ଗୋଟିଏ ଦିନରେ ୪୪ ପ୍ରତିଶତ ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି। ଗୋଟିଏ ଦିନରେ ଦୈନିକ ସଂକ୍ରମଣ ୪୪ ପ୍ରତିଶତ ବଢ଼ିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୬୧ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୯,୫୨୯ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୬,୯୨୫ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨୯ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୫ ଥିଲା।
ଏହି ସମୟରେ ସକ୍ରିୟ ମାମଲା ୬୧ ହଜାର ୧୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୬୩ ହଜାର ୩୮୦ ଥିଲା। ସେହିପରି ୨୪ ଘଣ୍ଟାରେ ୯,୨୧୩ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୯,୦୧୧ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୩୯୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୫ ହଜାର ୮୨୭ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୩ ଲକ୍ଷ ୨୩ ହଜାର ୪୫ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୬୬ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୪.୪୯ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୫.୩୮ ପ୍ରତିଶତ ରହିଛି। ଏବଂ ସାପ୍ତାହିକ ସଂକ୍ରମଣ ୫.୬୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୮ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri