୍ଧି ପାଉଥିବାବେଳେ ଆଉ କେଉଁଠି ବିଦ୍ୟୁତ୍‌ ତାର ଓ ଟ୍ରେନ୍‌ ଧକ୍କା ଜୀବନ ନେଉଛି।
ବିଧାନସଭାରେ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତଙ୍କ ତଥ୍ୟ ଅନୁଯାୟୀ, ୨୦୧୨-୧୩ରେ ୮୨ ହାତୀଙ୍କ ମୃତ୍ୟୁ ଘଟିଥିବାବେଳେ ୨୦୧୩-୧୪ରେ ୭୦, ୨୦୧୪-୧୫ରେ ୫୪, ୨୦୧୫-୧୬ରେ ୮୬, ୨୦୧୬-୧୭ରେ ୭୬, ୨୦୧୭-୧୮ରେ ୭୮, ୨୦୧୮-୧୯ରେ ୯୩, ୨୦୧୯-୨୦ରେ ୮୨, ୨୦୨୦-୨୧ରେ ୭୭ ଏବଂ ୨୦୨୧-୨୨ରେ ୮୬ ହାତୀଙ୍କର ମୃତ୍ୟୁ ହୋଇଛି। ସେପଟେ ଚଳିତବର୍ଷ ଏପପର୍ଯ୍ୟନ୍ତ ୪୪ଟି ହାତୀଙ୍କ ଜୀବନ ଗଲାଣି। ଓ୍ବାଇଲ୍ଡଲାଇଫ୍‌ ସୋସାଇଟି ଅଫ୍‌ ଓଡ଼ିଶା(ଡବ୍ଲ୍ୟୁଏସ୍‌ଓ)ର ତଥ୍ୟାନୁସାରେ, ଗତ ଜାନୁୟାରୀରୁ ଅଗଷ୍ଟ ୧୦ ମଧ୍ୟରେ ୪୪ଟି ହାତୀଙ୍କର ମୃତ୍ୟୁ ହୋଇଛି। ଜାନୁୟାରୀରେ ୮ ହାତୀଙ୍କ ମୃତ୍ୟୁ ଘଟିଥିବାବେଳେ ଫେବୃୟାରୀରେ ୫, ମାର୍ଚ୍ଚରେ ୭, ଏପ୍ରିଲରେ ୪, ମେ’ରେ ୧୦, ଜୁନ୍‌ରେ ୬, ଜୁଲାଇରେ ୩ ଏବଂ ଅଗଷ୍ଟରେ ଗୋଟିଏ ହାତୀର ମୃତ୍ୟୁ ଘଟିଛି। ଏହି ୪୪ ହାତୀଙ୍କ ମଧ୍ୟରୁ ୧୮ଟିର ପ୍ରାକୃତିକ ମୃତ୍ୟୁ ଘଟିଥିବାବେଳେ ବିଦ୍ୟୁତ୍‌ ଆଘାତରେ ୧୧, ଶିକାରରେ ୫ ଏବଂ ଟ୍ରେନ୍‌ ଦୁର୍ଘଟଣାରେ ୪ଟି ହାତୀଙ୍କର ଜୀବନ ଯାଇଛି। ତେବେ ଆଉ ୬ଟି ହାତୀଙ୍କ ମୃତ୍ୟୁର କାରଣ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କ ବିବାହକୁ ନେଇ ଏକ ବଡ଼ କଥା କହିଲେ ଭଉଣୀ ପ୍ରିୟଙ୍କା, ଜାଣିଲେ…

ନୂଆଦିଲ୍ଲୀ,୧୭ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ପ୍ରଚାରରେ ବ୍ୟସ୍ତ ଥିବା ପ୍ରିୟଙ୍କା ଗାନ୍ଧୀ ଭାଇ ରାହୁଲ ଗାନ୍ଧୀଙ୍କ ବିବାହ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି।...

ଜାଣନ୍ତୁ କେଉଁ ରାଜନେତା କେତେ ପଢ଼ିଛନ୍ତି, କାହାର ଶିକ୍ଷାଗତ ଯୋଗ୍ୟତା ଅଧିକ, କାହାର କମ୍‌

ଆମର ଅନେକ ରାଜନେତା ଅଛନ୍ତି, ଯେଉଁମାନଙ୍କ ହାତରେ ଆମ ଦେଶ ଏବଂ ରାଜ୍ୟ ପରିଚାଳିତ ହେଉଛି। ତେବେ ଏମାନଙ୍କ ଶିକ୍ଷାଗତ ଯୋଗ୍ୟତା ବିଷୟରେ ଅଧିକାଂଶ ଲୋକ...

୩୪ ବର୍ଷ ବୟସରେ ଜେଜେ ମା’ ହେଲେ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର

ସିଙ୍ଗାପୁର:ସମ୍ପ୍ରତି ଯୁବପିଢ଼ି ନିଜ କ୍ୟାରିୟରକୁ ଦୃଷ୍ଟିରେ ରଖି ବିଳମ୍ବରେ ବିବାହ କରିବା ସହ ବିଳମ୍ବରେ ପରିବାର ଆରମ୍ଭ କରିବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସିଙ୍ଗାପୁରର ଶିର୍ଲି...

ଆଜି ଜାତୀୟ ଡେଙ୍ଗୁ ଦିବସ

ଆମେ ସମ୍ମୁଖୀନ ହେଉଥିବା ସ୍ବାସ୍ଥ୍ୟ ସମସ୍ୟାଗୁଡ଼ିକ ମଧ୍ୟରେ ଡେଙ୍ଗୁ ଅନ୍ୟତମ। ଏଡିସ୍‌ ମଶା ହେଉଛି ଏହାର ବାହକ। ପ୍ରାରମ୍ଭରୁ ଡେଙ୍ଗୁର ଚିକିତ୍ସା କରା ନ ଗଲେ...

ଭାରତ ପ୍ରେମରେ ଜାପାନୀ ସିଇଓ

ବେଙ୍ଗାଲୁରୁ: ଟେକ୍‌ ଜାପାନ କମ୍ପାନୀର ପ୍ରତିଷ୍ଠାତା ତଥା ସିଇଓ ନାଓତାକା ନିଶିୟାମା ଗତ ମାସେ ହେବ ଭାରତ ଗସ୍ତରେ ରହିଛନ୍ତି। ଭାରତରେ ସଂସ୍କୃତି, ମୂଲ୍ୟବୋଧ ଓ ବିବିଧତାକୁ...

୨୦ବର୍ଷ ଧରି ବୋର୍ଡରେ ଖବର ଲେଖୁଛନ୍ତି ସରୋଜ ଚର୍ଚ୍ଚି

ଖବରକାଗଜ ସାଧାରଣତଃ ଛପା ଯାଇଥାଏ। ବିଭିନ୍ନ ଅଞ୍ଚଳରୁ ପ୍ରକାଶନ ହେଉଥିବା ଦୈନିକ, ସାପ୍ତାହିକ, ମାସିକ, ପାକ୍ଷିକ ଆଦି ବିଭିନ୍ନ ଭାଷାର ଏକାଧିକ ସଂସ୍କରଣ ରହିଛି। ଆଞ୍ଚଳିକ,...

ଆଧୁନିକ ନାରୀଙ୍କ ପାଇଁ ଦୃଷ୍ଟାନ୍ତ ‘ନନ୍ଦିନୀ’

ଓଡ଼ିଶା ମାଟିର ସୁଯୋଗ୍ୟା ସନ୍ତାନ ସେ । ଜଣେ ପ୍ରତିଷ୍ଠିତ ଲେଖିକା ହେବା ସହ ରାଜନୀତିରେ ବି ସେ ଥିଲେ ବେଶ୍‌ ପାରଙ୍ଗମ। ଯାହା ତାଙ୍କୁ...

ମା’ ଖୁସି ପାଇଁ..ସବୁ ଖୁସି ପାଦ ତଳେ ଥୋଇ ଦେଇଥିବା ସୁଯୋଗ୍ୟ ସନ୍ତାନ…

ମା’;  ଯାହାର ଜୀବନ ନାଟିକା ତା’ ସନ୍ତାନ ପାଖରେ ଅଟକିଥାଏ। ଯାହାର ସବୁ ସୁଖଦୁଃଖ ତା’ ପିଲା ପାଖରୁ ଆରମ୍ଭ ହୋଇ ତାଙ୍କଠି ହିଁ ସରିଯାଏ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri