୪୪୯ ବିଦ୍ୟାଳୟ ସାମିଲ

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ତୃତୀୟ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ମୌଳିକ ଭାଷା ଓ ସଂଖ୍ୟା ଜ୍ଞାନ ଶିକ୍ଷଣର ସ୍ତର ନିର୍ଦ୍ଧାରଣ ନିମନ୍ତେ ଆସନ୍ତା ୨୩ ତାରିଖଠାରୁ ସର୍ବେକ୍ଷଣ ଆରମ୍ଭ ହେବ। ଜାତୀୟ ଶିକ୍ଷା ଓ ଗବେଷଣା ପରିଷଦ ଏବଂ ଭାରତ ସରକାରଙ୍କ ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ମନ୍ତ୍ରଣାଳୟର ମିଳିତ ଆନୁକୂଲ୍ୟରେ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ ଦ୍ୱାରା ଏହି ସର୍ବେକ୍ଷଣ କରାଯିବ। ଏହି ସର୍ବେକ୍ଷଣର ମୂଳ ଲକ୍ଷ୍ୟ ହେଉଛି ଦେଶରେ ଶିକ୍ଷାଦାନ ନିମନ୍ତେ ବ୍ୟବହୃତ ହେଉଥିବା ବିଭିନ୍ନ ଭାଷାରେ ତୃତୀୟ ଶ୍ରେଣୀରେ ପଢ଼ୁଥିବା ପିଲାଙ୍କ ଭାଷାଜ୍ଞାନ ଓ ସଂଖ୍ୟା ଜ୍ଞାନ କ୍ଷେତ୍ରରେ ଶିକ୍ଷଣସ୍ତର ଜାଣିବା ଓ ସେମାନଙ୍କ ଶିକ୍ଷଣର ଅଗ୍ରଗତି ନିମନ୍ତେ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରିବା। ଏହି ସର୍ବେକ୍ଷଣରେ ଓଡ଼ିଶାର ୩୦ଟି ଜିଲାରେ ଜିଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରୁ ମୋଟ ୬୦ ଜଣ ସଂଯୋଜକ ଓ ୩୪୫ ଜଣ କ୍ଷେତ୍ର ଅନୁଧ୍ୟାନକାରୀଙ୍କୁ ଚୟନ କରାଯାଇ ପ୍ରଶିକ୍ଷଣ ଦିଆଯାଇଛି। ସର୍ବେକ୍ଷଣରେ ସରକାରୀ, ବେସରକାରୀ, କେନ୍ଦ୍ରୀୟ ବିଦ୍ୟାଳୟ, ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ଓଡ଼ିଆ, ଊର୍ଦ୍ଦୁ, ହିନ୍ଦୀ ଓ ଇଂଲିଶ ଭାଷାରେ ପଢ଼ୁଥିବା ତୃତୀୟ ଶ୍ରେଣୀର ସମସ୍ତ ପିଲାଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି। ଏଥିସହ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି। ଓଡ଼ିଶାରୁ ୪୪୯ଟି ବିଦ୍ୟାଳୟ ସର୍ବେକ୍ଷଣରେ ସାମିଲ ହୋଇଛି। ରାଜ୍ୟରେ ୨୪ ତାରିଖରେ ପୌର ନିର୍ବାଚନ ଓ ୨୫ରେ ସମସ୍ତ ଊର୍ଦ୍ଦୁ ବିଦ୍ୟାଳୟ ବନ୍ଦ ରହୁଥିବାରୁ ୨୩ରୁ ୨୫, ୨୬ରୁ ୨୮ ଏବଂ ଏପ୍ରିଲ ୪ରୁ ୬ ତାରିଖ ମଧ୍ୟରେ ତିନୋଟି ପର୍ଯ୍ୟାୟରେ ସର୍ବେକ୍ଷଣ ଶେଷ କରାଯିବାକୁ ନିର୍ଦ୍ଧାରିତ ହୋଇଛି। ସର୍ବେକ୍ଷଣ ପରିଚାଳନା ପାଇଁ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦରେ ନିୟନ୍ତ୍ରଣ କକ୍ଷ ଖୋଲାଯାଇଛି। ଓଡ଼ିଶାରେ ତୃତୀୟ ଶ୍ରେଣୀ ଶିକ୍ଷାର୍ଥୀଙ୍କ ଶିକ୍ଷଣ ସ୍ତର ଜାଣିବା ସହିତ ସେମାନଙ୍କ ଶିକ୍ଷଣର ଉନ୍ନତି ପାଇଁ ବିଭିନ୍ନ ଯୋଜନା ପ୍ରସ୍ତୁତ କରିବାରେ ଏହି ସର୍ବେକ୍ଷଣ ସହାୟକ ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri