Posted inଜାତୀୟ

ଭୋଟ ଦେବେ ୪୪% ଅଭିଯୁକ୍ତ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ, ୧୩ା୭: ଆସନ୍ତା ରାଷ୍ଟ୍ରପତି ନିର୍ବାଚନରେ ଭୋଟ ଦେବାକୁ ଥିବା ବିଧାୟକ ଓ ଏମ୍‌ପିଙ୍କ ମଧ୍ୟର ୪୪%ଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ୍‌(ଏଡିଆର୍‌) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟ ଅନୁସାରେ, ମୋଟ ୧୦,୭୪,୩୬୪ ଭୋଟର ୪୪% ଅର୍ଥାତ ୪,୭୨,୪୭୭ ଭୋଟ ଅଭିଯୁକ୍ତ ଏମ୍‌ପି ଏବଂ ବିଧାୟକଙ୍କର ରହିଛି। ସେମାନେ ପୂର୍ବରୁ ନିଜ ନାମରେ ଆପରାଧିକ ମାମଲା ଥିବା ଘୋଷଣା କରିଛନ୍ତି। ୪,୮୦୯ ଏମ୍‌ପି ଓ ବିଧାୟକଙ୍କ ମଧ୍ୟରୁ ୪,୭୫୯ଙ୍କ ସତ୍ୟପାଠକୁ ଏଡିଆର୍‌ ଏବଂ ନ୍ୟାଶନାଲ ଇଲେକ୍ସନ ଓ୍ବାଚ୍‌ ପକ୍ଷରୁ ବିଶ୍ଲେଷଣ କରାଯାଇଥିଲା। ସେଥିମଧ୍ୟରେ ଦେଶର ୭୬୮ ଏମ୍‌ପି ଏବଂ ୩,୯୯୧ ବିଧାୟକଙ୍କ ସତ୍ୟପାଠ ଅନ୍ତର୍ଭୂକ୍ତ ଥିଲା। ୫୪୨ ଏମ୍‌ପିଙ୍କ ମଧ୍ୟରୁ ୨୩୬ ଲୋକ ସଭା ସଦସ୍ୟ ଏବଂ ୨୨୬ରୁ ଜଣ ରାଜ୍ୟ ସଭା ଏମ୍‌ପି ସେମାନଙ୍କ ବିରୋଧରେ ଆପରାଧିକ ମାମଲା ଥିବା ପୂର୍ବରୁ ଭାରତର ନିର୍ବାଚନ କମିଶନଙ୍କ ନିକଟରେ ଦର୍ଶାଇଥିଲେ। ୧,୩୧୬ ଏମ୍‌ପି/ଏମ୍‌ଏଲ୍‌ଏଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ରହିଛି। ଅନ୍ୟପକ୍ଷରେ ଆସନ୍ତା ୧୮ ତାରିଖରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ଭୋଟ ଦେବାକୁ ଥିବା ଏମ୍‌ପି ଓ ବିଧାୟକଙ୍କ ମଧ୍ୟରେ ମହିଳାଙ୍କ ସଂଖ୍ୟା ମାତ୍ର ୧୦% ବୋଲି ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି…

ବ୍ରିକ୍ସ: ସାମର୍ଥ୍ୟ ଅଛି ଶକ୍ତି ନାହିଁ

ବ୍ରିକ୍ସ କ୍ରମଶଃ ପ୍ରତିଷ୍ଠା ଲାଭ କଲେ ମଧ୍ୟ ଅନ୍ତର୍ଜାତୀୟ ଆହ୍ବାନଗୁଡିକୁ ମୁକାବିଲା କରିବାରେ ସଫଳ ହୋଇପାରୁନାହିଁ। ସେଥିପାଇଁ ଚଳିତ ମାସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବ୍ରିକ୍ସ ବୈଦେଶିକ ମନ୍ତ୍ରୀଙ୍କ…

ନକଲି ଆଇନଜୀବୀ

ଦେଶରେ ଥିବା ଆଇନଜୀବୀଙ୍କ ଶିକ୍ଷାଗତ ଯୋଗ୍ୟତା ଯାଞ୍ଚ ଲାଗି ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ) ପକ୍ଷରୁ ୨୦୨୫ ଜାନୁଆରୀରେ ଏକ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥିରେ…

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫ା୫: ଭାରତ ଗସ୍ତରେ ଆସିଥିବା ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରୁଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହଠାତ୍‌…

ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ…

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଳା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri