କେସିଙ୍ଗା ମହାବିଦ୍ୟାଳୟରେ ୪୪ତମ ବାର୍ଷିକୋତ୍ସବ ପାଳିତ

କେସିଙ୍ଗା,୨୯ା୧ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୪ତମ ବାର୍ଷିକୋତ୍ସବ କଲେଜ ପରିସରରେ ବୁଧବାର ପାଳିତ ହୋଇଯାଇଛି। ଅଧ୍ୟକ୍ଷ ସୁଶାନ୍ତ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭବାନୀପାଟଣା ସଦର ବିଧାୟକ ସାଗର ଚରଣ ଦାସ, ସମ୍ମାନିତ ଅତିଥି ରୂପେ ବ୍ଲକ୍‌ ଅଧ୍ୟକ୍ଷ ଚନ୍ଦନ ସେନାପତି ଯୋଗଦେଇଥିଲେ। ବିଧାୟକ ଦାସ ତାଙ୍କ ଅଭିଭାଷଣରେ ରାଷ୍ଟ୍ରର ବିକାଶ ନିମନ୍ତେ ଯୁବଶକ୍ତି ଜାଗ୍ରତ ହେବା ପାଇଁ ଆହ୍ବାନ ଦେଇଥିଲେ। ଏହାସହ ଖୁବ୍‌ଶୀଘ୍ର କେସିଙ୍ଗା ମହାବିଦ୍ୟାଳୟର ଦାବିଗୁଡ଼ିକ ସମାଧାନ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଅଧ୍ୟକ୍ଷ ପାଢ଼ୀ ଅତିଥ ପରିଚୟ ଓ ସ୍ବାଗତ ସମ୍ଭାଷଣ ପରେ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟା ଉପରେ ଅତିଥିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଉକ୍ତ ସଭାରେ ଛାତ୍ର ସଂସଦର ଉପଦେଷ୍ଟା ଅଧ୍ୟାପକ ଡ. ସତୀଶ ଚନ୍ଦ୍ର ଖମାରୀ, ପ୍ରାଧ୍ୟାପକ ଅଶ୍ୱିନୀ କୁମାର ପଟ୍ଟନାୟକ ଓ ସାଂସ୍କୃତିକ ପରିଷଦର ଉପଦେଷ୍ଟା ଅଧ୍ୟାପକ ରମେଶ ଚନ୍ଦ୍ର ବାରିକ ପ୍ରମୁଖ ମଞ୍ଚାସୀନ ଥିଲେ। ଅଧ୍ୟାପକ ଡ. ରାକେଶ ବିଶି ମଞ୍ଚ ପରିଚାଳନା କରିଥିଲା ବେଳେ ବରିଷ୍ଠ ପ୍ରାଧ୍ୟାପକ ଅଶ୍ବିନୀ କୁମାର ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ପରେ ଛାତ୍ରୀଛାତ୍ରଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ନୂଆଁଖାଇ ପୂର୍ବରୁ ସମ୍ପନ୍ନ ହେଲା ରୁଗିବଲା ଯାତ୍ରା, ଛେଳି-କୁକୁଡ଼ା ବଳି….

ରିଷିଡା,୮।୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଁଖାଇ ଆଉ ଦିନ କେଇଟା ପରେ ପାଳନ କରାଯିବ । ଏହି ଉପଲକ୍ଷେ କଳାହାଣ୍ତି ଜିଲା କର୍ଲାମୁଣ୍ଡା ବ୍ଲକର…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri