Posted inରାଜ୍ୟ

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଭୁବନେଶ୍ୱର,୨୦।୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାନୁମାନ ଅନୁଯାୟୀ ଓଡ଼ିଶାରେ ୪୫ ଡ଼ିଗ୍ରୀ ଅତିକ୍ରମ କରିଛି ତାପମାତ୍ରା। ଶନିବାର ବୌଦ୍ଧରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୫.୨ ଡିଗ୍ରୀ ରେକର୍ଡ ହୋଇଛି। ବୌଦ୍ଧ ବ୍ୟତୀତ ଶନିବାର ବାରିପଦାରେ ମଧ୍ୟ ତାପମାତ୍ରା ୪୫.୨ ଡିଗ୍ରୀ ରେକର୍ଡ ହୋଇଛି। ଗତକାଲି ୪୪.୩ ଡିଗ୍ରୀ ସହ ବୌଦ୍ଧ ଦେଶର ଉତ୍ତପ୍ତ ସହର ଥିଲା।

ଶନିବାର ଦିନ ୨ଟା ୩୦ ସୁଦ୍ଧା ୪୩ ଟପିଥିଲା ତାତି। ସାଢ଼େ ୨ଟା ସୁଦ୍ଧା କେନ୍ଦୁଝର ସର୍ବାଧିକ ୪୩.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା। ଝାରସୁଗୁଡ଼ା ୪୩.୨, ସମ୍ବଲପୁର ୪୨.୭, ରାଉରକେଲା ୪୨.୬ ଡିଗ୍ରୀ, ହୀରାକୁଦ ୪୨.୬, ଚାନ୍ଦବାଲି ୪୧.୪, ଭୁବନେଶ୍ୱରରେ ୪୦.୫ ଡିଗ୍ରୀ ତାପମାତ୍ରା ରହିଥିଲା।

ଉତ୍ତର-ପଶ୍ଚିମ/ପଶ୍ଚିମ ଶୁଖିଲା ବାୟୁ ଏବଂ ସୂର୍ଯ୍ୟଙ୍କ ପ୍ରକୋପରୁ ଆଗାମୀ ୨ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲାମାନଙ୍କରେ ଅନେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ହେବାର ସମ୍ଭାବନା ରହିଛି। ଏହା ସ୍ୱାଭାବିକଠାରୁ ୩ ରୁ ୫ ଡିଗ୍ରୀ ଅଧିକ ହୋଇପାରେ। ତଥାପି, ବଙ୍ଗୋପସାଗରରୁ ନିମ୍ନ ସ୍ତରର ଆଦ୍ର ବାୟୁ ସହିତ ମଧ୍ୟମ ଟ୍ରପୋସଫେରିକ୍ ୱେଷ୍ଟର୍ଲି ଟ୍ରଫ୍ ର ପାରସ୍ପରିକ କ୍ରିୟା ହେତୁ ବଜ୍ରପାତ, ଆସନ୍ତା ୩-୪ ଦିନ ମଧ୍ୟରେ ଘୂର୍ଣ୍ଣିବଳୟ ପବନ ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ୪୦ ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

ପାକିସ୍ତାନରେ ହଲଚଲ! ଆନ୍ଦୋଳନ ପୂର୍ବରୁ ପୋଲିସ୍‌ର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ….

ଇସଲାମାବାଦ,୨୦ା୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌ (PTI) ମୁଖ୍ୟ ଇମ୍ରାନ ଖାନ୍‌ଙ୍କ ଭଉଣୀ ଅଲିମା ଖାନ୍‌ଙ୍କୁ ଲାହୋର ପୋଲିସ୍‌ ଗିରଫ କରିଛି । ରବିବାର…

ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…

ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…

ହଠାତ୍ ଆକ୍ରମଣରେ ଥରିଲା ରୁଷିଆ, ହଜାରେରୁ ଅଧିକ ଡ୍ରୋନ୍‌ ମାଡ଼ କଲା ୟୁକ୍ରେନ

ମସ୍କୋ,୨୦ା୯: ରୁଷିଆ ଉପରେ ୟୁକ୍ରେନ୍‌ ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ କରିଛି । ରୁଷିଆର ଅଧିକାରୀଙ୍କ ଦାବି ଅନୁସାରେ, ବିଭିନ୍ନ ଅଞ୍ଚଳରେ ୧,୧୦୦ରୁ ଅଧିକ ୟୁକ୍ରେନୀୟ ଡ୍ରୋନ୍‌ ଉଡ଼ିଥିଲା।…

ଏଥର ପୋଲିସ ପାଳି, ବର୍ଦ୍ଦିରେ ରହି ସୋସିଆଲ ମିଡିଆରେ ଫଟୋ ଭିଡିଓ ପୋଷ୍ଟ କଲେ…

ଭୁବନେଶ୍ୱର,୨୦ା୯: ଏଣିକି ପୋଲିସ ପାଳି। ରାଜ୍ୟରେ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଗାଇଡ୍‌ଲାଇନ୍‌ ଜାରି…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ବଢ଼ିଲା ଚିନ୍ତା: ସମୁଦ୍ର ଛାଡ଼ି କୂଳମୁହାଁ ମତ୍ସ୍ୟଜୀବୀ, ଆଶଙ୍କାରେ ଲୋକେ

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସହିତ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଚିନ୍ତା ବାଇଛି। ଫଳରେ ବିଶେଷ କରି ଉପକୂଳ ଅଞ୍ଚଳ ପାରମ୍ପରିକ ମାଛ…

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?