୪୫ ଲକ୍ଷ ଟଙ୍କାର ବାଣ ଜବତ

ଆସିକା,୨୦ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅଧୀନ ନଳବଣ୍ଟା ଗ୍ରାମରେ ଚାଲିଥିବା ବେଆଇନ ବାଣ କାରଖାନା ଉପରେ ପୋଲିସ ଗୁରୁବାର ଚଢ଼ାଉ କରିଥିଲା । ପୋଲିସ ସେଠାରୁ ବିଭିନ୍ନ ପ୍ରକାରର ପ୍ରାୟ ୪୫ ଲକ୍ଷ ଟଙ୍କାର ବାଣ ସହ ଏକ ପିକ୍‌ଅପ ଭ୍ୟାନ ଜବତ କରିଛି। ବାଣ କିଣି ଆଣିବାକୁ ଯାଇଥିବା ଜଣଙ୍କୁ ପୋଲିସ ଗିରଫ କରଛି। ସେ ହେଲେ କଟକ ଜିଲା ତିଗିରିଆର ହୃଦାନନ୍ଦ ନାୟକ।

ପୋଲିସ ନଳବଣ୍ଟା ଗ୍ରାମର ବିଭିନ୍ନ ସାହିରେ ଚାଲିଥିବା ପ୍ରାୟ ୨୫ରୁ ଉର୍ଦ୍ଧ୍ୱ ଛୋଟବଡ ବାଣ ପ୍ରସ୍ତୁତି କାରଖାନା ଉପରେ ଚଢାଉ କରାଯାଇଛି। ପିକ୍‌ଅପରେ ଏଠାରୁ ବାଣ ଅନ୍ୟତ୍ର ଯିବା ଲାଗି ବୋଝେଇ ହେଉଥିଲା ବେଳେ ୧୦ରୁ ଉର୍ଦ୍ଧ୍ୱ ବାଣ କାରଖାନା ମାଲିକ ଫେରାର ହୋଇଯାଇଛନ୍ତି। ଆସିକା ଏସ୍‌ଡିପିଓ ଉମାଶଙ୍କର ସିଂଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢାଉରେ ଆସିକା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ଓ ଅନ୍ୟ ଅଧିକାରୀଙ୍କ ସହ ୨ ପ୍ଲାଟୁନ ସଶସ୍ତ୍ର ପୋଲିସ ସାମିଲ ଥିଲେ। ଆସିକା ତହସିଲଦାର ସଞ୍ଜୟ କୁମାର ସାମନ୍ତରାୟ ମାଜିଷ୍ଟ୍ରେଟ ଦାୟିତ୍ୱ ତୁଲାଇଥିଲେ।

ଗଞ୍ଜାମ ଜିଲାର ଶିବକାଶୀ କୁହାଯାଉଥିବା ନଳବଣ୍ଟା ଗ୍ରାମରେ କେଉଁ ଆବହନମାନ କାଳରୁ ବାଣ ପ୍ରସ୍ତୁତି ଚାଲିଆସୁଛି । ବ୍ୟବସାୟ ଉଦ୍ଦେଶ୍ୟରେ ଗ୍ରାମର କେତେଜଣ ବ୍ୟକ୍ତି ଏହି କାରବାର ଚଳାଉଥିବା ବେଳେ ବିପଦପୂର୍ଣ୍ଣ କାର୍ଯ୍ୟରେ ବହୁ ପରିବାରର ଛୋଟ ବଡ ସଦସ୍ୟ ନିୟୋଜିତ ହେଉଛନ୍ତି। ଉଚ୍ଚ ଶବ୍ଦ ହେଉଥିବା ବାଣ ଲାଗି ନଳବଣ୍ଟାର ଏକ ସ୍ବତନ୍ତ୍ର ପରିଚୟ ରହିଛି। ବର୍ଷତମାମ ଜିଲା ତଥା ଜିଲା ବାହାରକୁ ଏଠାରୁ ରୀତିମତ ବାଣ ଚାଲାଣ ହେଉଛି। ବାଣ ପ୍ରସ୍ତୁତି ବେଳେ ଏହି ଗ୍ରାମରେ ବିସ୍ପୋରଣ ଘଟି ପୂର୍ବରୁ ବହୁ ଧନଜୀବନ ହାନି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri