୩୫ ଲକ୍ଷ ଚାଷୀଙ୍କୁ ୪୪୧.୭୬ କୋଟିର ସୁଧ ରିହାତି

ଭୁବନେଶ୍ବର, ୨୫ା୪(ବ୍ୟୁରୋ): ୨୦୨୨-୨୩ ବର୍ଷ ପାଇଁ ଦ୍ବିତୀୟ ପର୍ଯ୍ୟାୟରେ ରାଜ୍ୟର ୩୫ ଲକ୍ଷ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪୪୧.୭୬ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟର ସମସ୍ତ ସମବାୟ ବ୍ୟାଙ୍କ ଓ ୨୪୦୯ଟି ପ୍ରାଥମିକ କୃଷି ସମବାୟ ସମିତିକୁ ଏହି ରିହାତି ପରିମାଣ ପ୍ରଦାନ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ୪୧୫.୧୭ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରାଯାଇଥିଲା। ୨୦୨୨-୨୩ ବର୍ଷରେ ଚାଷୀମାନେ ସମୁଦାୟ ୮୫୬.୯୯ କୋଟି ଟଙ୍କା ସୁଧ ରିହାତି ପାଇଛନ୍ତି। ସୂଚନାଯୋଗ୍ୟ ଯେ ଲକ୍ଷେ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ପାଇଁ ଚାଷୀଙ୍କୁ କୌଣସି ସୁଧ ଦେବାକୁ ପଡୁନାହିଁ। ୩୫ ଲକ୍ଷ ଚାଷୀଙ୍କ ମଧ୍ୟରୁ ୩୦ ଲକ୍ଷ ହେଉଛନ୍ତି କ୍ଷୁଦ୍ର ଓ ନାମମାତ୍ର ଚାଷୀ।
ଏହି ଅବସରରେ ଉପସ୍ଥିତ ଚାଷୀ ଏବଂ ଆଭାସୀ ଜରିଆରେ ଯୋଡ଼ି ହୋଇଥିବା ଚାଷୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚାଷ ଆମ ଅର୍ଥନୀତିର ଆତ୍ମା ଏବଂ ବିକାଶର ଆଧାର। ଆମ ନୂଆ ଓ ସଶକ୍ତ ଓଡ଼ିଶାର ସାରଥି ହେଉଛନ୍ତି ରାଜ୍ୟର ଚାଷୀ ଓ ଯୁବତୀ,ଯୁବକ। ତେଣୁ ସେମାନଙ୍କ ସଶକ୍ତୀକରଣ ଉପରେ ସବୁବେଳେ ପ୍ରାଧାନ୍ୟ ଦିଆଯାଉଛି। ଚାଷୀକୁ ସଶକ୍ତ କରିବା ପାଇଁ ସ୍ବତନ୍ତ୍ର ବଜେଟ କରାଯାଇଛି। ବିନା ସୁଧରେ ଲକ୍ଷେ ଟଙ୍କା ପର୍ଯ୍ୟନ୍ତ କୃଷି ଋଣ ଦିଆଯାଉଛି। ଚାଷୀ ପରିବାରର କଲ୍ୟାଣ ପାଇଁ କାଳିଆ ଶିକ୍ଷା ବୃତ୍ତି ପ୍ରଦାନ କରାଯାଉଛି। ଗଞ୍ଜାମର ଚାଷୀ ପରିବାରର ଜଣେ ପିଲା କିରଣ ସାହୁ କାଳିଆ ଶିକ୍ଷା ବୃତ୍ତି ପାଇ ବ୍ରହ୍ମପୁର ମେଡିକାଲ କଲେଜରେ ପଢ଼ିବା କଥା ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏନେଇ ଖୁସିବ୍ୟକ୍ତ କରିଛନ୍ତି। ଚାଷୀଙ୍କୁ ବିନା ସୁଧରେ ଋଣ ଦେବାରେ ଏବଂ କାଳିଆ ପରି କଲ୍ୟାଣ ଯୋଜନା କରିବାରେ ଓଡ଼ିଶା ପ୍ରଥମ ରାଜ୍ୟ। ଆଜିର ସୁଧ ରିହାତି ଯୋଗୁ ଚାଷୀଙ୍କୁ ଟଙ୍କାଏ ମଧ୍ୟ ସୁଧ ଦେବାକୁ ପଡ଼ିଲା ନାହିଁ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ସେ ଆହୁରି କହିଛନ୍ତି, ଆମର ସମବାୟ ଆନ୍ଦୋଳନ ଆଜି ଶକ୍ତିଶାଳୀ ହୋଇଛି। ଫସଲ ଋଣର ୬୦% କେବଳ ସମବାୟ କ୍ଷେତ୍ର ହିଁ ଯୋଗାଉଛି। ଚାଷୀମାନେ ଓଡ଼ିଶାର ଗର୍ବ। ସେମାନଙ୍କ ପରିଶ୍ରମ ଓ ନିଷ୍ଠା ଯୋଗୁ କୃଷି କ୍ଷେତ୍ରରେ ଓଡ଼ିଶା ଦେଶର ଏକ ଆଗୁଆ ରାଜ୍ୟ ହୋଇପାରିଛି। ଚାଷୀଙ୍କ କଲ୍ୟାଣ ପାଇଁ କାମ କରୁଛନ୍ତି ଏବଂ ଆଗକୁ ମଧ୍ୟ କରିଚାଲିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କାର୍ଯ୍ୟକ୍ରମରେ ଯୋଗଦେଇ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି, ରାଜ୍ୟର କୃଷକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। ବାରମ୍ବାର କୃଷି କର୍ମଣ ପୁରସ୍କାର ପାଇଁ ମନୋନୀତ ହେବା ହେଉଛି ଆମ ପ୍ରତିବଦ୍ଧତାର ପ୍ରମାଣ। ସମବାୟ ବିଭାଗ, କୃଷି ବିଭାଗ ଓ ଖାଦ୍ୟ ଯୋଗାଣ ବିଭାଗର ମିଳିତ କାର୍ଯ୍ୟକ୍ରମ ଯୋଗୁ ରାଜ୍ୟ ବର୍ତ୍ତମାନ ଏକ ଅଭାବୀରୁ ବଳକା ରାଜ୍ୟରେ ପରିଣତ ହୋଇଛି। କାର୍ଯ୍ୟକ୍ରମରେ ୩ ଜଣ ହିତାଧିକାରୀ ଋଣ ଉପରେ ସୁଧ ରିହାତି ଯୋଗୁ କିପରି ଚାଷ ଓ ବ୍ୟବସାୟ କରି ପରିବାରକୁ ସୁରୁଖୁରୁରେ ଚଳାଇ ପାରୁଛନ୍ତି ସେନେଇ ବର୍ଣ୍ଣନା କରିଛନ୍ତି। ସୁଧ ରିହାତି ଯୋଜନା ପାଇଁ ଅନେକ ପରିବାର ବର୍ତ୍ତମାନ ସ୍ବାବଲମ୍ବୀ ହୋଇପାରିଛନ୍ତି। ସମବାୟ ବିଭାଗ ପ୍ରମୁଖ ସଚିବ ସଞ୍ଜୀବ ଚୋପ୍ରା ସ୍ବାଗତ ଭାଷଣ ଦେଇଥିବା ବେଳେ ସମବାୟ ନିବନ୍ଧକ ଉଦ୍ଧବ ଚରଣ ମାଝି ଧନ୍ୟବାଦ ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ

ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ...

ହାର୍ଡ ମଦର ଜାଗା ନେଲା ବିଅର, ଓଡ଼ିଶାରେ ଏଥର ବିକ୍ରିରେ ଭାଙ୍ଗିଲା ସର୍ବକାଳୀନ ରେକର୍ଡ

ଭୁବନେଶ୍ୱର,୨୭।୪: ତାପମାତ୍ରା ବଢିବା ସହ ଦେଶରେ ବିଅର ବିକ୍ରି ମଧ୍ୟ ବଢୁଛି। ଏହି କ୍ରମରେ ଏଥର ଓଡିଶା ବିଅର ବିକ୍ରିରେ ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଅବକାରୀ...

ବଡ଼ଚଣାରେ ଭାବବିହ୍ବଳ ହେଲେ ବର୍ଷା

ଚଣ୍ଡିଖୋଲ/ ଛତିଆ/ ବଡ଼ଚଣା, ୨୭ା୪ (ପ୍ରଦୀପ୍ତ କୁମାର ପୃଷ୍ଟି/ ସୌମ୍ୟରଞ୍ଜନ ସାହୁ/ ଦିଲୀପ କୁମାର ମହାନ୍ତି): ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା...

ଘରୋଇ ଚିକିତ୍ସା କଲେ ଚାକିରିରୁ ବିଦା ହେବେ ଡାକ୍ତର

ବ୍ରହ୍ମପୁର,୨୭।୪(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲର ବିଭିନ୍ନ ବିଭାଗରେ କାର୍ଯ୍ୟରତ ସିନିୟର୍‌ ରେସିଡେଣ୍ଟ(ଏସ୍‌ଆର) ତଥା ଟ୍ୟୁଟରମାନେ ଘରୋଇ ମେଡିକାଲରେ ରୋଗୀ ଚିକିତ୍ସା କରୁଥିବା...

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri