୩୫ ଲକ୍ଷ ଚାଷୀଙ୍କୁ ୪୪୧.୭୬ କୋଟିର ସୁଧ ରିହାତି

ଭୁବନେଶ୍ବର, ୨୫ା୪(ବ୍ୟୁରୋ): ୨୦୨୨-୨୩ ବର୍ଷ ପାଇଁ ଦ୍ବିତୀୟ ପର୍ଯ୍ୟାୟରେ ରାଜ୍ୟର ୩୫ ଲକ୍ଷ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪୪୧.୭୬ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟର ସମସ୍ତ ସମବାୟ ବ୍ୟାଙ୍କ ଓ ୨୪୦୯ଟି ପ୍ରାଥମିକ କୃଷି ସମବାୟ ସମିତିକୁ ଏହି ରିହାତି ପରିମାଣ ପ୍ରଦାନ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ୪୧୫.୧୭ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରାଯାଇଥିଲା। ୨୦୨୨-୨୩ ବର୍ଷରେ ଚାଷୀମାନେ ସମୁଦାୟ ୮୫୬.୯୯ କୋଟି ଟଙ୍କା ସୁଧ ରିହାତି ପାଇଛନ୍ତି। ସୂଚନାଯୋଗ୍ୟ ଯେ ଲକ୍ଷେ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ପାଇଁ ଚାଷୀଙ୍କୁ କୌଣସି ସୁଧ ଦେବାକୁ ପଡୁନାହିଁ। ୩୫ ଲକ୍ଷ ଚାଷୀଙ୍କ ମଧ୍ୟରୁ ୩୦ ଲକ୍ଷ ହେଉଛନ୍ତି କ୍ଷୁଦ୍ର ଓ ନାମମାତ୍ର ଚାଷୀ।
ଏହି ଅବସରରେ ଉପସ୍ଥିତ ଚାଷୀ ଏବଂ ଆଭାସୀ ଜରିଆରେ ଯୋଡ଼ି ହୋଇଥିବା ଚାଷୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚାଷ ଆମ ଅର୍ଥନୀତିର ଆତ୍ମା ଏବଂ ବିକାଶର ଆଧାର। ଆମ ନୂଆ ଓ ସଶକ୍ତ ଓଡ଼ିଶାର ସାରଥି ହେଉଛନ୍ତି ରାଜ୍ୟର ଚାଷୀ ଓ ଯୁବତୀ,ଯୁବକ। ତେଣୁ ସେମାନଙ୍କ ସଶକ୍ତୀକରଣ ଉପରେ ସବୁବେଳେ ପ୍ରାଧାନ୍ୟ ଦିଆଯାଉଛି। ଚାଷୀକୁ ସଶକ୍ତ କରିବା ପାଇଁ ସ୍ବତନ୍ତ୍ର ବଜେଟ କରାଯାଇଛି। ବିନା ସୁଧରେ ଲକ୍ଷେ ଟଙ୍କା ପର୍ଯ୍ୟନ୍ତ କୃଷି ଋଣ ଦିଆଯାଉଛି। ଚାଷୀ ପରିବାରର କଲ୍ୟାଣ ପାଇଁ କାଳିଆ ଶିକ୍ଷା ବୃତ୍ତି ପ୍ରଦାନ କରାଯାଉଛି। ଗଞ୍ଜାମର ଚାଷୀ ପରିବାରର ଜଣେ ପିଲା କିରଣ ସାହୁ କାଳିଆ ଶିକ୍ଷା ବୃତ୍ତି ପାଇ ବ୍ରହ୍ମପୁର ମେଡିକାଲ କଲେଜରେ ପଢ଼ିବା କଥା ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏନେଇ ଖୁସିବ୍ୟକ୍ତ କରିଛନ୍ତି। ଚାଷୀଙ୍କୁ ବିନା ସୁଧରେ ଋଣ ଦେବାରେ ଏବଂ କାଳିଆ ପରି କଲ୍ୟାଣ ଯୋଜନା କରିବାରେ ଓଡ଼ିଶା ପ୍ରଥମ ରାଜ୍ୟ। ଆଜିର ସୁଧ ରିହାତି ଯୋଗୁ ଚାଷୀଙ୍କୁ ଟଙ୍କାଏ ମଧ୍ୟ ସୁଧ ଦେବାକୁ ପଡ଼ିଲା ନାହିଁ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ସେ ଆହୁରି କହିଛନ୍ତି, ଆମର ସମବାୟ ଆନ୍ଦୋଳନ ଆଜି ଶକ୍ତିଶାଳୀ ହୋଇଛି। ଫସଲ ଋଣର ୬୦% କେବଳ ସମବାୟ କ୍ଷେତ୍ର ହିଁ ଯୋଗାଉଛି। ଚାଷୀମାନେ ଓଡ଼ିଶାର ଗର୍ବ। ସେମାନଙ୍କ ପରିଶ୍ରମ ଓ ନିଷ୍ଠା ଯୋଗୁ କୃଷି କ୍ଷେତ୍ରରେ ଓଡ଼ିଶା ଦେଶର ଏକ ଆଗୁଆ ରାଜ୍ୟ ହୋଇପାରିଛି। ଚାଷୀଙ୍କ କଲ୍ୟାଣ ପାଇଁ କାମ କରୁଛନ୍ତି ଏବଂ ଆଗକୁ ମଧ୍ୟ କରିଚାଲିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କାର୍ଯ୍ୟକ୍ରମରେ ଯୋଗଦେଇ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି, ରାଜ୍ୟର କୃଷକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। ବାରମ୍ବାର କୃଷି କର୍ମଣ ପୁରସ୍କାର ପାଇଁ ମନୋନୀତ ହେବା ହେଉଛି ଆମ ପ୍ରତିବଦ୍ଧତାର ପ୍ରମାଣ। ସମବାୟ ବିଭାଗ, କୃଷି ବିଭାଗ ଓ ଖାଦ୍ୟ ଯୋଗାଣ ବିଭାଗର ମିଳିତ କାର୍ଯ୍ୟକ୍ରମ ଯୋଗୁ ରାଜ୍ୟ ବର୍ତ୍ତମାନ ଏକ ଅଭାବୀରୁ ବଳକା ରାଜ୍ୟରେ ପରିଣତ ହୋଇଛି। କାର୍ଯ୍ୟକ୍ରମରେ ୩ ଜଣ ହିତାଧିକାରୀ ଋଣ ଉପରେ ସୁଧ ରିହାତି ଯୋଗୁ କିପରି ଚାଷ ଓ ବ୍ୟବସାୟ କରି ପରିବାରକୁ ସୁରୁଖୁରୁରେ ଚଳାଇ ପାରୁଛନ୍ତି ସେନେଇ ବର୍ଣ୍ଣନା କରିଛନ୍ତି। ସୁଧ ରିହାତି ଯୋଜନା ପାଇଁ ଅନେକ ପରିବାର ବର୍ତ୍ତମାନ ସ୍ବାବଲମ୍ବୀ ହୋଇପାରିଛନ୍ତି। ସମବାୟ ବିଭାଗ ପ୍ରମୁଖ ସଚିବ ସଞ୍ଜୀବ ଚୋପ୍ରା ସ୍ବାଗତ ଭାଷଣ ଦେଇଥିବା ବେଳେ ସମବାୟ ନିବନ୍ଧକ ଉଦ୍ଧବ ଚରଣ ମାଝି ଧନ୍ୟବାଦ ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri