Posted inରାଜ୍ୟ

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଭୁବନେଶ୍ୱର,୨୦।୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାନୁମାନ ଅନୁଯାୟୀ ଓଡ଼ିଶାରେ ୪୫ ଡ଼ିଗ୍ରୀ ଅତିକ୍ରମ କରିଛି ତାପମାତ୍ରା। ଶନିବାର ବୌଦ୍ଧରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୫.୨ ଡିଗ୍ରୀ ରେକର୍ଡ ହୋଇଛି। ବୌଦ୍ଧ ବ୍ୟତୀତ ଶନିବାର ବାରିପଦାରେ ମଧ୍ୟ ତାପମାତ୍ରା ୪୫.୨ ଡିଗ୍ରୀ ରେକର୍ଡ ହୋଇଛି। ଗତକାଲି ୪୪.୩ ଡିଗ୍ରୀ ସହ ବୌଦ୍ଧ ଦେଶର ଉତ୍ତପ୍ତ ସହର ଥିଲା।

ଶନିବାର ଦିନ ୨ଟା ୩୦ ସୁଦ୍ଧା ୪୩ ଟପିଥିଲା ତାତି। ସାଢ଼େ ୨ଟା ସୁଦ୍ଧା କେନ୍ଦୁଝର ସର୍ବାଧିକ ୪୩.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା। ଝାରସୁଗୁଡ଼ା ୪୩.୨, ସମ୍ବଲପୁର ୪୨.୭, ରାଉରକେଲା ୪୨.୬ ଡିଗ୍ରୀ, ହୀରାକୁଦ ୪୨.୬, ଚାନ୍ଦବାଲି ୪୧.୪, ଭୁବନେଶ୍ୱରରେ ୪୦.୫ ଡିଗ୍ରୀ ତାପମାତ୍ରା ରହିଥିଲା।

ଉତ୍ତର-ପଶ୍ଚିମ/ପଶ୍ଚିମ ଶୁଖିଲା ବାୟୁ ଏବଂ ସୂର୍ଯ୍ୟଙ୍କ ପ୍ରକୋପରୁ ଆଗାମୀ ୨ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲାମାନଙ୍କରେ ଅନେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ହେବାର ସମ୍ଭାବନା ରହିଛି। ଏହା ସ୍ୱାଭାବିକଠାରୁ ୩ ରୁ ୫ ଡିଗ୍ରୀ ଅଧିକ ହୋଇପାରେ। ତଥାପି, ବଙ୍ଗୋପସାଗରରୁ ନିମ୍ନ ସ୍ତରର ଆଦ୍ର ବାୟୁ ସହିତ ମଧ୍ୟମ ଟ୍ରପୋସଫେରିକ୍ ୱେଷ୍ଟର୍ଲି ଟ୍ରଫ୍ ର ପାରସ୍ପରିକ କ୍ରିୟା ହେତୁ ବଜ୍ରପାତ, ଆସନ୍ତା ୩-୪ ଦିନ ମଧ୍ୟରେ ଘୂର୍ଣ୍ଣିବଳୟ ପବନ ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ୪୦ ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ବାହାରିଲା ୧୧ ଫୁଟ୍‌ର ଅହିରାଜ ସାପ, କରୁଥିଲା ଭୟଙ୍କର ଗର୍ଜନ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର...

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri