ବର୍ଷ ଆରମ୍ଭରୁ ମାଓବାଦୀ ସଙ୍ଗଠନକୁ ଶକ୍ତ ଧକ୍କା

ମାଲକାନଗିରି,୧।୧(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତରେ ନୂତନ ବର୍ଷର ପ୍ରଥମ ଦିନରେ ମାଓବାଦୀ ସଙ୍ଗଠନକୁ ଲାଗିଛି ଶକ୍ତ ଧକ୍କା। ମାଲକାନଗିରି ଜିଲା ସୀମାନ୍ତକୁ ଲାଗିଥିବା ଛତିଶଗଡ଼ର ସୁକ୍‌ମାରେ ଏହା ଦେଖିବାକୁ ମିଳିଛି।

ସଙ୍ଗଠନକୁ ବିରୋଧ କରି ୯ ଜଣ ମହିଳାଙ୍କ ସମେତ ୪୪ ମାଓବାଦୀ ସୁକ୍‌ମା ଏସ୍‌ପି ସୁନୀଲ ଶର୍ମାଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ୯ ମହିଳା ମାଓବାଦୀଙ୍କ ମଧ୍ୟରେ ଜଣେ ହାର୍ଡକୋର ମାଓବାଦୀ ରହିଛନ୍ତି। ତାଙ୍କ ନାମରେ ଛତିଶଗଡ଼ ସରକାର ପୂର୍ବରୁ ୨ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରିଥିଲେ। ଅନ୍ୟପକ୍ଷେ ଛତିଶଗଡ଼ର ମାଓବାଦୀ ପ୍ରଭାବିତ ଅଞ୍ଚଳରେ ମାଓବାଦୀ ବିରୋଧୀ ଅଭିଯାନକୁ କଡ଼ାକଡ଼ି କାର୍ଯ୍ୟକାରୀ କରାଯାଉଥିବାରୁ ମାଓବାଦୀ ସଙ୍ଗଠନଗୁଡିକ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ପୂର୍ବଭଳି ମାଓବାଦୀ ସଙ୍ଗଠନକୁ ଲୋକେ ଆଉ ସମର୍ଥନ କରୁ ନ ଥିବାରୁ ସେମାନେ ହତୋତ୍ସାହିତ ହୋଇପଡ଼ିଛନ୍ତି। ଫଳରେ ସଙ୍ଗଠନ ଛାଡ଼ି ମାଓବାଦୀମାନେ ଆତ୍ମସମର୍ପଣ କରୁଛନ୍ତି। ସରକାରୀ ନିୟମ ଅନୁଯାୟୀ ସେମାନଙ୍କୁ ଥଇଥାନ କରାଯିବ ବୋଲି ସୁକ୍‌ମା ଏସ୍‌ପି ଶର୍ମା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri